Posted inଜାତୀୟ

ଅନୁପ୍ରବେଶ ଉଦ୍ୟମ ପଣ୍ଡ,ବିଏସଏଫ ଆକ୍ରମଣରେ ପାକିସ୍ତାନୀ ନାଗରିକ ମୃତ

ନୂଆଦିଲ୍ଲୀ,୪।୮: ବଦଳୁ ନାହିଁ ପାକିସ୍ତାନର ପ୍ରକୃତି। ଭାରତ-ପାକିସ୍ତାନ ସୀମାରେ ଅନୁପ୍ରବେଶ ଉଦ୍ୟମ କରୁଥିବା ଜଣେ ପାକସ୍ତାନୀ ନାଗରିକ ବିଏସଏଫ ଯବାନଙ୍କ ଆକ୍ରମଣରେ ନିହତ ହୋଇଛନ୍ତି। ବିଏସଏଫ ଯବାନ ଭାରତ-ପାକିସ୍ଥାନ ସୀମାରେ ଥିବା ଅନୁପ୍ରବେଶକାରୀଙ୍କ ଉପରେ ୫ରାଉଣ୍ଡ ଗୁଳି ଚଳାଇଥିବା ବେଳେ ସେ ଭାରତ ସୀମାରେ ଥିବା ଫେସିଂ ଲାଇନକୁ କାଟିବାକୁ ଉଦ୍ୟମ କରୁଥିଲେ। ଏହାପରେ ସେ ଭାରତ ମଧ୍ୟକୁ ପ୍ରବେଶ କରିଥାଆନ୍ତେ। ବିଏସଏଫ ପକ୍ଷରୁ ଏକ ପ୍ରେସ ବିଜ୍ଞପ୍ତି ଜାରି କରି କୁହାଯାଇଛି ଯେ ଏହି ଘଟଣା ପରେ ସେମାନଙ୍କ ମଧ୍ୟରୁ ଏକ ଦଳ ଏହି ଅଞ୍ଚଳରେ ସର୍ଚ୍ଚ ଅପରେସନ କରିବେ।
ବିଏସଏଫ ଏହାର ବିଜ୍ଞପ୍ତିରେ କହିଛି ଯେ ଅଗଷ୍ଟ ୪ସକାଳ ୩ଟା ୫୦ରେ ବିଏସଏଫ କର୍ମଚାରୀମାନେ ବର୍ଡର ଆଉଟ ପୋଷ୍ଟ ଖାରଲା ବ୍ୟାରେଜରେ କିଛି ସନ୍ଦେହଜନକ କାର୍ଯ୍ୟକଳାପ ଦେଖିଥିଲେ। ଯେତେବେଳେ ଯେତେବେଳେ ଏହାକୁ ନିରିକ୍ଷଣ କରାଯାଇଥିଲା ଦେଖାଗଲା ଯେ ଜଣେ ବ୍ୟକ୍ତି ବାଡ କାଟି ଭାରତ ସୀମାରେ ପ୍ରବେଶ କରିବାକୁ ଚେଷ୍ଟା କରୁଛନ୍ତି।
ଏହି ଘଟଣା ଦେଖି ସୁରକ୍ଷାକର୍ମୀ ପୋଷ୍ଟରେ ଥିବା ଯବାନ ଏହି ଅନୁପ୍ରବେଶକାରୀଙ୍କୁ ଟାର୍ଗେଟ କରି ୫ରାଉଣ୍ଡ ଗୁଳି ଚଳାଇଥିଲେ। ଏହି ଘଟଣା ପରେ, ଶୁକ୍ରବାର ସକାଳ ୮ଟାରୁ ଏହି ଅଞ୍ଚଳରେ ସର୍ଚ୍ଚ ଅପରେସନ ଆରମ୍ଭ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri