ଚାଇନାରେ ବ୍ୟୁବୋନିକ୍‌ ପ୍ଲେଗ୍‌ ଆତଙ୍କ: ୨ ଆକ୍ରାନ୍ତ ଚିହ୍ନଟ

ବେଜିଂ,୬।୭: ଚାଇନାରେ ଗୋଟିଏ ପରେ ଗୋଟିଏ ସଂକ୍ରମଣ ଆରମ୍ଭ ହେବାରେ ଲାଗିଛି। ସାରା ପୃଥିବୀରେ ଉହାନ ସହରରୁ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିବାର ଇତିମଧ୍ୟରେ ୬ ମାସ ବିତିଛି। ଚାଇନାରେ ଏବେ ବ୍ୟୁବୋନିକ୍‌ ପ୍ଲେଗ୍‌ ସଂକ୍ରମଣ ଆରମ୍ଭ ହୋଇଛି। ରବିବାର ବ୍ୟୁବୋନିକ୍‌ ପ୍ଲେଗ୍‌ରେ ଆକ୍ରାନ୍ତ ହୋଇଥିବା ୨ ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଜଣେ ଆକ୍ରାନ୍ତଙ୍କ ବୟସ ୨୭ ବର୍ଷ ହୋଇଥିବାବେଳେ ଅନ୍ୟ ଜଣକ ୧୭ ବର୍ଷ ବୟସ୍କ ବୋଲି ପ୍ରଶାସନ କହିଛି। ସେମାନଙ୍କର ଚିକିତ୍ସା ଭିନ୍ନ ଭିନ୍ନ ହସ୍ପିଟାଲରେ କରାଯାଉଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ସମ୍ପୃକ୍ତ ଅଞ୍ଚଳରେ ହାଇ ଆଲର୍ଟ ଜାରି କରାଯାଇଛି। ଏନେଇ ପିପୁଲ୍ସ୍‌ ଡେଲ ଅନ୍‌ଲାଇନ୍‌ରେ ଖବର ପ୍ରକାଶ ପାଇଛି। ମଙ୍ଗୋଲିଆ ଅଞ୍ଚଳରେ ପ୍ଲେଗ୍‌କୁ ରୋକିବା ପାଇଁ ମାର୍ଗଦର୍ଶିକା ଜାରି କରାଯାଇଛି। ସମ୍ପୃକ୍ତ ଅଞ୍ଚଳରେ ତୃତୀୟସ୍ତରୀୟ ସତର୍କ ସୂଚନା ଜାରି କରାଯାଇଥିବା କୁହାଯାଉଛି। ୨୦୨୦ ଶେଷ ପର୍ଯ୍ୟନ୍ତ ଏହି ସୂଚନା ବଳବତ୍ତର ରହିବ ବୋଲି ସ୍ଥାନୀୟ ସ୍ବାସ୍ଥ୍ୟ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?