Posted inଜାତୀୟ

ବଜେଟ ୨୦୨୧: ସାଧାରଣ ଲୋକଙ୍କ ଉପରେ ପଡିବ ପ୍ରଭାବ, ବଢିପାରେ ମୋବାଇଲ ଦାମ୍‌

ନୂଆଦିଲ୍ଲୀ,୧ ।୨: ମୋବାଇଲ୍ ଫୋନ୍ ପାର୍ଟସ ଏବଂ ଚାର୍ଜର ଉପରେ ଆମଦାନୀ ଶୁଳ୍କ ବୃଦ୍ଧି କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ତେବେ ସ୍ଥାନୀୟ ମୂଲ୍ୟ ବୃଦ୍ଧି ପାଇଁ ସରକାର ଏହି ପଦକ୍ଷେ ନେଇଛନ୍ତି । ଏହା ମୋବାଇଲ ଫୋନକୁ ମହଙ୍ଗା କରିପାରେ ବୋଲି କୁହାଯାଉଛି । ସୋମବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୧-୨୨ବର୍ଷ ପାଇଁ ସାଧାରଣ ବଜେଟ୍ ଉପସ୍ଥାପନ କରିବା ବେଳେ କଷ୍ଟମ୍ସ ଡ୍ୟୁଟିରେ ୪୦୦ଟି ରିହାତିର ସମୀକ୍ଷା କରିବାକୁ ଘୋଷଣା କରିଛନ୍ତି । ଏଥିରେ ମୋବାଇଲ୍ ଡିଭାଇସ୍ ଅନ୍ତର୍ଭୁକ୍ତ । ସୀତାରମଣ କହିଛନ୍ତି ଘରୋଇ ମୂଲ୍ୟ ବୃଦ୍ଧି ପାଇଁ ଆମେ ମୋବାଇଲ୍ ଚାର୍ଜର ଏବଂ କିଛି ଅଂଶ ଉପରେ ରିହାତି ପ୍ରତ୍ୟାହର କରୁଛୁ । ଏହାସହ ମୋବାଇଲର କିଛି ଅଂଶରେ ଆମଦାନୀ ଶୁଳ୍କ ମାଇନସ ୨.୫ ପ୍ରତିଶତ ହେବ । କଷ୍ଟମ ନୀତିର ଉଦ୍ଦେଶ୍ୟ ଘରୋଇ ଉତ୍ପାଦନକୁ ଉତ୍ସାହିତ କରିବା ଓ ଭାରତକୁ ବିଶ୍ୱ ମୂଲ୍ୟ ଶୃଙ୍ଖଳା ସହିତ ଯୋଡିବା । ତେବେ ମହଙ୍ଗା ଚାର୍ଜର ସବୁଠାରୁ ବଡ ପ୍ରଭାବ ସାଧାରଣ ଲୋକଙ୍କ ଉପରେ ପଡିବ ବୋଲି କୁହାଯାଉଛି । କାରଣ ପୂର୍ବରୁ କିଛି ମୋବାଇଲ୍ କମ୍ପାନୀ ଫୋନ୍ ସହ ଚାର୍ଜର ଦେଉଥିବା ବେଳେ ଏବେ ଏହାକୁ ବନ୍ଦ କରି ଦିଆଯାଇଛି । ଫଳରେ ଲୋକଙ୍କୁ ଅଲଗା ଚାର୍ଜର କିଣିବାକୁ ପଡୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦଣ୍ଡକାଳୀଙ୍କ ଯାତ୍ରା: ମହୁରୀ, ଢୋଲ ଶବ୍ଦରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ) : ଆଉ ଚାରି ଦିନ ପରେ ମା’ ଦଣ୍ଡ କାଳୀଙ୍କ ଯାତ୍ରା ସମାପନ ହେବ । ଆସନ୍ତା ମେରୁ ଯାତ୍ରା ପରେ ନିଜ…

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri