ମିଳୁନି ବିଏସ୍‌ଏନ୍‌ଏଲ୍‌ ସେବା, ପ୍ରତିଶ୍ରୁତି ପରେ ହଟିଲା ରାସ୍ତାରୋକୋ

ରାଇକିଆ,୧୭ା୧୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନା ମାଣିକେଶ୍ୱେର ପଞ୍ଚାୟତବାସୀ ବିଏସ୍‌ଏନ୍‌ଏଲ ସେବାରୁ ବଞ୍ଚିତ ହେଉଛନ୍ତି। ବିଭିନ୍ନ ସ୍ଥାନରେ ଟାଓ୍ବାର ସ୍ଥାପନ ହେଇଥିଲେ ମଧ୍ୟ ସେବା ମିଳି ପାରିନାହିଁ। ଇଣ୍ଟରନେଟ୍‌ ଯୁଗରେ ଲୋକେ ମୋବାଇଲ ଭଳି ସାଧାରଣ ସୁବିଧା ପାଇ ପାରିନାହାନ୍ତି। ଏହାର ପ୍ରତିବାଦରେ ସୋମବାର ମାଣିକେଶ୍ବର ପଞ୍ଚାୟତବାସୀ ରାସ୍ତାରୋକୋ କରିବା ସହ ଆନ୍ଦୋଳନ କରିଥିଲେ। ଖବର ପାଇ ଜି.ଉଦୟଗିରି ଏସ୍‌ଡିପିଓ ବିଜୟ କୁମାର ବିଶି ଏବଂ କନ୍ଧମାଳ ଏମ୍‌ପିଙ୍କ ପ୍ରତିନିଧି ତଥା ଟେଲିଫୋନ ଆଡଭାଇଜର କମିଟି ସଦସ୍ୟ ସନ୍ତୋଷ ଲେଙ୍କା ପହଞ୍ଚି ଲୋକଙ୍କୁ ବୁଝାଇବା ସହ ଏହାର ସମାଧାନ ଦିଗରେ ପଦକ୍ଷେପ ଗ୍ରହଣ କରିବାକୁ ପ୍ରତିଶ୍ରୁତି ପରେ ପଞ୍ଚାୟତବାସୀ ଆନ୍ଦୋଳନରୁ ଓହରିଥିଲେ। ମାଣିକେଶ୍ୱରଠାରେ ତୁରନ୍ତ ସେବା ଆରମ୍ଭ ହେଇଥିବା ବେଳେ ବରେପାଙ୍ଗାରେ ମଧ୍ୟ ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ ବୋଲି ଲେଙ୍କା କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ଆଜି, ୨୨ ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର…

ନୂଆଦିଲ୍ଲୀ,୨୧।୬(ପି.ଟି.): ରବିବାର ଅନୁଷ୍ଠିତ ହେବାକୁ ଥିବା ଡାକ୍ତରୀ ଶିକ୍ଷା ପ୍ରବେଶିକା ପରୀକ୍ଷା (ଏନ୍‌ଇଇଟି-ୟୁଜି)କୁ ନିର୍ବିଘ୍ନ, ସୁରକ୍ଷିତ ଓ ସ୍ବଚ୍ଛ ଭାବେ ସମ୍ପାଦନ କରିବା ପାଇଁ ଶନିବାର ଦେଶବ୍ୟାପୀ…

ଧର୍ମେନ୍ଦ୍ର ଇସ୍ତଫା ନ ଦେବା ଯାଏ ଯନ୍ତରମନ୍ତର ଛାଡ଼ିବୁନୁ: ଦୀପ୍‌କେ

ନୂଆଦିଲ୍ଲୀ,୨୧।୬(ପି.ଟି.): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ନ ଦେବା ଯାଏ ନୂଆଦିଲ୍ଲୀର ଯନ୍ତରମନ୍ତର ଛାଡ଼ିବେ ନାହିଁ ବୋଲି କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପ୍ରତିଷ୍ଠାତା ଅଭିଜିତ…

୧ରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ୨୪ରେ ୧ ଘଣ୍ଟିଆ ଓପିଡି ସେବା ବନ୍ଦ

ଭୁବନେଶ୍ୱର, ୨୧ା୬ (ବନ୍ଦନା ସେଠୀ): ଅନ୍ତର୍ଜାତୀୟ ଡାକ୍ତର ଦିବସ ଅବସରରେ ଜୁଲାଇ ୧ରେ କାର୍ଯ୍ୟ ବନ୍ଦ ଆନ୍ଦୋଳନର ଆହ୍ବାନ ଦେଇଛି ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (ଓମ୍‌ସା)।…

ଏସ୍‌ଆଇଆର୍‌ରେ ଆଠମଲ୍ଲିକ ରାଜ୍ୟରେ ପ୍ରଥମ

ଆଠମଲ୍ଲିକ,୨୧ା୬(ଉଦୀପ୍ତ ପୁରୋହିତ) ଅନୁଗୋଳ ଜିଲା ଆଠମଲ୍ଲିକ ଉପଜିଲାପାଳ ତଥା ନିର୍ବାଚନ ପଞ୍ଜୀକରଣ ଅଧିକାରୀ ଉପେନ୍ଦ୍ର ଲୁହାଙ୍କ ନେତୃତ୍ୱରେ ଚାଲିଥିବା ସ୍ବତନ୍ତ୍ର ସଂଘନ ସଂଶୋଧନ (ଏସ୍‌ଆଇଆର୍‌) ୨୦୨୬ କାର୍ଯ୍ୟକ୍ରମ…

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ମାନବିକତା ଦେଖାଇଲେ ଏସଡିପିଓ: ରାସ୍ତାରୁ ଆହତ ଯୁବକଙ୍କୁ ଉଦ୍ଧାର କରି ନିଜ ଗାଡ଼ିରେ ପହଞ୍ଚାଇଲେ ମେଡିକାଲ

ଭଞ୍ଜନଗର, ୨୦।୬(ବାବୁଲା ପ୍ରଧାନ)- ପୋଲିସଙ୍କ ଭିତରେ ଥିବା ସମ୍ବେଦନଶୀଳ ମାନବିକତାର ଏକ ଅନନ୍ୟ ଉଦାହରଣ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ। ଡ୍ୟୁଟି ସାରି ଫେରିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri