୩ ମହଲାରୁ ପଡ଼ି ବିଟେକ୍‌ ଛାତ୍ର ଗୁରୁତର

ପରଜଙ୍ଗ, ୩।୪(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ସରାଙ୍ଗସ୍ଥିତ ଇନ୍ଦିରା ଗାନ୍ଧୀ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲେଜି (ଆଇଜିଆଇଟି)ରେ ଶନିବାର ବିଳମ୍ବିତ ରାତିରେ ଅଘଟଣ ଘଟିଛି। ଶିକ୍ଷାନୁଷ୍ଠାନର ଛାତ୍ରାବାସ ‘ସୂର୍ଯ୍ୟଭବନ’ର ୩ ମହଲାରୁ ଖସିପଡ଼ି ଜଣେ ବି-ଟେକ୍‌ ଶେଷବର୍ଷ ଛାତ୍ର ଗୁରୁତର ହୋଇଛନ୍ତି। ସେ ହେଲେ ରାଉରକେଲା ଅଞ୍ଚଳର ସତ୍ୟମ୍‌ ଖାଲ୍‌କୋ। ସଙ୍କଟାପନ୍ନ ଅବସ୍ଥାରେ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଛି। ଏହି ଘଟଣାରେ ଆଇଜିଆଇଟି ଅଧ୍ୟକ୍ଷ ଡ. ସତ୍ୟବ୍ରତ ମହାନ୍ତଙ୍କ ଅଭିଯୋଗ ଆଧାରରେ ପୋଲିସ ୨ ଅଣଛାତ୍ରଙ୍କ ସମେତ ମୋଟ ୪ ଜଣଙ୍କୁ ଅଟକ ରଖି ତନାଘନା ଚଳାଇଛି। ପ୍ରେମ ବ୍ୟାପାରକୁ କେନ୍ଦ୍ରକରି ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ସଂଘର୍ଷରୁ ଏଭଳି ଘଟଣା ଘଟିଥିବା ଚର୍ଚ୍ଚା ହେଉଛି।
ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଆଇଜିଆଇଟିର ମେଟେରୋଲୋଜିକାଲ ବିଭାଗର ଶେଷବର୍ଷ ଛାତ୍ର ହେଉଛନ୍ତି ସତ୍ୟମ୍‌। ଗତ ଶନିବାର ବିଭାଗୀୟ କାର୍ଯ୍ୟକ୍ରମ ଥିବାରୁ ଛାତ୍ରୀଛାତ୍ରମାନେ ବିଳମ୍ବିତ ରାତି ପର୍ଯ୍ୟନ୍ତ ପାର୍ଟି କରିଥିଲେ। ହଷ୍ଟେଲ୍‌କୁ ଫେରିବା ପରେ ପ୍ରେମ ସମ୍ପର୍କକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ଯୁକ୍ତିତର୍କ ହୋଇ ହାତାହାତି ପର୍ଯ୍ୟନ୍ତ କଥା ଯାଇଥିଲା। ଏହି ସମୟରେ କେହି ଜଣେ ସତ୍ୟମଙ୍କୁ ଠେଲି ଦେଇଥିବା ଚର୍ଚ୍ଚା ହେଉଛି। ତେବେ ଅନ୍ୟ ଏକ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଗଣ୍ଡଗୋଳ ବେଳେ ସତ୍ୟମ୍‌ ଭାରସାମ୍ୟ ହରାଇ ୩ ମହଲା କୋଠାରୁ ତଳକୁ ଖସିପଡ଼ିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ତାଳଚେରସ୍ଥିତ ମଣ୍ଡାପାଳ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରୁ ଅନୁଗୋଳ ଜିଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ଅବସ୍ଥା ଉଦ୍‌ବେଗଜନକ ଥିବାରୁ ତାଙ୍କୁ ପରେ ଭୁବନେଶ୍ୱରର ଏକ ଘରୋଇ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ଏହି ଘଟଣାକୁ କଲେଜ କର୍ତ୍ତୃପକ୍ଷ ଅତି ଗୁରୁତ୍ୱର ସହ ନେଇଛନ୍ତି। ଅଧ୍ୟକ୍ଷ ଡ. ମହାନ୍ତଙ୍କ ଅଭିଯୋଗକ୍ରମେ ପରଜଙ୍ଗ ଥାନାରେ ଏକ ମାମଲା ରୁଜୁ କରାଯାଇଛି। ଘଟଣାରେ ସମ୍ପୃକ୍ତ ଅଭିଯୋଗରେ ୨ ଜଣ ବି-ଟେକ୍‌ ତୃତୀୟ ବର୍ଷ ଛାତ୍ର ଏବଂ ୨ ଜଣ ଅଣଛାତ୍ରଙ୍କୁ ଅଟକ ରଖି ପୋଲିସ ପଚରାଉଚରା କରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

ଆନ୍ଦୋଳନରତ ଡାକ୍ତରଙ୍କ ବିରୋଧରେ ବଡ଼ ଆକ୍ସନ: ଦରମା ବନ୍ଦ ସହ ଚୁକ୍ତିଭିତ୍ତିକ ଡାକ୍ତରଙ୍କୁ ନୋଟିସ୍‌ ପରେ କାର୍ଯ୍ୟରୁ ନିବୃତ୍ତ ପାଇଁ ନିର୍ଦ୍ଦେଶ !

ଭୁବନେଶ୍ୱର, ୨ା୭: ରାଜ୍ୟରେ ଚାଲିଥିବା ଡାକ୍ତରୀ ଆନ୍ଦୋଳନକୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଏବଂ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ମେଡିକାଲ ସର୍ଭିସେସ୍‌…

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ: ‘ପିଲାଟିଏ ଗଛଟିଏ’ ଅଭିଯାନରେ …

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ୭୬ ତମ ବନ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ ପୁଅ ମୋଜତାବା, ଜାଣନ୍ତୁ କାରଣ

ତେହରାନ,୨।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପରଲୋକ ପରେ ସମଗ୍ର ଦେଶରେ ଗଭୀର ଶୋକ ପ୍ରକାଶ ପାଇଛି। ରାଜଧାନୀ ତେହରାନରୁ ଆରମ୍ଭ କରି ମଶାଦ,…

ଦେଓ ନଦୀ ପୋଲ ଉପରେ ଗୋ-ଚାଲାଣ ଗାଡ଼ି ସହ ଅଟୋର ମୁହାଁମୁହିଁ ଧକ୍କା: ଗୋଟିଏ ବଳଦ ମୃତ, ଗୋ-ମାଫିଆ…

ପାଟଣା, ୨ା୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା-କରଞ୍ଜିଆ ଦେଇଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଯାଇଛି। ସାହାରପଡା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri