୨୦ ଦିନ ହେଲା ବିଏସ୍‌ଏନ୍‌ଏଲ ସେବା ଅଚଳ, ଉପଭୋକ୍ତା ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଗତ ୨୦ ଦିନରୁ ଊର୍ଦ୍ଧ୍ୱ ହେବ ବିଏସ୍‌ଏନ୍‌ଏଲର ମୋବାଇଲ ନେଟ୍‌ଓ୍ବର୍କ ସେବା ଅଚଳ ହୋଇପଡ଼ିଛି। ଫଳରେ ଉପଭୋକ୍ତାମାନେ ହଇରାଣ ଭୋଗୁଛନ୍ତି। ମୋବାଇଲ ସେବା ଅଚଳ ଯୋଗୁ ଗ୍ରାହକ ସେବାକେନ୍ଦ୍ର ସମେତ କ୍ଷୁଦ୍ର ବ୍ୟାଙ୍କ, ଅନ୍‌ଲାଇନ କାର୍ଯ୍ୟ ସମେତ ଲୋକଙ୍କ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛି। ଗତ ୨୦୦୮ରୁ ସ୍ଥାପନ ହୋଇଥିବା ଏହି ସେବା ଏବେ ପୂର୍ବପେକ୍ଷା ଅଧିକ ସମୟ ଅଚଳ ହୋଇପଡୁଛି। ଦୀର୍ଘ ୫ ବର୍ଷରୁ ଊର୍ଦ୍ଧ୍ୱ ସମୟ ହେଲା ବିଏସ୍‌ଏନ୍‌ଏଲ୍‌ର ଜେନେନେଟର ଅଚଳ ହୋଇପଡ଼ିଥିବା ବେଳେ ତାକୁ ମରାମତି କରାଯାଉନାହିଁ କି ନୂତନ ଜେନେନେଟର ସ୍ଥାପନ କରାଯାଉନାହିଁ।

ସେହିପରି ବିଏସ୍‌ଏନ୍‌ଏଲ୍‌ ଟାଓ୍ବାର ଓ ଏକ୍ସଚେଞ୍ଜ କାର୍ଯ୍ୟାଳୟରେ ୫-ଜି ଜିଓ ନେଟ୍‌ଓ୍ବର୍କ ମିଳିତ ସଂଯୋଗ କରାଯାଇଥିବା ବେଳେ ବିଦ୍ୟୁତ୍‌ ବିଭ୍ରାଟ ହେଲେ ବିଏସ୍‌ଏନ୍‌ଏଲର ୪-ଜି ଏବଂ ଜିଓ ୫-ଜିକୁ ମଧ୍ୟ ଜେନେନେଟର ଅଚଳ ଯୋଗୁ ବନ୍ଦ କରିଦିଆଯାଉଛି। ଏନେଇ ଅଞ୍ଚଳବାସୀ ବାରମ୍ବାର ଅଭିଯୋଗ କଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଉ ନ ଥିବା ଅଞ୍ଚଳବାସୀ ଅଭିଯୋଗ କରୁଛନ୍ତି। ଏବେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଏତେଦିନ ମରାମତିରେ ବିଳମ୍ବ ଯୋଗୁ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟରେ ବାଧାସୃଷ୍ଟି ହୋଇଛି। ଏନେଇ ବିଭାଗର କନ୍ଧମାଳ ଡିଜିଏମ୍‌ ବୃନ୍ଦାବନ ମାଝୀଙ୍କ ସହ ଫୋନ୍‌ ଯୋଗେ ଯୋଗାଯୋଗ କରାଯାଇଥିଲା କିନ୍ତୁ ସେ କୌଣସି ଉତ୍ତର ଦେଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ହାଟଡିହୀରେ ଅଭାବନୀୟ ଚିତ୍ର: ଖଟିଆରେ ଭାଲିଆ ନାଳ ପାର ହେଲେ ରୋଗୀ, ରାସ୍ତା-ପୋଲ ନଥିବାରୁ ଦୁର୍ଦ୍ଦଶାରେ…

ହାଟଡିହୀ, ୪।୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଅନ୍ତର୍ଗତ ମଲ୍ଲିପଶି ଗ୍ରାମକୁ ପକ୍କା ରାସ୍ତା ଏବଂ ନାଳ ଉପରେ ପୋଲ…

ହାଟଡିହୀରେ ମିଳୁନି ସାର: ସମବାୟ ସମିତି ଓ ବିକ୍ରୟ କେନ୍ଦ୍ର ପରିଦର୍ଶନ କଲେ ବିଧାୟକ

ହାଟଡିହୀ/ଛେନାପଦୀ, ୪।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବର୍ତ୍ତମାନ ପ୍ରବଳ ସାର ସଙ୍କଟ ଦେଖାଦେଇଛି। ସମବାୟ ସମିତିରେ ଆବଶ୍ୟକୀୟ ସାର ନ ଥିବାବେଳେ ଖୋଲା…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ବିଧାୟକଙ୍କ ହସ୍ତକ୍ଷେପ ପରେ ବେଲଗୁଣ୍ଠାରେ ଲୋକଙ୍କୁ ମିଳିଲା ବିଶୁଦ୍ଧ ପାଣି

ବେଲଗୁଣ୍ଠା, ୪।୮ (କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଏନ୍.ଏ.ସି. ଅନ୍ତର୍ଗତ ୧୨ ଏବଂ ୧୩ ନମ୍ବର ୱାର୍ଡ ଭଗବତପାଟଣା ଓ ଧନିଜାପଲ୍ଲୀରେ ବିଗତ କିଛି…

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଆବେଦନ: ଦାରିଙ୍ଗବାଡ଼ି କୃଷି କାର୍ଯ୍ୟାଳୟରେ କୃଷକଙ୍କ ପ୍ରବଳ ଭିଡ଼

ଦାରିଙ୍ଗବାଡ଼ି,୪।୮(ଅରୁଣ ସାହୁ): କୃଷି କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ କୃଷକମାନଙ୍କୁ ବିଭିନ୍ନ ଯୋଜନାର ସୁଫଳ ଯୋଗାଇ ଦିଆଯାଉଛି। ବର୍ତ୍ତମାନ ଅଞ୍ଚଳରେ ଲଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri