Posted inଜାତୀୟ

ମାୟାବତୀଙ୍କ ବଡ଼ ଘୋଷଣା: ଲୋକ ସଭା ସମେତ ସମସ୍ତ ବିଧାନସଭା ନିର୍ବାଚନରେ ଏକା ଲଢ଼ିବ ବିଏସ୍‌ପି

ଲକ୍ଷ୍ନୌ,୧୫।୧: ୨୦୨୩ରେ ହେବାକୁ ଥିବା ସମସ୍ତ ବିଧାନସଭା ନିର୍ବାଚନରେ ଏକାକୀ ଲଢ଼ିବ ବହୁଜନ ସମାଜବାଦୀ ପାର୍ଟି(ବିଏସ୍‌ପି)। ଏଥିସହ ୨୦୨୪ ଲୋକ ସଭା ନିର୍ବାଚନରେ ମଧ୍ୟ ବିଏସ୍‌ପି କୌଣସି ଦଳ ସହ ମେଣ୍ଟ କରିବ ନାହିଁ ବୋଲି କହିଛନ୍ତି ସୁପ୍ରିମୋ ମାୟାବତୀ। ରବିବାର ଜନ୍ମଦିନ ଅବସରରେ ଏଠାରେ ଗଣମାଧ୍ୟମକୁ ସମ୍ବୋଧିତ କରୁଥିବା ବେଳେ ସେ ଏନେଇ ଘୋଷଣା କରିଛନ୍ତି।

ବିଏସ୍‌ପି ସୁପ୍ରିମୋ ମାୟାବତୀ କହିଛନ୍ତି, ୨୦୨୩ରେ କର୍ନାଟକ, ମଧ୍ୟପ୍ରଦେଶ, ଛତିଶଗଡ଼ ଏବଂ ଯେଉଁଠାରେ ବି ନିର୍ବାଚନ ଅନୁଷ୍ଠିତ ହେବ, ବିଏସ୍‌ପି ଏକାକି ସମସ୍ତ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବ। ଲୋକ ସଭା ନିର୍ବାଚନରେ ମଧ୍ୟ ଦଳ କାହା ସହ ମେଣ୍ଟ କରିବ ନାହିଁ।

ତେବେ ମାୟାବତୀ ଏହି ସମୟରେ ସମାଜବାଦୀ ପାର୍ଟିକୁ କଟାକ୍ଷ କରି କହିଛନ୍ତି, ଏସ୍‌ପି ସରକାର ଏସ୍‌ସି ଏବଂ ଏସ୍‌ଟି ସଂରକ୍ଷଣକୁ ସଂସଦରେ ପାରିତ ହେବାକୁ ଦେଇନାହାନ୍ତି। ଏପରିକି ବିଲ୍‌କୁ ମଧ୍ୟ ଚିରି ଦେଇଛନ୍ତି। ବିଏସ୍‌ପି ସରକାର ଏସ୍‌ସି-ଏସ୍‌ଟି ଲୋକଙ୍କୁ ତାଙ୍କର ହକ୍‌ ଦେଇଥିଲା। ଦଳ ସନ୍ଥ ଏବଂ ଗୁରୁଙ୍କୁ ମଧ୍ୟ ଆଦର ସମ୍ମାନ କରିଛି। ହେଲେ ଅନ୍ୟ ଦଳର ସରକାରରେ ଏଭଳି ହୁଏ ନାହିଁୟ। ଏଣୁ ବିଏସ୍‌ପି ଶାସନ କ୍ଷମତାକୁ ଆସିଲେ ବାବା ସାହେବ ଦେଇଥିବା ଆଇନର ଲାଭ ପାଇପାରିବେ। ସେମାନେ ଆତ୍ମ ସମ୍ମାନର ଜୀବନ ବିତାଇ ପାରିବେ। ଯଦି ସେଭଳି ହୁଏ ତେବେ ତାହା ଜନ୍ମଦିନର ସବୁଠାରୁ ବଡ଼ ଉପହାର ହେବ। ଏହାଠାରୁ ଅଧିକ କିଛି ଆବଶ୍ୟକତା ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଇରାନର ବଡ଼ ଦାବି, ମିଶାଇଲ୍ ଆଟାକରେ ଦୁଇଖଣ୍ଡ ହେଲା ଆମେରିକାର AWACS

ନୂଆଦିଲ୍ଲୀ,୨୯।୩: ଇରାନ ରବିବାର ଦିନ ସାଉଦି ଆରବରେ ଥିବା ଏକ ଆମେରିକୀୟ ଏୟାରବେସ୍ ଉପରେ ମିଶାଇଲ୍ ଏବଂ ଡ୍ରୋନ ଆଟାକ୍ କରିଛି । ଏହି ଆକ୍ରମଣରେ ଆମେରିକୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri