ମାନସିକ ଅନଗ୍ରସରଙ୍କୁ ଅପମାନିତ କଲେ ବିଏସଏସଓ: ବୁଦ୍ଧିଜୀବୀ ମହଲରେ ନିନ୍ଦା

ଦାରିଙ୍ଗବାଡି, ୮।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପରିସର ମଧ୍ୟରେ ବୁଧବାର ଭୀମଭୋଇ ଦିବ୍ୟାଙ୍ଗ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଥିଲା। ଏଥିରେ ଏକାଧିକ ତ୍ରୁଟିକୁ ନେଇ ଜନ ଅସନ୍ତୋଷ ଦେଖାଯାଇଥିଲା। ଦାରିଙ୍ଗବାଡିରେ ଏହି ଶିବିରକୁ ଶହ ଶହ ରୋଗୀ ଆସିଥାନ୍ତି। ଏହି କ୍ରମରେ ମାନସିକ ଅନଗ୍ରସର, ଦୃଷ୍ଟି ଓ ଶ୍ରବଣ ବାଧିତ, ଅସ୍ଥିଶଲ୍ୟ ବିଭାଗ ସମେତ ଶିଶୁ ମାନଙ୍କ ବିଭିନ୍ନ ସମସ୍ୟାକୁ ବିଶେଷଜ୍ଞ ଡାକ୍ତରମାନେ ଚିକିତ୍ସା କରି ପ୍ରମାଣପତ୍ର ପ୍ରଦାନ କରନ୍ତି। ପୂର୍ବରୁ ଭିନ୍ନକ୍ଷମ କୁହାଯାଉଥିବା ବେଳେ ରାଜ୍ୟ ଏବଂ କେନ୍ଦ୍ର ସରକାର ତାକୁ ପରିବର୍ତ୍ତନ କରି ଦିବ୍ୟାଙ୍ଗ କହିବା ଓ ଜଣେ ସକ୍ଷମ ସହ ଦିବ୍ୟାଙ୍ଗଙ୍କୁ ସମାନ ଦୃଷ୍ଟିରେ ଦେଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। କିନ୍ତୁ ଏହି ଶିବିରରେ ଦିବ୍ୟାଙ୍ଗମାନଙ୍କୁ ଅତି କଦର୍ଯ୍ୟ ଭାବେ ଉଚ୍ଚାରଣ କରାଯାଇ ପୋଷ୍ଟର ଲଗାଯାଇଥିବା ଘଟଣାକୁ ଲୋକମାନେ ନାପସନ୍ଦ କରୁଥିଲେ। ମାନସିକ ଅନଗ୍ରସର ସ୍ଥାନରେ ମୁଣ୍ଡ ଦୋଷ ବୋଲି ଉଲ୍ହେଖ କରାଯାଇଥିବାବେଳେ ଅସ୍ଥିଶଲ୍ୟ ପୋଷ୍ଟର ବଦଳରେ ଗୋଡ଼ ଓ ହାତ ଭଙ୍ଗା ବିଭାଗ, ସିକଲସେଲ ବଦଳରେ ସିକଲିଙ୍ଗ ଆଦି କଦର୍ଯ୍ୟ କରି ପୋଷ୍ଟର ଲଗାଯାଇଥିଲା। ଯାହାକି ବୁଦ୍ଧିଜୀବୀ ମହଲରେ ବିଏସଏସଓ କ୍ଷିତୀଶ ସାହୁଙ୍କ ଏଭଳି କାର୍ଯ୍ୟକୁ ନିନ୍ଦା କରାଯାଇଛି। ଜଣେ ଦିବ୍ୟାଙ୍ଗ ଯେତେବେକେ ନିଜ ନାମ ରେଜିଷ୍ଟ୍ରେସନ କରିବାକୁ ପହଞ୍ଚି ଏଭଳି ଦେଖିଛନ୍ତି। ଦୁଃଖ ପ୍ରକାଶ କରୁଥିବା ଜଣାପଡିଛି । ଏନେଇ ବିଏସଏସଓଙ୍କୁ ପଚାରିବାରୁ କୌଣସି ସନ୍ତୋଷଜନକ ଉତ୍ତର ଦେଇ ନ ଥିଲେ।

 

Dharitri – Odisha’s No.1, Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଟ୍ରେନରେ ମୋବାଇଲ ହଜି ଯାଇଛି କି? ମିଳିବ ଏମିତି, ସରକାର କହିଲେ ଟ୍ରିକ୍‌

ନୂଆଦିଲ୍ଲୀ,୨୧।୧: ଯଦି ଟ୍ରେନରେ କିମ୍ୱା ଷ୍ଟେସନରେ ଯାତ୍ରା କରିବା ସମୟରେ ଆପଣଙ୍କର ମୋବାଇଲ ଫୋନ ହଜିଯାଏ କିମ୍ୱା ଚୋରି ହୋଇଯାଏ, ତେବେ ଏହାକୁ ଫେରି ପାଇବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri