Budget 2024: ୩କୋଟି ମହିଳା ପାଇବେ ‘ଲକ୍ଷପତି ଦିଦି’ ମାନ୍ୟତା

ନୂଆଦିଲ୍ଲୀ,୧।୨:ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମହିଳାଙ୍କ ପାଇଁ ଏକ ବଡ ଘୋଷଣା କରିଛନ୍ତି। ବର୍ତ୍ତମାନ ଦେଶରେ ୩ କୋଟି ମହିଳା ସରକାରଙ୍କ ‘ଲକ୍ଷପତି ଦିଦି ଯୋଜନା’ର ଲାଭ ପାଇବେ। ଏଥିପାଇଁ ସରକାର ବଜେଟରେ ଆବଣ୍ଟନ ମଧ୍ୟ ବୃଦ୍ଧି କରିବେ। ଆସନ୍ତୁ ଜାଣିବା ଏହି ବଜେଟ କ’ଣ?

ଅର୍ଥମନ୍ତ୍ରୀ ସୀତାରମଣ ବଜେଟ ଅଭିଭାଷଣରେ କହିଛନ୍ତି, ବର୍ତ୍ତମାନ ପର୍ଯ୍ୟନ୍ତ ଦେଶରେ ୧କୋଟି ମହିଳା ‘ଲକ୍ଷ୍ମୀ ଦିଦି ଯୋଜନା’ର ଲାଭ ପାଇଛନ୍ତି। ପ୍ରାରମ୍ଭରେ ଏହି ଲକ୍ଷ୍ୟ ୨ କୋଟି ମହିଳାଙ୍କ ନିକଟରେ ପହଞ୍ଚିବାକୁ ସ୍ଥିର ହୋଇଥିଲା। ଯାହାକୁ ବର୍ତ୍ତମାନ ୩ କୋଟି ବୃଦ୍ଧି କରାଯାଇଛି। ଯେଉଁ ପରିବାର ବାର୍ଷିକ ଆୟ ୧ ଲକ୍ଷ ଟଙ୍କା, ସେମାନଙ୍କୁ ଏହି ଯୋଜନାରେ ଅର୍ନ୍ତଭୁକ୍ତ କରାଯାଇଛି।

ଏହି ଯୋଜନା ଅଧୀନରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ସରକାର ଅନେକ ପ୍ରକାରର ଦକ୍ଷତା ତାଲିମ ପ୍ରଦାନ କରିଛନ୍ତି। ଏହା ବ୍ୟତୀତ ସରକାର ଆର୍ଥିକ ସହାୟତା ମଧ୍ୟ ପ୍ରଦାନ କରିଛନ୍ତି। ଯାହା ସେମାନଙ୍କୁ ଲକ୍ଷପତି କରିବାରେ ସାହାଯ୍ୟ କରିବ। ଏହି ଯୋଜନା ଅଧୀନରେ, ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ଏଲଇଡି ବଲ୍‌, ପ୍ଲମ୍ବିଂ, ଡ୍ରୋନ ମରାମତି ଇତ୍ୟାଦି ବୈଷୟିକ କାର୍ଯ୍ୟ ଶିଖାଇ ଆତ୍ମନିର୍ଭରଶୀଳ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଓ୍ବାର ବ୍ରେକ ଘୋଷଣା ପରେ ଆସିଲା ଇରାନର ବୟାନ, ଜାଣନ୍ତୁ ଯୁଦ୍ଧ ବନ୍ଦ ହେଲା କି ନାହିଁ

ତେହରାନ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଏକ ପ୍ରମୁଖ ବିବୃତ୍ତି ଜାରି କରି ଘୋଷଣା କରିଛନ୍ତି ଯେ ଆମେରିକା ଆଗାମୀ ପାଞ୍ଚ ଦିନ ପାଇଁ…

ଡବଲ ମର୍ଡର : ସ୍ତ୍ରୀ ସହ ପ୍ରେମିକଙ୍କୁ ଗୁଳି କରିଦେଲେ ସ୍ବାମୀ, ସମ୍ପୂର୍ଣ୍ଣ ଘଟଣା ଜାଣିଲେ ଥରିଉଠିବ ଛାତି

ଗାଜିଆବାଦ,୨୪।୩: ଗାଜିଆବାଦର ଟ୍ରୋନିକା ସିଟି ପୋଲିସ ଷ୍ଟେଶନ ଅଞ୍ଚଳରେ ଏକ ଡବଲ ମର୍ଡର ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀ ଏବଂ ପ୍ରେମିକଙ୍କୁ…

ସାଙ୍ଗକୁ ହସ୍ପିଟାଲରେ ଭର୍ତ୍ତି କରି ଫେରୁଥିବା ବେଳେ ସଡ଼କ ଦୁର୍ଘଟଣା, ଅଧାବାଟରେ ଚାଲିଗଲା ଜୀବନ

ଗଜପତି,୨୪।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ୩୨୬-ଏ ଜାତୀୟ ରାଜପଥର ଆର୍.ସୀତାପୁର ଗ୍ରାମ ନିକଟସ୍ଥ ଏକ ବୁଲାଣିଆ ରାସ୍ତାରେ ସଡ଼କ ଦୁର୍ଘଟଣା । ସୋମବାର…

ଲୁଗା ଶୁଖାଇବା ବେଳେ ଲାଗିଗଲା କରେଣ୍ଟ, ତାପରେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ) : ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନବଗୋଛା ଗ୍ରାମରେ ଅଘଟଣ । ବିଦ୍ୟୁତ ଆଘାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ…

ତାରାତାରିଣୀଙ୍କ ତୃତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା, ସରସ୍ବତୀ ବେଶରେ ଦୁଇ ଭଉଣୀ

ପୁରୁଷୋତ୍ତମପୁର,୨୪।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ତୃତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ…

ଖାମେନେଇଙ୍କ ମୃତ୍ୟୁର ୪୮ ଘଣ୍ଟା ପୂର୍ବରୁ ଟ୍ରମ୍ପଙ୍କୁ ଫୋନ କରିଥିଲେ ନେତାନ୍ୟାହୁ, କହିଥିଲେ ବଡ଼ ଗୁମର କଥା, ଜାଣନ୍ତୁ…

ଓ୍ବାଶିଂଟନ,୨୪।୩: ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ ଆରମ୍ଭ ହେବାର ୪୮ ଘଣ୍ଟା ପୂର୍ବରୁ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଫୋନ…

ଜୀବନର ନୈତିକ ମୂଲ୍ୟବୋଧ

କଥାରେ ଅଛି-‘ଥିଲେ ଥାଉ ପଛେ ଗୁଣ ହଜାର, ଚରିତ୍ର ନଥିଲେ ସବୁ ଅସାର।’ ସୁତରାଂ ଆମ ଜୀବନରେ ନୈତିକ ମୂଲ୍ୟବୋଧର ଏକ ମୁଖ୍ୟ ଆଧାର ହେଉଛି –…

ପେଟ୍ରୋଡଲାର ସାମ୍ରାଜ୍ୟ

ପୃଥିବୀର କୌଣସି ଏକ ପେଟ୍ରୋଲ୍‌ ପମ୍ପରେ ଗାଡ଼ିରେ ଇନ୍ଧନ ଭରିବା ଦୃଶ୍ୟ ସାଧାରଣ ହୋଇପାରେ, କିନ୍ତୁ ଏହା ପ୍ରଚ୍ଛଦପଟରେ ଏକ ବିଶାଳ ଆର୍ଥିକ ବ୍ୟବସ୍ଥା କାମ କରୁଥାଏ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri