Posted inଫୁରସତ

ଲିଙ୍ଗ ବଦଳାଇବେ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କ ଝିଅ

କୋଲକାତା: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କ ଝିଅ ସୁଚେତନା ଭଟ୍ଟାଚାର୍ଯ୍ୟ ଲିଙ୍ଗ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏ ନେଇ କରାଯିବାକୁ ଥିବା ପ୍ରାଥମିକ ପ୍ରକ୍ରିୟା ସୁଚେତନା ଆରମ୍ଭ କରିଦେଇଥିବା କହିଛନ୍ତି। ନିଜର ଏ ପ୍ରକାର ନିଷ୍ପତ୍ତି ପାଇଁ ସେ ଏବେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ନିକଟରେ ସୁଚେତନା ସମଲିଙ୍ଗୀ ଓ୍ବାର୍କଶପ୍‌କୁ ଯାଇଥିଲେ, ଯେଉଁଠାରେ ସେ ନିଜକୁ ଜଣେ ପୁରୁଷ ଭାବେ ଚିହ୍ନଟ କରିବା ସହ ନିଜ ଶରୀରକୁ ମଧ୍ୟ ପୁରୁଷଙ୍କ ଭଳି ପରିବର୍ତ୍ତନ କରିବାକୁ ଚାହୁଁଥିବା କହିଛନ୍ତି।
ସୁଚେତନାଙ୍କୁ ଏବେ ୪୧ ବର୍ଷ। ପିଲାଟି ଦିନରୁ ତାଙ୍କର ପୁରୁଷଙ୍କ ପରି ସ୍ବଭାବ ଥିଲା। କିନ୍ତୁ ସେତେବେଳେ ସମଲିଙ୍ଗୀ କମ୍ୟୁନିଟିକୁ ନେଇ ସେତେ ସତର୍କ ନ ଥିଲେ। କିନ୍ତୁ ଏବେ ସେ ଜଣେ ସମ୍ପୂର୍ଣ୍ଣ ପୁରୁଷ ହେବାକୁ ନିଷ୍ପତ୍ତି ନେଇଛନ୍ତି। ଘରଲୋକେ ମଧ୍ୟ ତାଙ୍କୁ ଏଥିରେ ସମ୍ପୂର୍ଣ୍ଣ ସହମତି ଦେଉଛନ୍ତି। ନିଜର ଏକ ସାକ୍ଷାତ୍‌କାରରେ ସେ କହିଛନ୍ତି, ଏ ପ୍ରକାର ନିଷ୍ପତ୍ତି ମୋର ନିଜସ୍ବ। ଏଥିପାଇଁ ତାଙ୍କ ପରିବାର ଲୋକଙ୍କୁ ସମାଲୋଚନା କରା ନ ଯାଉ। ପିଲାଟିବେଳୁ ବାପା ବୁଦ୍ଧଦେବ ଝିଅର ଏ ପ୍ରକାର ସ୍ବଭାବ ସମ୍ପର୍କରେ ଅବଗତ ଥିବା ସେ କହିଛନ୍ତି। ସୁଚେତନାଙ୍କ ଏ ପ୍ରକାର ନିଷ୍ପତ୍ତି ଲୋକଙ୍କ ପକ୍ଷେ ସହଜରେ ଗ୍ରହଣଯୋଗ୍ୟ ନ ହେଲେ ମଧ୍ୟ ପ୍ରତ୍ୟେକ ବ୍ୟକ୍ତିଙ୍କ ଭାବନାକୁ ସମ୍ମାନ କରିବା ତାଙ୍କ ମତ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି-ଟ୍ରମ୍ପଙ୍କ ଫୋନ କଲ୍‌ରେ ଏଲନ ମସ୍କଙ୍କ ଉପସ୍ଥିତିକୁ ନେଇ କୂଟନୈତିକ ମହଲରେ ହଇଚଇ

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଉପରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ହୋଇଥିବା ଫୋନ ଆଲୋଚନା ବହୁତ ଚର୍ଚ୍ଚା ସୃଷ୍ଟି କରୁଛି। କିନ୍ତୁ ଏହି ଆଲୋଚନା…

ବାଇକ୍‌ରେ ଯାଉଥିଲେ ଉପରେ ପଡ଼ିଲା ଗଛ: ଆଉ ତା’ପରେ…

ବାରିପଦା,୨୮।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାର ଆଖପାଖ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଝଡ ତୋଫାନ ଓ ପ୍ରବଳ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ପୃଥକ…

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

ଇରାନର ପରମାଣୁ ପ୍ଲାଣ୍ଟ ଉପରେ ବଡ଼ ଆକ୍ରମଣ କଲା ଇସ୍ରାଏଲ, ଚେତାବନୀ ଦେଲେ ଇରାନୀ ମନ୍ତ୍ରୀ, କହିଲେ…

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏକ ଅତ୍ୟନ୍ତ ବିପଜ୍ଜନକ ମୋଡ଼ରେ ପହଞ୍ଚିଛି। ଗତକାଲି ଇସ୍ରାଏଲୀ ବାୟୁସେନା ଦୁଇଟି ପ୍ରମୁଖ ଇରାନୀ ପରମାଣୁ ପ୍ରତିଷ୍ଠାନ ଏବଂ ଦୁଇଟି ବଡ଼…

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri