Budget 2025: ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ କଲେ ସୀତାରମଣ

ନୂଆଦିଲ୍ଲୀ,୩୧।୧: ସଂସଦର ବଜେଟ ଅଧିବେଶନ ଶୁକ୍ରବାର ଆରମ୍ଭ ହୋଇଯାଇଛି। ପୂର୍ଣ୍ଣାଙ୍ଗ ବଜେଟ ପୂର୍ବରୁ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଶୁକ୍ରବାର ଲୋକସଭାରେ ୨୦୨୪-୨୫ ଆର୍ଥିକ ବର୍ଷର ଅର୍ଥନୈତିକ ସର୍ବେକ୍ଷଣ ରିପୋର୍ଟ ଆଗତ କରିଛନ୍ତି। ଅର୍ଥନୈତିକ ସର୍ଭେ ଅନୁଯାୟୀ, ୨୦୨୫-୨୬ ଆର୍ଥିକ ବର୍ଷରେ ଆର୍ଥିକ ଅଭିବୃଦ୍ଧି ହାର ୬.୩ରୁ ୬.୮% ମଧ୍ୟରେ ରହିବ ହୋଇପାରେ ବୋଲି ଆକଳନ କରାଯାଇଛି।

ଆର୍ଥିକ ସର୍ଭେ ହେଉଛି କେନ୍ଦ୍ର ବଜେଟ ପୂର୍ବରୁ ଅର୍ଥନୀତିର ସ୍ଥିତି ସମୀକ୍ଷା କରିବା ପାଇଁ ସରକାରଙ୍କ ଦ୍ୱାରା ଉପସ୍ଥାପିତ ଏକ ବାର୍ଷିକ ଦସ୍ତାବିଜ। ଏହି ଡକ୍ୟୁମେଣ୍ଟ ଅର୍ଥନୀତିର କ୍ଷୁଦ୍ରରୁ ମଧ୍ୟମକାଳୀନ ସମ୍ଭାବନାକୁ ଦର୍ଶାଏ। ଅର୍ଥନୈତିକ ସର୍ଭେ ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତାଙ୍କ ତତ୍ତ୍ୱାବଧାନରେ ଅର୍ଥ ମନ୍ତ୍ରଣାଳୟର ଅର୍ଥନୈତିକ ବ୍ୟାପାର ବିଭାଗ ଦ୍ୱାରା ପ୍ରସ୍ତୁତ କରାଯାଏ।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ସହିତ ୧୮ତମ ଲୋକ ସଭାର ବଜେଟ ଅଧିବେଶନ ଆରମ୍ଭ ହୋଇଛି। ରାଷ୍ଟ୍ରପତି ସମ୍ବିଧାନ ନିର୍ମାତାଙ୍କୁ ପ୍ରଣାମ ଜଣାଇ ତାଙ୍କର ଅଭିଭାଷଣ ରଖିଥିଲେ। ରାଷ୍ଟ୍ରପତି ମହାକୁମ୍ଭ ଅଘଟଣକୁ ନେଇ ଦୁଃଖ ପ୍ରକାଶ କରିବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ରାଷ୍ଟ୍ରପତି କହିଥିଲେ, ଦେଶ ବିକଶିତ ହେବାକୁ ନିଷ୍ପତ୍ତି ନେଇଛି। ୨ କୋଟି ୨୫ ଲକ୍ଷ ହିତାଧିକାରୀଙ୍କୁ ସ୍ବାମୀତ୍ୱ କାର୍ଡରେ ସାମିଲ କରାଯାଇଛି। ସମସ୍ତଙ୍କୁ ଆବାସ ପାଇଁ ପଦକ୍ଷେପ ନିଆଯାଇଛି। ୧୦ ବର୍ଷର କାର୍ଯ୍ୟକାଳରେ ବିକଶିତ ଭାରତକୁ ଗତି ଦେଇଛି। ଗରିବଙ୍କ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ରାଷ୍ଟ୍ରପତି କହିଥିଲେ। ଶିକ୍ଷା ଓ ରୋଜଗାର ଉପରେ ଗୁରୁତ୍ୱ ଦିଆଯାଉଛି। ଆୟୁଷ୍ମାନ ଯୋଜନାରେ ଉତ୍ତମ ସ୍ବାସ୍ଥ୍ୟ ସେବା ଯୋଗାଇ ଦିଆଯାଉଛି। କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ଋଣ ସୀମା ବୃଦ୍ଧି କରାଯାଇଛି। ୨୫ କୋଟି ଲୋକଙ୍କୁ ଗରିବୀ ସୀମାରୁ ଉପରକୁ ଉଠାଯାଇଛି। ଭାରତ ବିଶ୍ବର ୩ୟ ବଡ଼ ଅର୍ଥ ବ୍ୟବସ୍ଥା ହେବାକୁ ଯାଉଛି। ସରକାରୀ କର୍ମଚାରୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ଗଠନ ହୋଇଛି। ମଧ୍ୟବିତ୍ତ ଯେତେ ବଡ଼ ସ୍ବପ୍ନ ଦେଖିବ, ଦେଶ ସେତେ ଆଗେଇବ।

ଆୟକର ଦାତାଙ୍କ ପାଇଁ ଟିକସ ବ୍ୟବସ୍ଥା ସରଳ କରାଯାଇଛି। ଦଣ୍ଡ ନୁହେଁ, ନ୍ୟାୟ ସଂହିତା ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ପ୍ରତିରକ୍ଷା କ୍ଷେତ୍ରରେ ଆତ୍ମନର୍ଭରଶୀଳ ପଦକ୍ଷେପ ଉତ୍ସାହଜନକ। ନକ୍ସଲଙ୍କ ବିରୋଧରେ ଲଢ଼େଇ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ନକ୍ସଲ ପ୍ରଭାବିତ ଅଞ୍ଚଳ ୧୨୬ରୁ ହ୍ରାସ ହୋଇ ୩୮ରେ ପହଞ୍ଚିଛି। ବିଶ୍ବବନ୍ଧୁର ଛବି ମଜଭୁତ ହୋଇଛି। ବିପଦ ଓ ପ୍ରାକୃତିକ ବିପର୍ଯ୍ୟୟରେ ଭାରତ। ନର୍ଥଇଷ୍ଟର ବିକାଶକୁ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ୩୭୦ ଉଚ୍ଛେଦ ପରେ କଶ୍ମୀରରେ ବିକାଶର ବାତାବରଣ ସୃଷ୍ଟି ହୋଇଛି। ଲୋକ ସଭା ଓ ବିଧାନସଭା ନିର୍ବାଚନ ସେଠାରେ ଶାନ୍ତିରେ ସରିଛି। ଆଜି ବିଶ୍ବ ଭାରତର ଯୋଗ ପରମ୍ପରାକୁ ମାନିଛି। ୧୫୦୦ରୁ ଅଧିକ ଆଇନ ଉଚ୍ଛେଦ କରାଯାଇଛି ବୋଲି ରାଷ୍ଟ୍ରପତି କହିଛନ୍ତି।

ବଜେଟ ଅଧିବେଶନ ପୂର୍ବରୁ ସଂସଦରେ ପ୍ରଧାନମନ୍ତ୍ରୀ ମୋଦି ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ମୁଁ ମା’ ଲକ୍ଷ୍ମୀଙ୍କ ନିକଟରେ ପ୍ରାର୍ଥନା କରୁଛି ଯେ, ଦେଶର ପ୍ରତ୍ୟେକ ଗରିବ ଏବଂ ମଧ୍ୟବିତ୍ତ ବର୍ଗର ସମ୍ପ୍ରଦାୟ ଉପରେ ମା’ ଲକ୍ଷ୍ମୀଙ୍କ ଆଶୀର୍ବାଦ ରହୁ। ଆମର ଗଣତନ୍ତ୍ର ୭୫ ବର୍ଷ ପୂରଣ କରିଛି। ଏହା ଦେଶର ପ୍ରତ୍ୟେକ ନାଗରିକଙ୍କ ପାଇଁ ଅତ୍ୟନ୍ତ ଗର୍ବର ବିଷୟ।

ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଏହା ତୃତୀୟ କାର୍ଯ୍ୟକାଳର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ। ବିକଶିତ ଭାରତର ସଂକଳ୍ପ ୨୦୪୭ରେ ପୂରଣ ହେବ। ଏହି ବଜେଟ ଏକ ନୂତନ ଆତ୍ମବିଶ୍ୱାସ ସୃଷ୍ଟି କରିବ, ନୂତନ ଶକ୍ତି ଦେବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?