Budget 2025: ସମସ୍ତଙ୍କୁ ଆବାସ ଯୋଜନାରେ ମିଳିବ ଘର

ନୂଆଦିଲ୍ଲୀ,୩୧ା୧: ଶୁକ୍ରବାର ପାର୍ଲାମେଣ୍ଟର ବଜେଟ ଅଧିବେଶନ ଆରମ୍ଭ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଲୋକ ସଭା ଏବଂ ରାଜ୍ୟ ସଭାର ମିଳିତ ଅଧିବେଶନକୁ ସମ୍ବୋଧିତ କରିଛନ୍ତି। ରାଷ୍ଟ୍ରପତି ପ୍ରଥମେ ସମ୍ବିଧାନ ନିର୍ମାତାଙ୍କୁ ପ୍ରଣାମ ଜଣାଇ ତାଙ୍କର ଅଭିଭାଷଣ ରଖିଛନ୍ତି। ରାଷ୍ଟ୍ରପତି ମହାକୁମ୍ଭ ଅଘଟଣକୁ ନେଇ ଦୁଃଖ ପ୍ରକାଶ କରିବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

ରାଷ୍ଟ୍ରପତି କହିଛନ୍ତି, ବିକଶିତ ଦେଶ ହେବାକୁ ନିଷ୍ପତ୍ତି ନେଇଛି। ୨ କୋଟି ୨୫ ଲକ୍ଷ ହିତାଧିକାରୀଙ୍କୁ ସ୍ବାମୀତ୍ୱ କାର୍ଡରେ ସାମିଲ କରାଯାଇଛି। ସମସ୍ତଙ୍କୁ ଆବାସ ପାଇଁ ପଦକ୍ଷେପ ନିଆଯାଇଛି। ୧୦ ବର୍ଷର କାର୍ଯ୍ୟକାଳରେ ବିକଶିତ ଭାରତକୁ ଗତି ଦେଇଛି। ଗରିବଙ୍କ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ରାଷ୍ଟ୍ରପତି କହିଛନ୍ତି। ଶିକ୍ଷା ଓ ରୋଜଗାର ଉପରେ ଗୁରୁତ୍ୱ ଦିଆଯାଉଛି। ଆୟୁଷ୍ମାନ ଯୋଜନାରେ ଉତ୍ତମ ସ୍ବାସ୍ଥ୍ୟ ସେବା ଯୋଗାଇ ଦିଆଯାଉଛି। କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ଋଣ ସୀମା ବୃଦ୍ଧି କରାଯାଇଛି। ଶିକ୍ଷା ଓ ରୋଜଗାର ଉପରେ ଗୁରୁତ୍ବ ଦିଆଯାଉଛି। ୨୫ କୋଟି ଲୋକଙ୍କୁ ଗରିବୀ ସୀମାରୁ ଉପରକୁ ଉଠାଯାଇଛି। ଭାରତ ବିଶ୍ବର ୩ୟ ବଡ଼ ଅର୍ଥ ବ୍ୟବସ୍ଥା ହେବାକୁ ଯାଉଛି। ସରକାରୀ କର୍ମଚାରୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ଗଠନ ହୋଇଛି। ମଧ୍ୟବିତ୍ତ ଯେତେ ବଡ଼ ସ୍ବପ୍ନ ଦେଖିବ, ଦେଶ ସେତେ ଆଗେଇବ।

ଆୟକର ଦାତାଙ୍କ ପାଇଁ ଟିକସ ବ୍ୟବସ୍ଥା ସରଳ କରାଯାଇଛି। ଦଣ୍ଡ ନୁହେଁ, ନ୍ୟାୟ ସଂହିତା ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ପ୍ରତିରକ୍ଷା କ୍ଷେତ୍ରରେ ଆତ୍ମନର୍ଭରଶୀଳ ପଦକ୍ଷେପ ଉତ୍ସାହଜନକ। ନକ୍ସଲଙ୍କ ବିରୋଧରେ ଲଢ଼େଇ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ନକ୍ସଲ ପ୍ରଭାବିତ ଅଞ୍ଚଳ ୧୨୬ରୁ ହ୍ରାସ ହୋଇ ୩୮ରେ ପହଞ୍ଚିଛି। ବିଶ୍ବବନ୍ଧୁର ଛବି ମଜଭୁତ ହୋଇଛି। ବିପଦ ଓ ପ୍ରାକୃତିକ ବିପର୍ଯ୍ୟୟରେ ଭାରତ। ନର୍ଥଇଷ୍ଟର ବିକାଶକୁ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ୩୭୦ ଉଚ୍ଛେଦ ପରେ କଶ୍ମୀରରେ ବିକାଶର ବାତାବରଣ ସୃଷ୍ଟି ହୋଇଛି। ଲୋକ ସଭା ଓ ବିଧାନସଭା ନିର୍ବାଚନ ସେଠାରେ ଶାନ୍ତିରେ ସରିଛି। ଆଜି ବିଶ୍ବ ଭାରତର ଯୋଗ ପରମ୍ପରାକୁ ମାନିଛି। ୧୫୦୦ରୁ ଅଧିକ ଆଇନ ଉଚ୍ଛେଦ କରାଯାଇଛି ବୋଲି ରାଷ୍ଟ୍ରପତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକିସ୍ତାନ ପରମାଣୁ ଯୁଦ୍ଧ ନିକଟତର..ପୁଣି ବିଶ୍ୱରେ ଚହଳ ପକାଇଲା ଟ୍ରମ୍ପଙ୍କ ମନ୍ତବ୍ୟ

ଓ୍ବାଶିଂଟନ,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ମିଛ ଦାବି କରିଛନ୍ତି। ସେ ୨୦୨୫ ମେ ମାସରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ...

ଘାଟିରେ ତଳକୁ ଖସିଲା ଟ୍ରଲର: ଲାଗିଲା ନିଆଁ, ଆଉ ତା’ପରେ…

ପଟାଙ୍ଗୀ,୨୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ ଅଧିନସ୍ଥ ରାଲେଗଡା ପଞ୍ଚାୟତ ଯୋଡିମାଦିଲି ଘାଟିରେ ଭାରସାମ୍ୟ ହରାଇ ଘାଟି ତଳକୁ ଖସିପଡ଼ିଛି ଏକ ଟ୍ରଲର।...

ମୋ ସ୍ବାମୀ ମୋତେ ମାରିଦେବେ….କାହିଁକି ଏମିତି କହିଲେ ମହାକାଶଚାରୀ ସୁନିତା ୱିଲିୟମ୍ସ

ନୂଆଦିଲ୍ଲୀ,୨୧।୧: ନାସା ମହାକାଶଚାରୀ ସୁନିତା ୱିଲିୟମ୍ସ ଭାରତରେ ଅଛନ୍ତି। ସେ ଦିଲ୍ଲୀରେ ସ୍ବର୍ଗତ କଳ୍ପନା ଚାୱଲାଙ୍କ ୯୦ ବର୍ଷୀୟା ମାଆଙ୍କୁ ଭେଟିଥିଲେ। ସାକ୍ଷାତ ସମୟରେ ଦୁହେଁ...

ଟଙ୍କା ଅନୁମୋଦନ ପରେ ଯୁକ୍ତ ୨ ପାଇଁ ମିଳିଲା ଅନୁମତି: ଅଞ୍ଚଳବାସୀଙ୍କ ମଧ୍ୟରେ ଖେଳିଗଲା ଖୁସିର ଲହରୀ

ଭଞ୍ଜନଗର,୨୧।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଆଉ ଏକ ଖୁସି ଖବର ପହଞ୍ଚିଛି। କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାର ୧୫ ବର୍ଷ ପରେ...

NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ: ୨୭ ବର୍ଷ ସେବା, ମହାକାଶରେ ୬୦୮ ଦିନ…ଜାଣନ୍ତୁ ତାଙ୍କ ରେକର୍ଡ

ଓ୍ବାଶିଂଟନ୍‌,୨୧।୧: ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA...

ପ୍ରାଥମିକ ଶିକ୍ଷା: ଖାଲିପଡ଼ିଛି ୧୬,୯୭୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୧ା୧ (ସୁଚିସ୍ମିତା ସାହୁ):ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ...

ନଏଡା ଦୁର୍ଘଟଣା

ଘନକୁହୁଡ଼ି ଯୋଗୁ ଦିଲ୍ଲୀ ପାଖ ତଥା ଉତ୍ତରପ୍ରଦେଶ ରାଜ୍ୟର ନ୍ୟୁ ଓଖଲା ଇଣ୍ଡଷ୍ଟ୍ରିଆଲ ଡେଭଲପ୍‌ମେଣ୍ଟ ଅଥରିଟି (ନଏଡା)ର ସେକ୍ଟର ୧୫୦ ନିକଟରେ ୧୬ ଜାନୁଆରୀ ୨୦୨୬...

ତାମିଲନାଡୁ ବିଧାନସଭାରୁ ରାଜ୍ୟପାଳଙ୍କ କକ୍ଷତ୍ୟାଗ

ଚେନ୍ନାଇ,୨୧ା୧: ତାମିଲନାଡୁ ରାଜ୍ୟପାଳ ଆର୍‌.ଏନ୍‌. ରବି ମଙ୍ଗଳବାର ରାଜ୍ୟ ବିଧାନସଭାରେ ଉଦ୍‌ବୋଧନ ନ ଦେଇ ଚାଲିଯାଇଛନ୍ତି। ବିନା ଭାଷଣରେ କକ୍ଷତ୍ୟାଗ କରିବା ରାଜ୍ୟପାଳ ରବିଙ୍କ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri