Posted inଜାତୀୟ

Budget 2025: ବିହାର ପାଇଁ ହାତ ଖୋଲିଦେଲେ ଅର୍ଥମନ୍ତ୍ରୀ, ବିରୋଧୀ କହିଲେ ‘ସବୁ ନିର୍ବାଚନ ପାଇଁ…’

ନୂଆଦିଲ୍ଲୀ,୨।୨: ଆସନ୍ତା ନଭେମ୍ବରରେ ବିହାର ବିଧାନସଭା ନିର୍ବାଚନ ହେବାକୁ ଥିବାରୁ ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ବଜେଟରେ ଏହି ରାଜ୍ୟ ପାଇଁ ଅନେକ ବଡ଼ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌। ବିହାରରେ ଜେଡିୟୁ ନେତା ନୀତୀଶ କୁମାର ଭାଜପା ସମର୍ଥନରେ ସରକାର ଗଢ଼ିଥିବାବେଳେ କେନ୍ଦ୍ରରେ ଭାଜପା ନେତୃତ୍ୱରେ ସରକାର ଗଢ଼ିବାରେ ଜେଡିୟୁ ଗୁରୁତ୍ୱପୂର୍ଣ୍ଣ ସହଯୋଗୀ ରହିଛି। ତେଣୁ ରାଜନୈତିକ ଦୃଷ୍ଟିରୁ ବିହାରର ଗୁରୁତ୍ୱ ବଢ଼ିଛି। ଅର୍ଥମନ୍ତ୍ରୀ ତାଙ୍କ ବଜେଟରେ ବିହାର ପାଇଁ ମଖାନା ବୋର୍ଡ ଗଠନ ଘୋଷଣା କରିଛନ୍ତି। କେନ୍ଦ୍ରର ବିଭିନ୍ନ ଯୋଜନାରୁ ମଖାନା ଚାଷୀମାନେ ଲାଭବାନ ହେବେ। ବିମାନ ଚଳାଚଳରେ ଉନ୍ନତି ପାଇଁ ବିହାରରେ ଗ୍ରୀନ୍‌ଫିଲ୍ଡ ଏୟାରପୋର୍ଟ ସ୍ଥାପନ କରାଯିବ। ଏଥିସହିତ ମିଥିଳାଞ୍ଚଳରେ କେନାଲ ପ୍ରକଳ୍ପ ନିର୍ମାଣ ପାଇଁ ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି। ସେହିପରି ଶିକ୍ଷା କ୍ଷେତ୍ରରେ ମଧ୍ୟ ବିହାରକୁ ଗୁରୁତ୍ୱ ଦିଆଯାଇଛି।

ପାଟନାସ୍ଥିତ ଆଇଆଇଟିର ସାମର୍ଥ୍ୟ ବୃଦ୍ଧି କରାଯିବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏହାକୁ ଏକ ଉତ୍କୃଷ୍ଟ ଓ ଜନମଙ୍ଗଳକାରୀ ବଜେଟ ଭାବେ ଅଭିହିତ କରି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କୁ ଧନ୍ୟବାଦ ଜଣାଇଛନ୍ତି।
ପାଇଁ ଅର୍ଥମନ୍ତ୍ରୀ ବଜେଟରେ ହାତ ଖୋଲିଦେବାକୁ ନେଇ ବିରୋଧୀ ଦଳଗୁଡ଼ିକ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଆଗକୁ ନିର୍ବାଚନ ଥିବାରୁ କେନ୍ଦ୍ର ବଜେଟରେ ବିହାରକୁ ଗୁରୁତ୍ୱ ଦିଆଯାଇଥିବା କଂଗ୍ରେସ ନେତା ଜୟରାମ ରମେଶ କହିଛନ୍ତି। ତେବେ କେନ୍ଦ୍ରରେ ଏନ୍‌ଡିଏ ସରକାର ଗଢ଼ିବାରେ ଜେଡିୟୁ ସହ ଚନ୍ଦ୍ରବାବୁ ନାଇଡୁଙ୍କ ତେଲୁଗୁ ଦେଶମ୍‌ ପାର୍ଟି ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବାବେଳେ ଆନ୍ଧ୍ରପ୍ରଦେଶକୁ କାହିଁକି ଅଣଦେଖା କରାଗଲା ବୋଲି ସେ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri