ସୁଧୁରୁନି ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବାର୍କ ସେବା, ଏସ୍‌ପିଙ୍କୁ ଭେଟିଲେ ଉପଭୋକ୍ତା

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ): ସରକାରଙ୍କ ପକ୍ଷରୁ ଟେଲିକମ ବିଭାଗ ବିକାଶ ନିମନ୍ତେ ବିଭିନ୍ନ କାର୍ଯ୍ୟ ହେଉଛି। ହେଲେ ଗଞ୍ଜାମ ଜିଲା ସଦରମହକୁମା ଛତ୍ରପୁର ସହରରେ ବିଏସ୍‌ଏନ୍‌ଏଲ୍‌ ନେଟଓ୍ବାର୍କ ଲଗାତର ଭାବେ ସମସ୍ୟା ଦେଖାଦେଉଛି। ଏନେଇ ବାରମ୍ବାର ସହରର ଉପଭୋକ୍ତାମାନେ ବିଏସ୍‌ଏନ୍‌ଏଲ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ସୁଦ୍ଧା ଅଧିକାରୀମାନେ କର୍ଣ୍ଣପାତ କରୁନାହାନ୍ତି। ଫଳରେ ବହୁଦିନ ଧରି ସହରର ଉପଭୋକ୍ତାମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ନେଟଓ୍ବାର୍କ ସମସ୍ୟା ପାଇଁ ସହରର ବ୍ୟବସାୟୀଙ୍କଠାରୁ ଆରମ୍ଭ କରି ଯୁବତୀ/ଯୁବକ ଅନ୍‌ଲାଇନ୍‌ରେ ବିଭିନ୍ନ ପାଠପଢ଼ାରେ ମଧ୍ୟ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏସଂକ୍ରାନ୍ତରେ ଅଧିକାରୀମାନଙ୍କ ବୈମାତୃକ ମନୋଭାବକୁ ନେଇ ବୁଧବାର ସହରର ବ୍ୟବସାୟୀ ଏବଂ ଜନସାଧାରଣ ବିଏସଏନଏଲ ଜିଏମ୍‌ଙ୍କଠାରୁ ଆରମ୍ଭ କରି ସହକାରୀ ନିର୍ବାହୀଯନ୍ତ୍ରୀଙ୍କ ପର୍ଯ୍ୟନ୍ତ ବିଭିନ୍ନ ପଦାଧିକାରୀଙ୍କ ବିରୋଧରେ ପୋଲିସ ମାମଲା ରୁଜୁ କରିବା ପାଇଁ ଗଞ୍ଜାମ ଏସ୍‌ପି ଜଗମୋହନ ମୀନାଙ୍କୁ ଭେଟିଛନ୍ତି। ଛତ୍ରପୁର ସହରକୁ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବାର୍କ ସୁବିଧା ତୁରନ୍ତ ଯୋଗାଇ ଦିଅନ୍ତୁ ନଚେତ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ଆଇନଜୀବୀ ବି.ଶ୍ରୀନିବାସ, ୟୁଥ୍‌ ମାସ ସେବା ସଂଘର ସମ୍ପାଦକ ସୟଦ ମୁକ୍ତାର, କାଉନସିଲର କେ.ରମେଶଙ୍କ ସମେତ ବହୁ ଉପଭୋକ୍ତା ଏସ୍‌ପିଙ୍କୁ ଭେଟି ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri