୩ ମହଲାରୁ ପଡ଼ି ବିଟେକ୍‌ ଛାତ୍ର ଗୁରୁତର

ପରଜଙ୍ଗ, ୩।୪(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ସରାଙ୍ଗସ୍ଥିତ ଇନ୍ଦିରା ଗାନ୍ଧୀ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲେଜି (ଆଇଜିଆଇଟି)ରେ ଶନିବାର ବିଳମ୍ବିତ ରାତିରେ ଅଘଟଣ ଘଟିଛି। ଶିକ୍ଷାନୁଷ୍ଠାନର ଛାତ୍ରାବାସ ‘ସୂର୍ଯ୍ୟଭବନ’ର ୩ ମହଲାରୁ ଖସିପଡ଼ି ଜଣେ ବି-ଟେକ୍‌ ଶେଷବର୍ଷ ଛାତ୍ର ଗୁରୁତର ହୋଇଛନ୍ତି। ସେ ହେଲେ ରାଉରକେଲା ଅଞ୍ଚଳର ସତ୍ୟମ୍‌ ଖାଲ୍‌କୋ। ସଙ୍କଟାପନ୍ନ ଅବସ୍ଥାରେ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଛି। ଏହି ଘଟଣାରେ ଆଇଜିଆଇଟି ଅଧ୍ୟକ୍ଷ ଡ. ସତ୍ୟବ୍ରତ ମହାନ୍ତଙ୍କ ଅଭିଯୋଗ ଆଧାରରେ ପୋଲିସ ୨ ଅଣଛାତ୍ରଙ୍କ ସମେତ ମୋଟ ୪ ଜଣଙ୍କୁ ଅଟକ ରଖି ତନାଘନା ଚଳାଇଛି। ପ୍ରେମ ବ୍ୟାପାରକୁ କେନ୍ଦ୍ରକରି ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ସଂଘର୍ଷରୁ ଏଭଳି ଘଟଣା ଘଟିଥିବା ଚର୍ଚ୍ଚା ହେଉଛି।
ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଆଇଜିଆଇଟିର ମେଟେରୋଲୋଜିକାଲ ବିଭାଗର ଶେଷବର୍ଷ ଛାତ୍ର ହେଉଛନ୍ତି ସତ୍ୟମ୍‌। ଗତ ଶନିବାର ବିଭାଗୀୟ କାର୍ଯ୍ୟକ୍ରମ ଥିବାରୁ ଛାତ୍ରୀଛାତ୍ରମାନେ ବିଳମ୍ବିତ ରାତି ପର୍ଯ୍ୟନ୍ତ ପାର୍ଟି କରିଥିଲେ। ହଷ୍ଟେଲ୍‌କୁ ଫେରିବା ପରେ ପ୍ରେମ ସମ୍ପର୍କକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ଯୁକ୍ତିତର୍କ ହୋଇ ହାତାହାତି ପର୍ଯ୍ୟନ୍ତ କଥା ଯାଇଥିଲା। ଏହି ସମୟରେ କେହି ଜଣେ ସତ୍ୟମଙ୍କୁ ଠେଲି ଦେଇଥିବା ଚର୍ଚ୍ଚା ହେଉଛି। ତେବେ ଅନ୍ୟ ଏକ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଗଣ୍ଡଗୋଳ ବେଳେ ସତ୍ୟମ୍‌ ଭାରସାମ୍ୟ ହରାଇ ୩ ମହଲା କୋଠାରୁ ତଳକୁ ଖସିପଡ଼ିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ତାଳଚେରସ୍ଥିତ ମଣ୍ଡାପାଳ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରୁ ଅନୁଗୋଳ ଜିଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ଅବସ୍ଥା ଉଦ୍‌ବେଗଜନକ ଥିବାରୁ ତାଙ୍କୁ ପରେ ଭୁବନେଶ୍ୱରର ଏକ ଘରୋଇ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ଏହି ଘଟଣାକୁ କଲେଜ କର୍ତ୍ତୃପକ୍ଷ ଅତି ଗୁରୁତ୍ୱର ସହ ନେଇଛନ୍ତି। ଅଧ୍ୟକ୍ଷ ଡ. ମହାନ୍ତଙ୍କ ଅଭିଯୋଗକ୍ରମେ ପରଜଙ୍ଗ ଥାନାରେ ଏକ ମାମଲା ରୁଜୁ କରାଯାଇଛି। ଘଟଣାରେ ସମ୍ପୃକ୍ତ ଅଭିଯୋଗରେ ୨ ଜଣ ବି-ଟେକ୍‌ ତୃତୀୟ ବର୍ଷ ଛାତ୍ର ଏବଂ ୨ ଜଣ ଅଣଛାତ୍ରଙ୍କୁ ଅଟକ ରଖି ପୋଲିସ ପଚରାଉଚରା କରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri