ବଜେଟରେ ସ୍ବାସ୍ଥକୁ ଗୁରୁତ୍ୱ, ବ୍ୟୟବରାଦ ହେଲା ଏତିକି କୋଟି

ଭୁବନେଶ୍ୱର,୨୫।୭: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଜେଟ ଉପସ୍ଥାପନ କରିଛନ୍ତି। ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ୨୦୨୩-୨୪ ତୁଳନାରେ ବଜେଟ ପରିମାଣ ୧୫% ଅଧିକ ରହିଛି। ବଜେଟରେ ଜନସ୍ବାସ୍ଥ୍ୟ ସେବା ପାଇଁ ମୋଟ ୨୧,୨୦୦ କୋଟି ଟଙ୍କା ଆବଣ୍ଟନ କରାଯାଇଛି, ଯାହାକି ରାଜ୍ୟ ବଜେଟର ପ୍ରାୟ ୮ ପ୍ରତିଶତ। ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ୫,୪୫୦ କୋଟି ଟଙ୍କା ପ୍ରଦାନ କରାଯାଇଛି। ଯେଉଁଥିରେ ପ୍ରତିଷ୍ଠାନ ଓ ଅନ୍ୟାନ୍ୟ ଖର୍ଚ୍ଚ ବାବଦରେ ୩,୦୫୬ କୋଟି ଟଙ୍କା ରହିଥିବାବେଳେ ନିରାମୟ(ମାଗଣା ଔଷଧ) ପାଇଁ ୧୦୩୩ କୋଟି ଟଙ୍କା ରହିଛି। ନିଦାନ ପାଇଁ ୨୩୬ କୋଟି ଟଙ୍କା, ସମ୍ମପୂର୍ଣ୍ଣା(ଆଇଏମ୍‌ଆର/ଏମ୍‌ଏମ୍‌ଆର୍‌ ହ୍ରାସ) ପାଇଁ ୧୨୨ କୋଟି ଟଙ୍କା, ସ୍ବାସ୍ଥ୍ୟ ସହାୟ ପାଇଁ ୧୯୧ କୋଟି ଟଙ୍କା, ଓଡିଶା ବ୍ୟାପକ କର୍କଟ ଚିକିତ୍ସା ଯୋଜନା ପାଇଁ ୨୧୧ କୋଟି ଟଙ୍କା ଏବଂ ଆମ୍ବୁଲାନ୍ସ ସେବା ପାଇଁ ୩୫୦ କୋଟି ଟଙ୍କା ରହିଛି। ସେହିପରି ଆମ ହସ୍ପିଟାଲ ପାଇଁ ୧,୩୧୪ କୋଟି ଟଙ୍କା ବୟବରାଦ କରାଯାଇଛି। ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟସେବା ମିଶନ ପାଇଁ ୨,୪୬୨ କୋଟି ଟଙ୍କା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ

ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri