Posted inଜାତୀୟ

ବିଏସ୍‌ପିର ୯ ବିଦ୍ରୋହୀ ବିଧାୟକ ଏସ୍‌ପିରେ ହୋଇପାରନ୍ତି ସାମିଲ

ଲକ୍ଷ୍ନୌ,୧୫।୬: ଉତ୍ତରପ୍ରଦେଶରେ ଆସନ୍ତା ବର୍ଷ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ଏବେଠାରୁ ରାଜନୈତିକ ସରଗରମ ଦେଖାଦେଇଛି। ବିଭିନ୍ନ ରାଜନୈତିକ ଦଳ ପରସ୍ପର ଉପରେ କାଦୁଅ ଫିଙ୍ଗାଫିଙ୍ଗି ସହ ଦଳ ପରିବର୍ତ୍ତନ ଓ ମିଶ୍ରଣ ପର୍ବ ଚାଲିଛି। ଇତିମଧ୍ୟରେ ବହୁଜନ ସାମଜ ପାର୍ଟି(ବିଏସ୍‌ପି)ରେ ଏବେ ବିଦ୍ରୋହ ଦେଖାଦେଇଛି। ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ମାୟାବତୀଙ୍କ ଦଳର ୯ଜଣ ବିଧାୟକ ଏବେ ବିଦ୍ରୋହକୁ ଓହ୍ଲାଇଛନ୍ତି। ଏହି ବିଦ୍ରୋହୀ ବିଧାୟକମାନେ ଲକ୍ଷ୍ନୌ ସ୍ଥିତ ସମାଜବାଦୀ ପାର୍ଟି(ଏସ୍‌ପି) କାର୍ଯ୍ୟାଳୟରେ ଅଖିଳେଶ ଯାଦବଙ୍କୁ ସାକ୍ଷାତାକର କରିଥିବା ଜଣାପଡ଼ିଛି। କୁହାଯାଉଛି, ଏହି ବିଧାୟକମାନେ ଖୁବ୍‌ଶୀଘ୍ର ଏସ୍‌ପିରେ ସାମିଲ ହୋଇପାରନ୍ତି। ତେବେ ସାକ୍ଷାତକାର ସମୟରେ ଏହି ୯ବିଦ୍ରୋହୀ ବିଧାୟକ ଓ ଅଖିଳେଶଙ୍କ ମଧ୍ୟରେ ୨୦୨୨ ବିଧାନସଭା ନିର୍ବାଚନକୁ ନେଇ ଆଲୋଚନା ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ବିରୋଧରେ CJPର ବଡ଼ ଘୋଷଣା: ୫ ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ନୂଆଦିଲ୍ଲୀରେ ବିରୋଧ ମାର୍ଚ୍ଚ କରିବାକୁ ଘୋଷଣା କରିଛି। ଦଳର ଅଭିଯୋଗ ଅନୁସାରେ, କେନ୍ଦ୍ର ସରକାର ୨୫ ଜୁଲାଇରେ ଦେଶର ଯୁବପିଢ଼ିଙ୍କୁ…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଚିନିକୁ ନେଇ ଦେଶରେ ହଇଚଇ: ବଡ଼ ସୂଚନା ଦେଲା ଭାରତୀୟ ଚିନି ମିଲ୍‌ ସଂଘ, ଆଗକୁ…

ନୂଆଦିଲ୍ଲୀ,୨୪।୮: ଦେଶରେ ଚିନିର କୌଣସି ଅଭାବ ନାହିଁ ଏବଂ ଆଗାମୀ ଦିନରେ ଖୁଚୁରା ବଜାରରେ ଚିନି ଦର କମିବାର ଆଶା ରହିଛି ବୋଲି ଭାରତୀୟ ଚିନି ମିଲ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri