ବିଏସଏନଏଲର ୪ଜି ସେବା ଅଚଳ: ରାସ୍ତା କଡ଼ରେ ବସି ଗର୍ଭବତୀଙ୍କ ଡାଟା ଅନଲାଇନରେ ଅପଲୋଡ଼ କରୁଛନ୍ତି ଅଙ୍ଗନାୱାଡି କର୍ମୀ

ଦାରିଙ୍ଗବାଡି, ୨୩।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ବିଏସଏନଏଲ ସେବା ବିପର୍ଯ୍ୟୟ ହୋଇପଡିଛି। କେଉଁଠି ୨୦ ଦିନରୁ ଉର୍ଦ୍ଧ୍ୱ ସମୟ ଧରି ବିଏସଏନଏଲ ସେବା ବାଧାପ୍ରାପ୍ତ ହେଇଥିବାବେଳେ ଆଉ କେଉଁଠି ବ୍ରଡ଼ବ୍ୟାଣ୍ଡ ଅଚଳ ହୋଇପଡୁଛି। ଆଉ କେଉଁଠି ୩ଜି ଏବଂ ୪ଜି ସେବା ଅଚଳ ହୋଇପଡୁଛି ଫଳରେ ଦୀର୍ଘ ବର୍ଷ ଧରି ବିଏସଏନଏଲ ଉପରେ ର୍ନିଭର କରୁଥିବା ଉପଭୋକ୍ତା ବିଭିନ୍ନ ସରକାରୀ ଓ ବେସରକାରୀ କାର୍ଯ୍ୟ ପାଇଁ ହଟହଟା ହେଉଛନ୍ତି ଆଧାର ହେଉ କି ପାନ କାର୍ଡ କିମ୍ବା ବ୍ୟାଙ୍କ ଆକାଉଣ୍ଟ ରେ ନିଜ ବିଏସଏନଏଲ ମୋବାଇଲ ନମ୍ବର ଲିଙ୍କ କରିଥିବାରୁ ଓଟିପି ପାଇଁ ଉପଭୋକ୍ତା ମାନେ ହଇରାଣ ଭୋଗୁଛନ୍ତି।

ଏଭଳି ଉକ୍ତ ବ୍ଲକ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଗତ କିଛି ଦିନ ୪ଜି ସେବା ଅଚଳ ଯୋଗୁ ୫୯ ନଂ ଜାତୀୟ ରାଜପଥ କଡ଼ରେ ଅଙ୍ଗନାୱାଡି କର୍ମୀମାନେ ବସି ଗର୍ଭବତୀଙ୍କ ଅନଲାଇନ ଲିଙ୍କ କରାଉଛନ୍ତି। ଏନେଇ ଜଣେ ଅଙ୍ଗନାୱାଡି କର୍ମୀ ରୁନିତା ପଡ୍ରା କହିଛନ୍ତି, କିରିକୁଟିର ବିଏସଏନଏଲ ମୋବାଇଲ ନମ୍ବରରୁ ଓଟିପି ସଂଗ୍ରହ ଓ ସିମନବାଡିର ଜିଓ ନେଟୱାର୍କ ଏହି ସ୍ଥାନରେ ଟିକିଏ ସିଗନାଲ ଆସୁଥିବାରୁ ଏହାର ଇଣ୍ଟରନେଟକୁ ବ୍ୟବହାର କରି ବହୁ ହଇରାଣରେ କାମ କରିବାକୁ ପଡୁଥିବା। ଉକ୍ତ ପଞ୍ଚାୟତର ପ୍ରାୟ ୧୦ରୁ ଉର୍ଦ୍ଧ୍ୱ ଅଙ୍ଗନାୱାଡି କର୍ମୀମାନେ ଏକାଠି ହୋଇ ଏଭଳି ଗର୍ଭବତୀଙ୍କ ଅନଲାଇନ କାର୍ଯ୍ୟ ଅପଲୋଡ଼ କରୁଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri