ଲାଞ୍ଜିଗଡ଼ରେ ପୁଣି ବିଏସ୍‌ଏନ୍‌ଏଲ୍‌ ନେଟୱର୍କ ଫେଲ୍‌

ଲାଞ୍ଜିଗଡ,୧୫।୫(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡଠାରେ ପୁଣି ଥରେ ୫ ଦିନ ହେଲା ବିଏସ୍‌ଏନ୍‌ଏଲ୍‌ ନେଟୱର୍କ ଫେଲ। ଗତ ଏପ୍ରିଲରେ ୯ ଦିନ ନେଟୱର୍କ ନ ଥିଲା। ଏହି ମାସରେ ପୁଣି ଆଜକୁ ୫ ଦିନ ହେଲାଣି ଲାଞ୍ଜିଗଡ ଏବଂ ଏହାର ଆଖପାଖ ଅଞ୍ଚଳରେ ନେଟୱକ ନାହିଁ। ଫଳରେ ଲୋକଙ୍କ ଯୋଗାଯୋଗରେ ବିଛିନ୍ନ ଘଟିଛି। ବାରମ୍ବାର ଅଭିଯୋଗ କଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ଜିଲାର ଲାଞ୍ଜିଗଡ ଅଞ୍ଚଳ ଏକ ଶିଳ୍ପାଞ୍ଚଳ ହୋଇଥିବା ବେଳେ ଅନେକ ଲୋକ ବିଭିନ୍ନ ପ୍ରକାର ସିମ ବ୍ୟବହାର କରିଥାନ୍ତି, ସେ ମଧ୍ୟରୁ ବିଏସ୍‌ଏନ୍‌ଏଲ ସିମ ଅନ୍ୟତମ। ବିଏସ୍‌ଏନ୍‌ଏଲ୍‌ ଏକ ପୁରୁଣା ଟେଲିକମ ହୋଇଥିବା ବେଳେ ଲୋକେ ଏହି ସିମକୁ ବହୁଳ ବ୍ୟବହାର କରିଥାନ୍ତି। ଏମିତିକି ଅଫିସରେ ମଧ୍ୟ ଅଧିକତ ବିଏସ୍‌ଏନ୍‌ଏଲ୍‌ ନେଟ ବ୍ୟବହାର ହୋଇଥାଏ। ହେଲେ ବର୍ତ୍ତମାନ ଲୋକଙ୍କ ଆସ୍ଥା ହରାଉଛି। ଲୋକଙ୍କୁ ଠିକରେ ସେବା ଯୋଗାଇ ପାରୁନାହିଁ। ଅଧିକାଂଶ ଗ୍ରାହକଙ୍କ ବ୍ୟାଙ୍କ ଆକାଉଣ୍ଟରେ ବିଏସ୍‌ଏନ୍‌ଏଲ୍‌ ନମ୍ବର ଜଡିତ ଥିବାରୁ ଓଟିପି ନ ଆସିଲେ ବ୍ୟାଙ୍କ ଟ୍ରାନ୍ସକ୍ସନ ପାଇଁ ବହୁତ ଅସୁବିଧା ଭୋଗୁଛନ୍ତି। ଅନ୍ୟ ନେଟୱର୍କ ତୁଳନାରେ ବିଏସ୍‌ଏନ୍‌ଏଲ୍‌ ପ୍ରତି ମାସରେ ୫ଦିନ ୬ ଦିନ ନେଟୱର୍କ ଉଭାନ ହେଇଯାଏ। ୫ ଦିନ ହେଲା ନେଟ କାମ ହୋଇପାରୁନାହିଁ। ଏହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷର ବାତାବରଣ ଦେଖାଦେଇଛି। ନେଟୱର୍କ ନ ଥିବାରୁ ଦୁର୍ଗମ ଅଞ୍ଚଳରେ ରୋଗୀ ସେବା ପାଇଁ ଆମ୍ବୁଲାନ୍ସ ଦରକାର ପଡିଲେ ବହୁତ ଅସୁବିଧା ଭୋଗୁଛନ୍ତି I ଲାଞ୍ଜିଗଡ ଅଞ୍ଚଳବାସୀ ଏହାକୁ ନେଇ ଆନ୍ଦୋଳନ ପାଇଁ ସଜବାଜ ହେବାକୁ ବସିଲେଣି । ଆଗାମୀ ଦିନରେ ଏକ ବଡ଼ ଧରଣର ଆନ୍ଦୋଳନକୁ ଏଡାଇ ଦିଆ ଯାଇ ନ ପାରେ। ସେଥିପାଇଁ ଯଥା ଶୀଘ୍ର ଏଥିପ୍ରତି ଦୃଷ୍ଟି ଦେବାର ଆବଶ୍ୟକତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭା ନିର୍ବାଚନ ପୂର୍ବରୁ AAPର ବଡ଼ ଘୋଷଣା; ଏହି ଦଳ ସହ କଲା ମେଣ୍ଟ

ନୂଆଦିଲ୍ଲୀ,୧୩।୯: ଆମ ଆଦମୀ ପାର୍ଟି (AAP) ଗୋଆ ବିଧାନସଭା ନିର୍ବାଚନକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଘୋଷଣା କରିଛି। ଗୋଆରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର…

ଆମେରିକା ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ଗ୍ରହଣ କଲେ ସି ଜିନପିଙ୍ଗ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ କହିଲେ…

ନୂଆଦିଲ୍ଲୀ,୧୩।୯: ଦିଲ୍ଲୀରେ ଅନୁଷ୍ଠିତ BRICS ସମ୍ମିଳନୀ ୨୦୨୬ରେ, ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ସହିତ ସମ୍ପର୍କ ଉନ୍ନତ କରିବାର ଗୁରୁତ୍ୱ ଉପରେ ଆଲୋକପାତ କରିବା ସହ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ସୋସିଆଲ ମିଡିଆରେ ଚର୍ଚ୍ଚା; କିଶୋର କୁମାରଙ୍କ ଗୀତ ଗାଇଲେ ପ୍ରଧାନମନ୍ତ୍ରୀ, ସବୁ କହିଲେ….

ନୂଆଦିଲ୍ଲୀ,୧୩।୯: ଭାରତରେ ଆୟୋଜିତ ବ୍ରିକ୍ସ ଶିଖର ସମ୍ମିଳନୀର ଗାଲା ଡିନରରେ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

ପୁଣି ଲଣ୍ଡନରେ କ୍ୱାଲିଟି ଟାଇମ ସ୍ପେଣ୍ଡ କରୁଥିବାର ନଜର ଆସିଲେ ତ୍ରିଶା-ବିଜୟ; ଭିଡିଓ ଭାଇରାଲ, ପ୍ରଶଂସକ କହିଲେ…

ଚେନ୍ନାଇ,୧୩।୯: ସୁପରଷ୍ଟାର ଥାଲାପତି ବିଜୟ ଏବଂ ଅଭିନେତ୍ରୀ ତ୍ରିଶା କ୍ରିଷ୍ଣନଙ୍କ ଯୋଡ଼ିକୁ ପ୍ରଶଂସକମାନେ ଦୀର୍ଘ ଦିନ ଧରି ପସନ୍ଦ କରିଆସୁଛନ୍ତି। ଏହି ପସନ୍ଦ ସହିତ, ଉଭୟଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?