ବୁଦ୍ଧଖୋଲ ଚଳଚଞ୍ଚଳ: ବଣଭୋଜି ପାଇଁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ବୁଗୁଡ଼ା,୨୮ା୧୨(କାଳିଚରଣ ଦାଶ): ପ୍ରସିଦ୍ଧ ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲ ପାଦଦେଶ ଏବେ ବଣଭୋଜି କରିବା ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟି ଥିବାରୁ ଏହା ଚଳଚଞ୍ଚଳ ହୋଇଉଠିଛି। ବଣଭୋଜି ପାଇଁ କେବଳ ଆଖପାଖରୁ ନୁହେଁ ଦୂରଦୂରାନ୍ତରୁ ମଧ୍ୟ ଦଳଦଳ ହୋଇ ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ର ଏବଂ ଲୋକେ ନିଜ ନିଜର ବନ୍ଧୁବର୍ଗଙ୍କ ସହ ଆସି ବୁଦ୍ଧଖୋଲ ପାଦଦେଶରେ ଭୋଜିଭାତର ଆସର ଜମାଉଛନ୍ତି। ଏଥିସହ ଲୋକେ ଏଠାରେ ପୂଜା ପାଉଥିବା ଶ୍ରୀଗଙ୍ଗାଧରେଶ୍ୱର , ଶ୍ରୀଜଗଦିଶ୍ୱର , ଶ୍ରୀମକରେଶ୍ୱର , ଶ୍ରୀସିଦ୍ଧେଶ୍ୱର  ଓ ଶ୍ରୀବୁଦ୍ଧେଶ୍ୱର  ଆଦି ପଞ୍ଚ ଶମ୍ଭୁଙ୍କ ଦର୍ଶନ ସାଙ୍ଗକୁ ପାଦଦେଶସ୍ଥ ଇକୋ ପାର୍କ ଭ୍ରମଣର ମଜା ଉଠାଉଛନ୍ତି। ଏଥିସହ ପ୍ରାକୃତିକ ସୌନ୍ଦର୍ଯ୍ୟର ଗନ୍ତାଘର ରୂପେ ପରିଚିତ ବୁଦ୍ଧଖୋଲର ସୌନ୍ଦର୍ଯ୍ୟ ଉପଭୋଗ କରିବା, କୁଳୁକୁଳୁ ନାଦରେ ବହି ଆସୁଥିବା ଝରଣାରେ ସ୍ନାନକରିବା, ସୁଉଚ୍ଚ ଶିବ ପାର୍ବତୀଙ୍କ ଯୁଗଳ ମୂର୍ତ୍ତି, ଶ୍ରୀ ହନୁମାନ ଏବଂ ସିଦ୍ଧଗୁମ୍ଫା ବୁଲି ଦେଖିବାର ସୁଯୋଗ ପାଇ ପର୍ଯ୍ୟଟକମାନେ ଆନନ୍ଦ ଉପଭୋଗ କରିଥାନ୍ତି। ଏଠାକାର ପାଦଦେଶସ୍ଥ ଜନ ସୁବିଧା କେନ୍ଦ୍ର ଏବଂ ଅତିଥି ଭବନରେ ପର୍ଯ୍ୟଟକଙ୍କ ଆରାମଦାୟକ ରହଣିର ସୁଯୋଗ ସାଙ୍ଗକୁ ମହୋତ୍ସବ ପଡ଼ିଆରେ ଯାନବାହନ ରହଣିର ବ୍ୟବସ୍ଥା ସହ ରୋଷେଇ ସ୍ଥଳଗୁଡ଼ିକ ନିକଟରେ ପାଇପ୍‌ ଯୋଗେ ଜଳ ଯୋଗାଣର ସୁବନ୍ଦୋବସ୍ତ ଯୋଗୁ ଲୋକେ ଏଠାରେ ସୁବିଧାରେ ଭୋଜି ଭାତର ଆସର ଜମାଉଛନ୍ତି। ତେବେ ଡିସେମ୍ବର ମାସ ଶେଷ ଭାଗରେ ଗତବର୍ଷ ଅପେକ୍ଷା ଏବର୍ଷ ପର୍ଯ୍ୟଟକଙ୍କ ଆଗମନରେ ବୃଦ୍ଧି ଘଟିଥିବା ବେଳେ ବୁଦ୍ଧଖୋଲ ପାଦଦେଶ ଚଳଚଞ୍ଚଳ ହୋଇ ଉଠିଥିବା ଦେଖିବାକୁ ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..

ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ…

ସୋରେନ ସରକାରଙ୍କ ନିଷ୍ପତ୍ତିକୁ ହାଇକୋର୍ଟଙ୍କ ଝଟକା, JSSC-CGL ସମେତ ୨୨ଟି ରଦ୍ଦ ପରୀକ୍ଷା ଉପରେ…

ରାଞ୍ଚି, ୨୦।୮: ଝାଡ଼ଖଣ୍ଡର ହେମନ୍ତ ସୋରେନ ସରକାରଙ୍କୁ ବଡ଼ ଝଟକା ଲାଗିଛି । JSSC-CGL ସମେତ ୨୨ଟି ନିଯୁକ୍ତି ପରୀକ୍ଷା ରଦ୍ଦ କରିବା ନେଇ ସରକାର ନେଇଥିବା…

ବନ୍ଧ୍ୟାକରଣ ସତ୍ତ୍ୱେ କେମିତି ହେଲି ୬ଟି ଛୁଆର ବାପା? କୁକୁର ବେଶରେ ଆସି ଜନଶୁଣାଣିରେ ଏମିତି ପଚାରିଲେ…

ଭୋପାଳ,୨୦।୮: ମଧ୍ୟପ୍ରଦେଶର ଖଣ୍ଡୱାରେ ଜନଶୁଣାଣି ସମୟରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କୁକୁରର ମୁଖା ଓ ପୋଷାକ ପିନ୍ଧି ‘କୁକୁର’ ହୋଇ କଲେକ୍ଟର…

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…

ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…

ସୁପ୍ରିମକୋର୍ଟରୁ ଆସିଲା ସାଂଘାତିକ ତଥ୍ୟ: ମୁଖ୍ୟମନ୍ତ୍ରୀ ବିଜୟ ଥଲାପତିଙ୍କ ନାଁରେ ଏତେ ଆପରାଧିକ ମାମଲା, ଶୀର୍ଷରେ…

ନୂଆଦିଲ୍ଲୀ, ୨୦।୮: ନେତାମାନଙ୍କ ବିରୋଧରେ ରହିଥିବା ଆପରାଧିକ ମାମଲାର ଶୀଘ୍ର ଶୁଣାଣି ଦାବିକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ସମୟରେ ଚକିତ କରିଦେବା ଭଳି ତଥ୍ୟ ସାମ୍ନାକୁ…

ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ବହୁ ସମୟ ଧରି ଖୋଜାଖୋଜି ପରେ ବି…

ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ…

୨୦ରୁ ୨୨ଅଗଷ୍ଟ ଯାଏ ସବୁ ସ୍କୁଲ-କଲେଜ ବନ୍ଦ; ରାଜ୍ୟପାଳ ଜାରି କଲେ ନିର୍ଦ୍ଦେଶ, ଜାଣନ୍ତୁ କାହିଁକି…

୨୦ ରୁ ୨୨ ଅଗଷ୍ଟ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ, ଯାହାକୁ ନେଇ ଶିକ୍ଷା ବିଭାଗ ପକ୍ଷରୁ ଆନୁଷ୍ଠାନିକ ନିର୍ଦ୍ଦେଶ ଜାରି କରାଯାଇଛି। ଶିକ୍ଷା ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri