Posted inଜାତୀୟ

ପାକିସ୍ତାନକୁ ବିଏସ୍‌ଏଫ୍‌ର କଡ଼ା ଜବାବ: ୫ ଅନୁପ୍ରବେଶକାରୀଙ୍କ ମୁଣ୍ଡ ଗଡ଼ିଲା

ଚଣ୍ଡିଗଡ଼, ୨୨।୮: ପଞ୍ଜାବର ଭାରତ ପାକିସ୍ତାନ ସୀମାରେ ବିଏସ୍‌ଏଫ୍‌କୁ ଏକ ବଡ଼ ସଫଳତା ମିଳିଛି। ବିଏସ୍‌ଏଫ୍‌ ପାକିସ୍ତାନକୁ କଡ଼ା ଜବାବ ଦେଇଛି। ସୀମାବର୍ତ୍ତୀ ତାରନ ତରାନ ଜିଲାରେ ଭାରତ ମଧ୍ୟକୁ ଭୋର୍‌ ୪ଟା ୪୫ରେ ଅନୁପ୍ରବେଶ କରୁଥିବା ୫ ଅଜଣା ପାକିସ୍ତାନୀଙ୍କ ମୁଣ୍ଡ ଗଡ଼ିଛି। ଅନୁପ୍ରବେଶକାରୀଙ୍କୁ ବିଏସ୍‌ଏଫ୍‌ ୧୦୩ ବାଟାଲିୟନ୍‌ ଯବାନଙ୍କ ପକ୍ଷରୁ ସତର୍କ ସୂଚନା ଦିଆଯାଇଥିଲା। ତେବେ ସେମାନେ ଏହାକୁ ନ ମାନି ତାରବାଡ଼ ଡ଼େଇଁବା ଉଦ୍ୟମ କରିବା ସହିତ ବିଏସ୍‌ଏଫ୍‌ ଯବାନଙ୍କ ଉପରକୁ ଗୁଳି ଚାଳନା କରିଥିଲେ। ପରେ ବିଏସ୍‌ଏଫ୍‌ ଯବାନଙ୍କ ପକ୍ଷରୁ ଏହାର ଜବାବରେ ପାଲଟା ଗୁଳି ଚାଳନା କରାଯାଇଥିଲା। ତାରବାଡ଼ ପାଖରେ ୩ଟି ମୃତ ଦେହ ପଡ଼ିଥିବା ବିଏସ୍‌ଏଫ୍‌ ପକ୍ଷରୁ କୁହାଯାଇଛି। ସେମାନଙ୍କ ପଛରେ ବ୍ୟାଗ ରହିଛି। ବ୍ୟାଗ୍‌ରେ ନିଶାଦ୍ରବ୍ୟ ଥିବା ବିଏସ୍‌ ଏଫ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଅନୁପ୍ରବେଶକାରୀଙ୍କଠାରୁ ବନ୍ଧୁକ ମଧ୍ୟ ଜବତ କରାଯାଇଛି। ବିଏସ୍‌ଏଫ୍‌ ପକ୍ଷରୁ ପାକିସ୍ତାନ ରେଞ୍ଜରଙ୍କ ସହିତ ଏନେଇ ବୈଠକ କରାଯିବାର ଯୋଜନା କରାଯାଉଥିବା କୁହାଯାଉଛି। ଘଟଣାସ୍ଥଳରେ ବିଏସ୍‌ଏଫ୍‌ ଉଚ୍ଚଅଧିକାରୀ ପହଞ୍ଚିଛନ୍ତି। ଅନୁପ୍ରବେଶକାରୀମାନେ ଚୋରା ନିଶାଦ୍ରବ୍ୟ କାରବାର ସହିତ ସମ୍ପୃକ୍ତ ଥିବା ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ…

ନିଜ ହତ୍ୟାକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା: କହିଦେଲେ ଏମିତି…ସାରା ବିଶ୍ୱ ସ୍ତବ୍ଧ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଚରମ ସୀମାରେ ପହଞ୍ଚିଛି। ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲ୍ଲୀ ଖାମେନେଇଙ୍କ ଶେଷକୃତ୍ୟ ସମୟରେ ଟ୍ରମ୍ପଙ୍କୁ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଇରାନକୁ ଟ୍ରମ୍ପଙ୍କ ୨୪ ଘଣ୍ଟାର ଅଲ୍ଟିମେଟମ ଦେଲେ ଟ୍ରମ୍ପ: ନ ମାନିଲେ ଭୟଙ୍କର ହେବ ପରିଣାମ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଏକ ଅତି ବିପଜ୍ଜନକ ମୋଡ଼ରେ ପହଞ୍ଚିଛି । ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆମେରିକାର ଟ୍ରମ୍ପ ପ୍ରଶାସନ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri