Budget 2025: ସମସ୍ତଙ୍କୁ ଆବାସ ଯୋଜନାରେ ମିଳିବ ଘର

ନୂଆଦିଲ୍ଲୀ,୩୧ା୧: ଶୁକ୍ରବାର ପାର୍ଲାମେଣ୍ଟର ବଜେଟ ଅଧିବେଶନ ଆରମ୍ଭ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଲୋକ ସଭା ଏବଂ ରାଜ୍ୟ ସଭାର ମିଳିତ ଅଧିବେଶନକୁ ସମ୍ବୋଧିତ କରିଛନ୍ତି। ରାଷ୍ଟ୍ରପତି ପ୍ରଥମେ ସମ୍ବିଧାନ ନିର୍ମାତାଙ୍କୁ ପ୍ରଣାମ ଜଣାଇ ତାଙ୍କର ଅଭିଭାଷଣ ରଖିଛନ୍ତି। ରାଷ୍ଟ୍ରପତି ମହାକୁମ୍ଭ ଅଘଟଣକୁ ନେଇ ଦୁଃଖ ପ୍ରକାଶ କରିବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

ରାଷ୍ଟ୍ରପତି କହିଛନ୍ତି, ବିକଶିତ ଦେଶ ହେବାକୁ ନିଷ୍ପତ୍ତି ନେଇଛି। ୨ କୋଟି ୨୫ ଲକ୍ଷ ହିତାଧିକାରୀଙ୍କୁ ସ୍ବାମୀତ୍ୱ କାର୍ଡରେ ସାମିଲ କରାଯାଇଛି। ସମସ୍ତଙ୍କୁ ଆବାସ ପାଇଁ ପଦକ୍ଷେପ ନିଆଯାଇଛି। ୧୦ ବର୍ଷର କାର୍ଯ୍ୟକାଳରେ ବିକଶିତ ଭାରତକୁ ଗତି ଦେଇଛି। ଗରିବଙ୍କ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ରାଷ୍ଟ୍ରପତି କହିଛନ୍ତି। ଶିକ୍ଷା ଓ ରୋଜଗାର ଉପରେ ଗୁରୁତ୍ୱ ଦିଆଯାଉଛି। ଆୟୁଷ୍ମାନ ଯୋଜନାରେ ଉତ୍ତମ ସ୍ବାସ୍ଥ୍ୟ ସେବା ଯୋଗାଇ ଦିଆଯାଉଛି। କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ଋଣ ସୀମା ବୃଦ୍ଧି କରାଯାଇଛି। ଶିକ୍ଷା ଓ ରୋଜଗାର ଉପରେ ଗୁରୁତ୍ବ ଦିଆଯାଉଛି। ୨୫ କୋଟି ଲୋକଙ୍କୁ ଗରିବୀ ସୀମାରୁ ଉପରକୁ ଉଠାଯାଇଛି। ଭାରତ ବିଶ୍ବର ୩ୟ ବଡ଼ ଅର୍ଥ ବ୍ୟବସ୍ଥା ହେବାକୁ ଯାଉଛି। ସରକାରୀ କର୍ମଚାରୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ଗଠନ ହୋଇଛି। ମଧ୍ୟବିତ୍ତ ଯେତେ ବଡ଼ ସ୍ବପ୍ନ ଦେଖିବ, ଦେଶ ସେତେ ଆଗେଇବ।

ଆୟକର ଦାତାଙ୍କ ପାଇଁ ଟିକସ ବ୍ୟବସ୍ଥା ସରଳ କରାଯାଇଛି। ଦଣ୍ଡ ନୁହେଁ, ନ୍ୟାୟ ସଂହିତା ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ପ୍ରତିରକ୍ଷା କ୍ଷେତ୍ରରେ ଆତ୍ମନର୍ଭରଶୀଳ ପଦକ୍ଷେପ ଉତ୍ସାହଜନକ। ନକ୍ସଲଙ୍କ ବିରୋଧରେ ଲଢ଼େଇ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ନକ୍ସଲ ପ୍ରଭାବିତ ଅଞ୍ଚଳ ୧୨୬ରୁ ହ୍ରାସ ହୋଇ ୩୮ରେ ପହଞ୍ଚିଛି। ବିଶ୍ବବନ୍ଧୁର ଛବି ମଜଭୁତ ହୋଇଛି। ବିପଦ ଓ ପ୍ରାକୃତିକ ବିପର୍ଯ୍ୟୟରେ ଭାରତ। ନର୍ଥଇଷ୍ଟର ବିକାଶକୁ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ୩୭୦ ଉଚ୍ଛେଦ ପରେ କଶ୍ମୀରରେ ବିକାଶର ବାତାବରଣ ସୃଷ୍ଟି ହୋଇଛି। ଲୋକ ସଭା ଓ ବିଧାନସଭା ନିର୍ବାଚନ ସେଠାରେ ଶାନ୍ତିରେ ସରିଛି। ଆଜି ବିଶ୍ବ ଭାରତର ଯୋଗ ପରମ୍ପରାକୁ ମାନିଛି। ୧୫୦୦ରୁ ଅଧିକ ଆଇନ ଉଚ୍ଛେଦ କରାଯାଇଛି ବୋଲି ରାଷ୍ଟ୍ରପତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri