୬ମାସ ହେଲା କାମ କରୁନି ବିଏସ୍‌ଏନ୍‌ଏଲ୍‌ ନେଟ୍‌ୱର୍କ, ପଦକ୍ଷେପ ନ ନେଲେ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ

ଲାଞ୍ଜିଗଡ, ୧ା୪ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ପାହାଡପଦର ପଞ୍ଚାୟତ ବୋରପଦର ଗାଁଠାରେ ଦୀର୍ଘ ୬ମାସ ହେଲା ବିଏସ୍‌ଏନ୍‌ଏଲ୍‌ ନେଟ୍‌ୱର୍କ କାମ କରୁନାହିଁ। ଫଳରେ ବହୁସଂଖ୍ୟାରେ ଉପଭୋକ୍ତା ସେବାରୁ ବଞ୍ଚତ୍ତ ହୋଇ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାକୁ ନେଇ ବାରମ୍ବାର ଅଭିଯୋଗ କଲେ ମଧ୍ୟ ବିଭାଗୀୟ ଅଧିକାରୀ ଶୁଣୁନାହାନ୍ତି ବୋଲି ଲୋକେ ଅଭିଯୋଗ କରିଛନ୍ତି। ବାରମ୍ବାର ଅଭିଯୋଗ ପରେ କିଛିବର୍ଷ ହେଲା କମ୍ପାନୀ ଟାୱାର ସ୍ଥାପନ କରି ବିଏସ୍‌ଏନ୍‌ଏଲ୍‌ ସେବା ଯୋଗାଇ ଆସୁଥିଲା। ହେଲେ ୬ମାସ ହେବ ନେଟ୍‌ୱର୍କ ଉଭାନ ହୋଇଯାଇଛି। ଦୁର୍ଗମ ଅଞ୍ଚଳରେ ଲୋକେ ନିଜ ଆଧାର କାର୍ଡ, ବ୍ୟାଙ୍କ ଆକାଉଣ୍ଟ ବ୍ୟତୀତ ଅଫିସମାନଙ୍କରେ ମଧ୍ୟ ବିଏସ୍‌ଏନ୍‌ଏଲ୍‌ ଇଣ୍ଟରନେଟ ବ୍ୟବହାର କରୁଛନ୍ତି। ନେଟ୍‌ୱର୍କ କାମ କରୁ ନ ଥିବାରୁ ଇଣ୍ଟରନେଟ ବା ଫୋନ କଲ ପାଇଁ ଗାଁଠାରୁ ଦୁଇ କିଲୋମିଟର ଯିବାକୁ ପଡୁଛି ବୋଲି ଗାଁ ଲୋକେ ପ୍ରକାଶ କରିଛନ୍ତି। ଅଞ୍ଚଳରେ ରୋଗୀ ସେବା ଓ ଆମ୍ବୁଲାନ୍ସ ଦରକାର ପଡିଲେ ବହୁତ ଅସୁବିଧା ଭୋଗୁଛନ୍ତି l ଏ ନେଇ ନେଟ୍‌ୱର୍କ ବିଭାଗ ରମାକାନ୍ତ ପ୍ରାମାଣିକଙ୍କୁ ପଚାରିବାରୁ ନେଟ୍‌ୱର୍କ ବନ୍ଦ ହେବାର ୨୦ଦିନ ହେବ, କିନ୍ତୁ ଅଞ୍ଚଳବାସୀ ଅଧିକ କହୁଛନ୍ତି। ଟାୱାରରେ ଭିସେଟ ସାଟେଲାଇଟରେ ଲାଗିଥିଲା, ତାହା ବର୍ତ୍ତମାନ ବନ୍ଦ ହୋଇଯାଇଛି। ତେଣୁ ନେଟୱର୍କ କାମ କରୁନାହିଁ I ପହଡପଡାର ପର୍ଯ୍ୟନ୍ତ କେବୁଲ ବିଛାଯାଇଛି ଏବଂ କେବୁଲ ମଧ୍ୟ ବିଭିନ୍ନ ଜାଗାରେ କଟିଯାଇଛି। ସେଗୁଡିକ ସଜାଡିବା ପରେ ପାହାଡ଼ପଦରଠାରୁ ବୋରପଦର ପର୍ଯ୍ୟନ୍ତ କେବୁଲ ସଂଯୋଗ କରାଯିବ ଓ ପରେ ନେଟ୍‌ୱର୍କ ଆସିବ। ଗାଁ ଲୋକେ ଆସି କଥାବାର୍ତ୍ତା ହୋଇଛନ୍ତି, ଯେତେ ଶୀଘ୍ର ହେବ ଆମେ ଏହାର ସମାଧାନ କରିବା ପାଇଁ ଚେଷ୍ଟା କରୁଛୁ ବୋଲି ପ୍ରକାଶ କରିଥିଲେ। ଅନ୍ୟପକ୍ଷେ ନେଟ୍‌ୱର୍କ ଶୀଘ୍ର କାର୍ଯ୍ୟକାରୀ ନ ହେଲେ ଆଗାମୀ ଦିନରେ ରାଜରାସ୍ତାକୁ ଓଲ୍ଲାଇ ଆନ୍ଦୋଳନ କରିବେ ବୋଲି ସ୍ଥାନୀୟ ଲୋକେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତର ଏସବୁ ଜିନିଷ ଉପରେ ନିର୍ଭର କରେ ଋଷିଆ, ଖର୍ଚ୍ଚ କରେ ଏତେ ଟଙ୍କା

ନୂଆଦିଲ୍ଲୀ,୬।୧୨: ରୁଷିଆ ଏବଂ ଭାରତ ଦୀର୍ଘଦିନ ଧରି ଦୃଢ଼ ସମ୍ପର୍କ ଉପଭୋଗ କରିଆସିଛନ୍ତି। ଏହି ଗଭୀର ସମ୍ପର୍କ ଦୁଇ ଦେଶ ମଧ୍ୟରେ ବାଣିଜ୍ୟରେ ପ୍ରତିଫଳିତ ହୋଇଛି।...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ

ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍‌ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

ଭାରତର ୫ ମହଙ୍ଗା ମହିଳା ପ୍ରବଚକ, ଯିଏ କଥା କହି ନେଇଯାଆନ୍ତି ଏତେ ଫି

ନୂଆଦିଲ୍ଲୀ,୬।୧୨: ବୃନ୍ଦାବନର ପ୍ରସିଦ୍ଧ କାହାଣୀକାର ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ୱତନ ଡିଏସପିଙ୍କ ଝିଅ ଶିପ୍ରା ଶର୍ମା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଶୁକ୍ରବାର, ଡିସେମ୍ୱର 5...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri