Posted inଜାତୀୟ

ସାମ୍ବାରେ ଚୋରା ଡ୍ରଗ୍ସ କାରବାର ଉଦ୍ୟମ ପଣ୍ଡ, ୮ ପ୍ୟାକେଟ ଜବତ କଲା ବିଏସ୍‌ଏଫ୍‌…

ଶ୍ରୀନଗର, ୨୫।୮ : ଜମ୍ମୁ-କଶ୍ମୀରର ସାମ୍ବା ସେକ୍ଟରରେ ଡ୍ରଗ୍ସ ଚୋରା କାରବାର ଉଦ୍ୟମକୁ ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌) ପକ୍ଷରୁ ପଣ୍ଡ କରାଯାଇଛି। ବିଏସ୍‌ଏଫ୍‌ ଯବାନମାନେ ଜଣେ ଅନୁପ୍ରବେଶକାରୀଙ୍କୁ ଗୁଳି କରିଥିଲେ। ତେବେ ଅନୁପ୍ରବେଶକାରୀ ଖସିଯିବାରେ ସଫଳ ହୋଇଛନ୍ତି। କିନ୍ତୁ ସେ ଜୀବନ ଭୟରେ ବିପୁଳ ପରିମାଣର ଡ୍ରଗ୍ସ ଛାଡ଼ି ପଳାଇଥିଲେ। ଏସବୁକୁ ଜବତ କରାଯାଇଛି।

ଅନ୍ତର୍ଜାତୀୟ ସୀମା (ଆଇବି)ରେ ଚିଲିୟାରି ସୀମା ପୋଷ୍ଟ ନିକଟରେ ଜଣେ ବ୍ୟକ୍ତିଙ୍କ ସନ୍ଦେହଜନକ ଗତିବିଧିକୁ ଲକ୍ଷ୍ୟ କରି ବିଏସ୍‌ ଏଫ୍‌ ଯବାନମାନଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିଲା। ବ୍ୟକ୍ତି ଜଣକ ବ୍ୟାଗ ଧରିଥିଲେ। ଅଧିକାରୀ କହିଛନ୍ତି ଯେ ଯବାନଭାବେ ଗୁଳି ଚଳାଇ ଅନୁପ୍ରବେଶକାରୀଙ୍କୁ ଆହତ କରିଥିଲେ। ସର୍ଚ୍ଚ ଅପରେଶନ ସମୟରେ ଆଠଟି ପ୍ୟାକେଟ ଜବତ କରାଯାଇଥିବା ସେ କହିଛନ୍ତି। ଏଥିରେ ପ୍ରାୟ ଆଠ କିଲୋଗ୍ରାମ ନାର୍କୋଟିକ ପଦାର୍ଥ ରହିଛି। ଏହା ହିରୋଇନ ହୋଇପାରେ ବୋଲି ଅନୁମାନ କରାଯାଉଛି। ଅଧିକାରୀ କହିଛନ୍ତି ଯେ ଆହତ ଅନୁପ୍ରବେଶକାରୀ ପାକିସ୍ତାନ ସୀମାକୁ ଫେରିଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଣ୍ଡି ଖୋଲିବା ଦାବିରେ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା ଦେଲେ ଚାଷୀ

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ଅଧିକାଂଶ ମଣ୍ଡି ଏ ଯାଏ ଖୋଲିପାରିନାହିଁ। ଯାହା ଫଳରେ ଚାଷୀମାନେ ଧାନ ବିକ୍ରି କରି ନ ପାରି ହଇରାଣ...

ଟି-୨୦ ବିଶ୍ୱକପ୍‌ ଟିମ୍‌ରୁ ଗିଲ୍‌ ଆଉଟ୍‌: କାରଣ କହିଦେଲେ ଚୟନକର୍ତ୍ତା

ନୂଆଦିଲ୍ଲୀ,୨୦।୧୨: ଭାରତୀୟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ଶୁବମନ ଗିଲ କିଛି ଦିନ ହେବ ଖରାପ ଫର୍ମରେ ଅଛନ୍ତି। ଆଘାତ ଯୋଗୁ ଗିଲ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ଏମିତି ଦେଶ, ଯେଉଁଠି ଦେଖିବାକୁ ମିଳନ୍ତି ନାହିଁ ପିମ୍ପୁଡ଼ି, କାରଣ ଜାଣିଲେ…

ପିମ୍ପୁଡ଼ି ସବୁଠି ଦେଖାଯାନ୍ତି। ପୃଥିବୀରେ ଏପରି କୌଣସି ସ୍ଥାନ ନାହିଁ, ଯେଉଁଠାରେ ପିମ୍ପୁଡ଼ି ନାହାନ୍ତି। ସାରା ବିଶ୍ୱରେ ବିଭିନ୍ନ ପ୍ରକାରର ପିମ୍ପୁଡ଼ି ଦେଖିବାକୁ ମିଳିଥାନ୍ତି। ସେମାନଙ୍କ...

ପୁଅକୁ ନେଇ ଏମିତି କହିଦେଲେ ବିକି କୌଶଳ: ବଢୁଛି ଚର୍ଚ୍ଚା

ନିକଟରେ ଅଭିନେତା ବିକି କୌଶଳ ବାପା ହୋଇଛନ୍ତି। ଏଥିପାଇଁ ତାଙ୍କ ଖୁସି କହିଲେ ନ ସରେ। ସ୍ତ୍ରୀ ତଥା ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ସହ ସେ...

ମସ୍କଙ୍କ ବଡ଼ ବିଜୟ! ୭ ବର୍ଷର ଲଢ଼େଇ ଶେଷ, କୋର୍ଟ ଫେରାଇଲେ…..

ନୂଆଦିଲ୍ଲୀ,୨୦ା୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଏଲନ୍ ମସ୍କ ଏକ ବଡ଼ ବିଜୟ ହାସଲ କରିଛନ୍ତି । ସାତ ବର୍ଷର ଆଇନଗତ ଲଢ଼େଇ ପରେ, ଡେଲାୱେର୍...

ନୋଟ୍‌ ଛାପା କାରଖାନାରେ କିପରି ପାଇବେ ଚାକିରି, ଜାଣନ୍ତୁ କେତେ ମିଳିବ ଦରମା, ଏମିତି କରନ୍ତୁ ଆବେଦନ…

ନୂଆଦିଲ୍ଲୀ,୨୦ା୧୨: ସରକାରୀ ଚାକିରି ପାଇଁ ପ୍ରସ୍ତୁତ ହେଉଥିବା ଯୁବତୀଯୁବକମାନଙ୍କ ପାଇଁ ନୋଟ୍‌ ଛାପା କାରଖାନାରେ କାମ କରିବାର ସ୍ବପ୍ନ ବିଶେଷ ଗୁରୁତ୍ୱପୂର୍ଣ୍ଣ। ଯଦି ଆପଣ ମଧ୍ୟ...

ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା: ଗିଲ୍‌ ପଡିଲେ ବାଦ୍‌, ଜାଣନ୍ତୁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୨୦।୧୨: ICC ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଆଜି ଭାରତୀୟ କ୍ରିକେଟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କୁ ଦଳର ଅଧିନାୟକ ଭାବରେ ନିଯୁକ୍ତ କରାଯାଇଥିବା...

୨୦୨୬ରେ ଏହି ୫ଟି ଚାକିରିର ବଢିଯିବ ଡିମାଣ୍ଡ, ମିଳିବ ମୋଟା ଅଙ୍କର ଦରମା!

ନୂଆଦିଲ୍ଲୀ,୨୦।୧୨: ଯଦି ଆପଣ ଆଗାମୀ ବର୍ଷରେ ଆପଣଙ୍କ କ୍ୟାରିଅରକୁ ନୂତନ ଶିଖରରେ ପହଞ୍ଚାଇବାକୁ ଚାହାଁନ୍ତି, ତେବେ 2026 ଆପଣଙ୍କ ପାଇଁ ଏକ ବଡ଼ ସୁଯୋଗ ଆଣିଦେବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri