୬ମାସ ହେଲା କାମ କରୁନି ବିଏସ୍‌ଏନ୍‌ଏଲ୍‌ ନେଟ୍‌ୱର୍କ, ପଦକ୍ଷେପ ନ ନେଲେ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ

ଲାଞ୍ଜିଗଡ, ୧ା୪ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ପାହାଡପଦର ପଞ୍ଚାୟତ ବୋରପଦର ଗାଁଠାରେ ଦୀର୍ଘ ୬ମାସ ହେଲା ବିଏସ୍‌ଏନ୍‌ଏଲ୍‌ ନେଟ୍‌ୱର୍କ କାମ କରୁନାହିଁ। ଫଳରେ ବହୁସଂଖ୍ୟାରେ ଉପଭୋକ୍ତା ସେବାରୁ ବଞ୍ଚତ୍ତ ହୋଇ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାକୁ ନେଇ ବାରମ୍ବାର ଅଭିଯୋଗ କଲେ ମଧ୍ୟ ବିଭାଗୀୟ ଅଧିକାରୀ ଶୁଣୁନାହାନ୍ତି ବୋଲି ଲୋକେ ଅଭିଯୋଗ କରିଛନ୍ତି। ବାରମ୍ବାର ଅଭିଯୋଗ ପରେ କିଛିବର୍ଷ ହେଲା କମ୍ପାନୀ ଟାୱାର ସ୍ଥାପନ କରି ବିଏସ୍‌ଏନ୍‌ଏଲ୍‌ ସେବା ଯୋଗାଇ ଆସୁଥିଲା। ହେଲେ ୬ମାସ ହେବ ନେଟ୍‌ୱର୍କ ଉଭାନ ହୋଇଯାଇଛି। ଦୁର୍ଗମ ଅଞ୍ଚଳରେ ଲୋକେ ନିଜ ଆଧାର କାର୍ଡ, ବ୍ୟାଙ୍କ ଆକାଉଣ୍ଟ ବ୍ୟତୀତ ଅଫିସମାନଙ୍କରେ ମଧ୍ୟ ବିଏସ୍‌ଏନ୍‌ଏଲ୍‌ ଇଣ୍ଟରନେଟ ବ୍ୟବହାର କରୁଛନ୍ତି। ନେଟ୍‌ୱର୍କ କାମ କରୁ ନ ଥିବାରୁ ଇଣ୍ଟରନେଟ ବା ଫୋନ କଲ ପାଇଁ ଗାଁଠାରୁ ଦୁଇ କିଲୋମିଟର ଯିବାକୁ ପଡୁଛି ବୋଲି ଗାଁ ଲୋକେ ପ୍ରକାଶ କରିଛନ୍ତି। ଅଞ୍ଚଳରେ ରୋଗୀ ସେବା ଓ ଆମ୍ବୁଲାନ୍ସ ଦରକାର ପଡିଲେ ବହୁତ ଅସୁବିଧା ଭୋଗୁଛନ୍ତି l ଏ ନେଇ ନେଟ୍‌ୱର୍କ ବିଭାଗ ରମାକାନ୍ତ ପ୍ରାମାଣିକଙ୍କୁ ପଚାରିବାରୁ ନେଟ୍‌ୱର୍କ ବନ୍ଦ ହେବାର ୨୦ଦିନ ହେବ, କିନ୍ତୁ ଅଞ୍ଚଳବାସୀ ଅଧିକ କହୁଛନ୍ତି। ଟାୱାରରେ ଭିସେଟ ସାଟେଲାଇଟରେ ଲାଗିଥିଲା, ତାହା ବର୍ତ୍ତମାନ ବନ୍ଦ ହୋଇଯାଇଛି। ତେଣୁ ନେଟୱର୍କ କାମ କରୁନାହିଁ I ପହଡପଡାର ପର୍ଯ୍ୟନ୍ତ କେବୁଲ ବିଛାଯାଇଛି ଏବଂ କେବୁଲ ମଧ୍ୟ ବିଭିନ୍ନ ଜାଗାରେ କଟିଯାଇଛି। ସେଗୁଡିକ ସଜାଡିବା ପରେ ପାହାଡ଼ପଦରଠାରୁ ବୋରପଦର ପର୍ଯ୍ୟନ୍ତ କେବୁଲ ସଂଯୋଗ କରାଯିବ ଓ ପରେ ନେଟ୍‌ୱର୍କ ଆସିବ। ଗାଁ ଲୋକେ ଆସି କଥାବାର୍ତ୍ତା ହୋଇଛନ୍ତି, ଯେତେ ଶୀଘ୍ର ହେବ ଆମେ ଏହାର ସମାଧାନ କରିବା ପାଇଁ ଚେଷ୍ଟା କରୁଛୁ ବୋଲି ପ୍ରକାଶ କରିଥିଲେ। ଅନ୍ୟପକ୍ଷେ ନେଟ୍‌ୱର୍କ ଶୀଘ୍ର କାର୍ଯ୍ୟକାରୀ ନ ହେଲେ ଆଗାମୀ ଦିନରେ ରାଜରାସ୍ତାକୁ ଓଲ୍ଲାଇ ଆନ୍ଦୋଳନ କରିବେ ବୋଲି ସ୍ଥାନୀୟ ଲୋକେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri