Posted inଜାତୀୟ

ଆଜିଠୁ ବଜେଟ ଅଧିବେଶନ

ନୂଆଦିଲ୍ଲୀ,୩୧।୧(ପି.ଟି.): ପାର୍ଲାମେଣ୍ଟର ବଜେଟ ଅଧିବେଶନ ବୁଧବାର ଆରମ୍ଭ ହେଉଛି। ଚଳିତ ଲୋକ ସଭାର ଏହା ଶେଷ ଅଧିବେଶନ। ପ୍ରଥମ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଭୟ ଗୃହର ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ। ଗୃହକାର୍ଯ୍ୟ ପରିଚାଳନାରେ ସହଯୋଗ ପାଇଁ ସରକାର ବିରୋଧୀ ଦଳଗୁଡ଼ିକୁ ନିବେଦନ କରିଛନ୍ତି। ଆଗାମୀ ଏପ୍ରିଲ-ମେ’ରେ ଲୋକ ସଭା ନିର୍ବାଚନ ହେବାକୁ ଥିବାବେଳେ ଫେବୃଆରୀ ୧ରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ନିମ୍ନ ସଦନରେ ଅନ୍ତରୀଣ ବଜେଟ ଉପସ୍ଥାପନ କରିବେ। ନୂଆ ସରକାର ଆସିବା ପରେ ସମ୍ପୂର୍ଣ୍ଣ ବଜେଟ ଅଣାଯିବ। ସପ୍ତଦଶ ଲୋକ ସଭାର ଏହି ସଂକ୍ଷିପ୍ତ ଅଧିବେଶନ
ଆଜିଠୁ ବଜେଟ …
ଫେବୃଆରୀ ୯ରେ ଶେଷ ହେବ। ଉକ୍ତ ଅଧିବେଶନରେ ରାଷ୍ଟ୍ରପତିଙ୍କ ଅଭିଭାଷଣ, ଅନ୍ତରୀଣ ବଜେଟ ଉପସ୍ଥାପନ ଏବଂ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉତ୍ତର ରହିବ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଜୋଷୀ କହିଛନ୍ତି।
ଗତ ଅଧିବେଶନରେ ନିଲମ୍ବିତ ହୋଇଥିବା ୧୪ ଏମ୍‌ପି ବଜେଟ ଅଧିବେଶନରେ ଯୋଗଦେବେ। ଏଥିପାଇଁ ସରକାରଙ୍କ ଅନୁରୋଧକୁ ଉଭୟ ଗୃହର ଅଧ୍ୟକ୍ଷ ଗ୍ରହଣ କରିଥିବା ଜୋଷୀ କହିଛନ୍ତି। ଗୃହରେ ପ୍ଲାକାର୍ଡ ଦେଖାଇବା ସହ ଗୃହକାର୍ଯ୍ୟ ଚଳାଇ ନ ଦେବା କାରଣରୁ ଗତ ଶୀତ ଅଧିବେଶନ କାଳରେ ଲୋକ ସଭାରୁ ୧୦୦ ଏବଂ ରାଜ୍ୟ ସଭାରୁ ୪୬ ସଦସ୍ୟଙ୍କୁ ନିଲମ୍ବନ କରାଯାଇଥିଲା। ସମସ୍ତଙ୍କ ନିଲମ୍ବନ ପ୍ରତ୍ୟାହାର ହେବ। ଏଥିପାଇଁ ଲୋକ ସଭା ବାଚସ୍ପତି ଏବଂ ରାଜ୍ୟ ସଭା ଅଧ୍ୟକ୍ଷଙ୍କୁ ସରକାର ଅନୁରୋଧ କରିଥିବାବେଳେ ସେମାନେ ରାଜି ହୋଇଥିବା ଜୋଷୀ କହିଛନ୍ତି।
ଅଧିବେଶନ ପୂର୍ବରୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ବିରୋଧୀ ନେତାମାନେ ବିଭିନ୍ନ ପ୍ରସଙ୍ଗ ଉଠାଇଥିଲେ। କଂଗ୍ରେସ ବେରୋଜଗାରି, ଦରଦାମ୍‌ ବୃଦ୍ଧି, କୃଷି ସଙ୍କଟ ଏବଂ ମଣିପୁର ଜାତିଆଣ ହିଂସା ପ୍ରସଙ୍ଗ ଆଣିବ ବୋଲି ଦଳୀୟ ନେତା କେ. ସୁରେଶ କହିଥିଲେ। ପଶ୍ଚିମବଙ୍ଗକୁ ବିଭିନ୍ନ କେନ୍ଦ୍ରୀୟ ଯୋଜନାର ବକେୟା ଦେୟକୁ ଅର୍ଥମନ୍ତ୍ରୀ ଅନ୍ତରୀଣ ବଜେଟରେ ସ୍ଥାନ ଦେବାକୁ ଟିଏମ୍‌ସି ନେତା ସୁଦୀପ ବନ୍ଦୋପାଧ୍ୟାୟ କହିଥିଲେ। ସମସ୍ତ ପ୍ରସଙ୍ଗ ଉପରେ ଆଲୋଚନା ହେବ ବୋଲି ସରକାର ବିରୋଧୀ ନେତାମାନଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri