Posted inରାଜ୍ୟ

୬ରୁ ବିଏସକେୱାଇ ନବୀନ କାର୍ଡ ପଞ୍ଜୀକରଣ ଆରମ୍ଭ, ଜିଲାପାଳଙ୍କୁ ବଡ଼ ଦାୟିତ୍ୱ

ଭୁବନେଶ୍ୱର, ୧।୧(ଅସମାପିକା ସାହୁ)- ବିଏସକଓ୍ବୋଇ ନବୀନ କାର୍ଡ ଲାଗି ଆସନ୍ତା ୬ତାରିଖରୁ ଅନଲାଇନ ପଞ୍ଜୀକରଣ ଆରମ୍ଭ ହେବ। ୧୬ ତାରିଖ ଯାଏ ଆବେଦନ କରିହେବ। ଅନଲାଇନ ପଞ୍ଜୀକରଣ ଲାଗି ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଏ ନେଇ ସୋମବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଚିବ ଶାଳିନୀ ପଣ୍ଡିତ ସମସ୍ତ ଜିଲାପାଳଙ୍କୁ ଚିଠି ଲେଖିଛନ୍ତି।

ଚିଠିରେ ଲେଖାଯାଇଛି, ମୁଖ୍ୟମନ୍ତ୍ରୀ ବିଏସକେୱାଇ ନବୀନ କାର୍ଡ ମାଧ୍ୟମରେ ବିଏସକେୱାଇକୁ ବ୍ୟାପକ କରିବା ପାଇଁ ଘୋଷଣା କରିଛନ୍ତି। ଯେଉଁ ହିତାଧିକାରୀ ବିଏସକଓ୍ବୋଇ କାର୍ଡ ପାଇନାହାନ୍ତି ସେମାନେ ନାମ ପଞ୍ଜୀକରଣ କରିପାରିବେ। ସରକାରୀ କର୍ମଚାରୀ, ସରକାରୀ ପେନସନ ଉପଭୋକ୍ତା ଓ କରଦାତାମାନେ ଏଥିଲାଗି ଉପଯୁକ୍ତ ବିବେଚିତ ହେବେ ନାହିଁ। ବର୍ତ୍ତମାନ ବିଏସକେୱାଇ ଅନ୍ତର୍ଭୁକ୍ତ ହୋଇ ନ ଥିବା ବ୍ୟକ୍ତିମାନେ ବିଏସକେୱାଇ ନବୀନ କାର୍ଡ ଲାଗି ଯୋଗ୍ୟ ବିବେଚିତ ହେବ। ହିତାଧିକାରୀମାନେ www.bskynabin.odisha.gov.in ପୋର୍ଟାଲରେ ଆବେଦନ କରିପାରିବେ।

ଅନ୍‌ଲାଇନ୍‌ରେ କିପରି ଆବେଦନ କରିବ ସେନେଇ ଲୋକଙ୍କ ମଧ୍ୟରେ ସଚେତନତା କରିବାକୁ କୁହାଯାଇଛି। ଆବେଦନ ପାଇଁ ଉଭୟ ଇଂଲିଶ ଏବଂ ଓଡ଼ିଆ ଫର୍ମ ରହିଛି। ଏଗୁଡ଼ିକ ନିଜ ନିଜ ଜିଲାର ସୋସିଆଲ ମିଡିଆ ହ୍ୟାଣ୍ଡେଲ ଏବଂ ଓ୍ବେବ୍‌ସାଇଟ୍‌ରେ ସୋର କରିବା ପାଇଁ କୁହାଯାଇଛି। ସେହିଭଳି ଜିଲାସ୍ତରରେ ଏବଂ ଉପଖଣ୍ଡ ସ୍ତରରେ ମିଶନ ଶକ୍ତି, ପଞ୍ଚାୟତରାଜ ବିଭାଗ, ମହିଳା ଓ ଶିଶୁ କଲ୍ୟାଣ ବିଭାଗ, ଗଣଶିକ୍ଷା ବିଭାଗ ଏବଂ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜନସଚେତନତା କାର୍ଯ୍ୟକ୍ରମ କରାଯିବ। ଏଥିସହିତ ଗ୍ରାମ ପଞ୍ଚାୟତ ସ୍ତରରେ ଡାକବାଜି ଯନ୍ତ୍ର ସାହାଯ୍ୟରେ ସଚେତନତା କରାଯିବ। ଏସବୁ କାର୍ଯ୍ୟକ୍ରମ ପାଇଁ ପ୍ରତ୍ୟେକ ଜିଲା ନିମନ୍ତେ ଏକଲକ୍ଷ ଟଙ୍କା ଦିଆଯିବ। ଯଦି ଅଧିକ ଆବଶ୍ୟକ ପଡ଼େ ତେବେ ରାଜ୍ୟ ସ୍ବାସ୍ଥ୍ୟ ଆସୁରାନ୍ସ ସୋସଇଟିରୁ ଟଙ୍କା ଦିଆଯିବ। ଏହି ସଚେତନତା ଅଭିଯାନ ୧୬ତାରିଖ ପର୍ଯ୍ୟନ୍ତ ଚଲାଇବାକୁ ଚିଠିରେ ଉଲ୍ଲେଖ ରହିଛି।

ସୂଚନାଯୋଗ୍ୟ, ହିତାଧିକାରୀମାନେ ତାଲିକାଭୁକ୍ତ ଘରୋଇ ହସ୍ପିଟାଲରେ ନିର୍ଦ୍ଧାରିତ ଗୁରୁତର ଅର୍ଥାତ କ୍ରିଟିକାଲ ରୋଗଗୁଡ଼ିକ ଲାଗି ଦେୟମୁକ୍ତ ଚିକିତ୍ସା ପାଇପାରିବେ। ବିଏସକେୱାଇ ନବୀନ କାର୍ଡରେ ପ୍ରାପ୍ତି ପରିବାର ପାଇଁ ବାର୍ଷିକ ୫ ଲକ୍ଷ ଟଙ୍କା ଏବଂ ମହିଳା ସଦସ୍ୟଙ୍କ ଲାଗି ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଦେୟମୁକ୍ତ ଚିକିତ୍ସା ବ୍ୟବସ୍ଥା ରହିଛି। ହିତାଧିକାରୀମାନେ ଆସନ୍ତା ମେ ୧ ତାରିଖଠାରୁ ଏହି ସୁବିଧା ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?