ଓଡ଼ିଶାରେ ବିଏସ୍‌ଏନ୍‌ଏଲର ନୂତନ ସେବା

ଭୁବନେଶ୍ୱର,୧୭।୨: ବିଏସଏନଏଲ ବୋର୍ଡର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଏ ରବର୍ଟ ଜେ ରବି ଓଡ଼ିଶା ଗସ୍ତରେ ଆସିଛନ୍ତି। ଶନିବାର ସେ ବିଏସଏନଏଲ ଭବନରେ ଓଡ଼ିଶାର ପ୍ରଦର୍ଶନକୁ ନେଇ ସମୀକ୍ଷା କରିଛନ୍ତି। ସମୀକ୍ଷା ବୈଠକରେ ବିଏସଏନଏଲର ମହାପ୍ରବନ୍ଧକ ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ରବି ଓଡ଼ିଶା ପରିମଣ୍ଡଳରେ ରାଜସ୍ବ ବୃଦ୍ଧି, ଭାରତ ଫାଇବର ବିକାଶ, ୪ଜି ସମ୍ପୂର୍ଣ୍ଣତା ପ୍ରକଳ୍ପର ସମୀକ୍ଷା କରିଥିଲେ। ଏହି ଗସ୍ତ ଅବସରରେ ବିଏସଏନଏଲ ସିଏମଡି ସ୍କାଇପ୍ରୋ ସହଭାଗିତାରେ ବିଏସଏନଏଲ ଓଡ଼ିଶା ପରିମଣ୍ଡଳର ଏଫଟିଟିଏଚ ଗ୍ରାହକଙ୍କ ପାଇଁ ଆଇଏଫଟିଭି (ଇଣ୍ଟରନେଟ ଫାଇବର ଟିଭି) ସେବାକୁ ଉଦଘାଟନ କରିଥିଲେ । ଏହି ସେବା ଜରିଆରେ ବିଏସଏନଏଲ ଓଡ଼ିଶା ପରିମଣ୍ଡଳର ଏଫଟିଟିଏଚ ଗ୍ରାହକଙ୍କୁ ପାଖାପାଖ ୫୫୦ ଲାଇଭ ଟିଭି ଚାନେଲ ଦେଖିବା ପାଇଁ ନିଃଶୁଳ୍କ ସେବା ଯୋଗାଇ ଦିଆଯିବ ବିଏସଏନଏଲ ଗ୍ରାହକଙ୍କ ପାଇଁ ବିଶେଷ କରି ଗ୍ରାମୀଣ କ୍ଷେତ୍ରରେ ଡିଜିଟାଲ ମନୋରଞ୍ଜନକୁ ଅଧିକ ସୁଲଭ କରିବ। ଏ ଅବସରରେ ବିଏସଏନଏଲ ସିଏମଡି କହିଛନ୍ତି, ବିଏସଏନଏଲ ବିଆଇଟିଭି ବ୍ରାଣ୍ଡ ନାମରେ ବିଏସଏନଏଲ ମୋବାଇଲ ଗ୍ରାହକଙ୍କ ପାଇଁ ମାଗଣା ଟିଭି ଦେଖିବାର ସେବା ଆରମ୍ଭ କରିଛି। ବିଏସଏନଏଲ ଓଡ଼ିଶା ପରିମଣ୍ଡଳ ଡିଜିଟାଲ ଭାରତ ନିଧ ପ୍ରକଳ୍ପ ଅଧୀନରେ ବିଭିନ୍ନ ଜିଲ୍ଲାର ଉପାନ୍ତ ଇଲାକାରେ ପୂର୍ବରୁ ୭୮୬ ନୂଆ ୪ଜି ଟାୱାର୍‌ ପ୍ରତିଷ୍ଠା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?