ଖଜୁରୀପଡ଼ାରେ ଆସୁନାହିଁ ବିଏସ୍‌ଏନ୍‌ଏଲ୍‌ ନେଟଓ୍ବର୍କ, ଉପଭୋକ୍ତା ମହଲରେ ଅସନ୍ତୋଷ

ଖଜୁରୀ ପଡା ୨୦।୫ (ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ବ୍ଲକରେ ଆସୁନାହିଁ ବିଏସ୍‌ଏନ୍‌ଏଲ୍‌ ନେଟଓ୍ବର୍କ। ଏହି ବ୍ଲକଟି ଫୁଲବାଣୀ ସହରଠାରୁ ମାତ୍ର ୨୧ କିମି ଦୂରରେ ଅବସ୍ଥିତ। ଯାହାକୁ ନଜରରେ ରଖି ବିଏସ୍‌ଏନ୍‌ଏଲ୍‌ କର୍ତ୍ତୃପକ୍ଷ ତରଫରୁ ବିଦ୍ୟୁତ ବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ବିଏସ୍‌ଏନ୍‌ଏଲ୍‌ ଟାୱାର ସ୍ଥାପନ କରାଯାଇଛି । କିଛି ଦିନ ହେବ ଖଜୁରୀପଡା ଅଞ୍ଚଳରେ ଥିବା ବିଏସ୍‌ଏନ୍‌ଏଲ୍‌ ନେଟୱର୍କ ଲୁଚକାଳି ଖେଳ ଖେଳୁଛି । ତେଣୁ ବିଏସ୍‌ଏନ୍‌ଏଲ୍‌ ନେଟୱର୍କ ସେବା ଠିକ ଭାବରେ ନ ପାଇବା ଯୋଗୁ ଏବେ ଉପଭୋକ୍ତାମାନଙ୍କ ମହଲରେ ତୀବ୍ର ଅସନ୍ତୋଷ ଦେଖା ଦେଇଛି। ଉପଭୋକ୍ତାମାନଙ୍କ ଅଭିଯୋଗ ଅନୁଯାୟୀ ବିଦ୍ୟୁତ୍‌ କାଟ ହେଲେ ନେଟୱର୍କ ପଳାଇ ଯାଉଛି। ଫଳରେ ବିଭିନ୍ନ କାର୍ଯ୍ୟାଳୟରେ ନେଟୱର୍କ ଜନିତ କାର୍ଯ୍ୟ କରି ହେଉନାହିଁ। ଅଫିସ କାର୍ଯ୍ୟ, ଛାତ୍ରୀଛାତ୍ରମାନଙ୍କ ଅନଲାଇନ୍‌ ପାଠପଢାରେ ବ୍ୟାଘାତ ସୃଷ୍ଟି ହେଉଛି। ତେଣୁ ବିଏସ୍‌ଏନ୍‌ଏଲ୍‌ ବିଭାଗୀୟ ଅଧିକାରୀମାନେ ଏଥି ପ୍ରତି ଦୃଷ୍ଟି ଦେବା ଆବଶ୍ୟକ। ନଚେତ ଆଗାମୀ ଦିନରେ ଅଞ୍ଚଳବାସୀ ରାଜ ରାସ୍ତାକୁ ଓହ୍ଲାଇ ଆନ୍ଦୋଳନ କରିବେ ବୋଲି ବିଧାୟକଙ୍କ ସ୍ବାସ୍ଥ୍ୟ ପ୍ରତିନିଧି ରାଇ କିଶୋର ପ୍ରଧାନ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କୋଟଗଡ଼ରେ ହାତୀ ଆତଙ୍କ: ନଷ୍ଟ କଲେ ଫସଲ

ବାଲିଗୁଡ଼ା,୧୪ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼ ଅଭୟାରଣ୍ୟରେ ଦେଖିବାକୁ ମିଳିଛି ହାତୀ ଆତଙ୍କ। ଗତ ଦୁଇଦିନ ଧରି କୋଟଗଡ଼ ବନାଞ୍ଚଳର ଲାସେରୀ...

ପର୍ଯ୍ୟଟକଙ୍କୁ ଦୂରଦୂରାନ୍ତରୁ ଟାଣିଆଣୁଛି ଦାରିଙ୍ଗବାଡ଼ି, ମୌଳିକ ସୁବିଧା ପାଇଁ ନିବେଦନ

ଦାରିଙ୍ଗବାଡ଼ି,୧୪ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ସମେତ ତା’ର ଆଖପାଖରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡ଼ିଠାରୁ ମାତ୍ର ୨୨...

ଉଦ୍ଧାର ହାତୀ ଛୁଆ ନନ୍ଦନକାନନ ସ୍ଥାନାନ୍ତର

କେନ୍ଦୁଝର,୧୪।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରୁ ରବିବାର ସକାଳେ ଏକ ହାତୀ ଛୁଆ ଉଦ୍ଧାର ହୋଇଛି। ପିସିସିଏଫ (ବନ୍ୟପ୍ରାଣୀ)ଙ୍କ ନିର୍ଦ୍ଦେଶ ଅନୁଯାୟୀ, ଉକ୍ତ ଛୁଆକୁ ବନ ବିଭାଗ...

ବଡାଖାନା କାର୍ଯ୍ୟକ୍ରମ: ସଫେଇ କର୍ମଚାରୀଙ୍କୁ ଖାଦ୍ୟ ପରଷିଲେ ଅଧ୍ୟକ୍ଷ

କେସିଙ୍ଗା,୧୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏଏନସି ପରିସରରେ ବଡାଖାନା କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷ ନୃପରାଜ ଯାଦବ ସଭାପତିତ୍ୱ ଭାବେ ଯୋଗଦେଇ...

ବରଗଡ଼ ବିଧାୟକଙ୍କ ମହାନତା: ନବୀନଙ୍କ ପରେ ବର୍ଦ୍ଧିତ ଦରମାକୁ ଜନସେବାରେ ଲଗାଇବେ

ବରଗଡ଼,୧୪।୧୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ଏବେ ସବୁଆଡେ ଚର୍ଚ୍ଚାର ବିଷୟ ହୋଇଛି। ରାଜ୍ୟରେ ପ୍ରଥମଥର ପାଇଁ ଭାଜପା ଶାସନକୁ ଆସିଛି। ତେଵେ...

ସହରର ବିକାଶ ପାଇଁ ଅଣ୍ଟା ଭିଡ଼ିଲେ ନିର୍ବାହୀ ଅଧିକାରୀ, ଜବରଦଖଲକାରୀଙ୍କ ମଧ୍ୟରେ ଛନକା

ପୁରୁଷୋତ୍ତମପୁର,୧୪ା୧୨(ସବିତା ମିଶ୍ର): ଅବହେଳିତ ଭାବରେ ପଡ଼ିରହିଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିର ବିକାଶ ଲାଗି ଅଣ୍ଟାଭିଡ଼ିଛନ୍ତି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ। ସହର ମଧ୍ୟରେ ଓ...

ଜି.ଉଦୟଗିରିରେ ତୁଷାରପାତ ସହ ପ୍ରବଳ ଶୀତ

ଜି.ଉଦୟଗିରି,୧୪।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ରଜ୍ୟର ସବୁଠାରୁ ଥଣ୍ଡା ସହର କନ୍ଧମାଳ ଜିଲା ଜି.ଉଦୟଗିରି। ଉକ୍ତ ଅଞ୍ଚଳରେ ହାଡ଼ଭଙ୍ଗା ଶୀତ ଲାଗି ଅସ୍ତବ୍ୟସ୍ତ ଅଞ୍ଚଳବାସୀ। ତୁଷାରପାତ...

ଶ୍ରୀମନ୍ଦିରକୁ ସୁରକ୍ଷା ଦେଉଥିବା ମେଘନାଦ ପାଚେରି ଅସୁରକ୍ଷିତ: ଗଳୁଛି ପାଣି

ପୁରୀ ୧୪।୧୨( ଅଜିତ୍‌ କୁମାର ମହାନ୍ତି ): ଶ୍ରୀମନ୍ଦିର ମେଘନାଦ ପ୍ରାଚୀର ବିପଦରେ ଥିବା ଦେଖିବାକୁ ମିଳିଛି । ମେଘନାଦ ପାଚେରି ଯୋଡେଇ ଫାଟ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri