Budget 2025: ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ କଲେ ସୀତାରମଣ

ନୂଆଦିଲ୍ଲୀ,୩୧।୧: ସଂସଦର ବଜେଟ ଅଧିବେଶନ ଶୁକ୍ରବାର ଆରମ୍ଭ ହୋଇଯାଇଛି। ପୂର୍ଣ୍ଣାଙ୍ଗ ବଜେଟ ପୂର୍ବରୁ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଶୁକ୍ରବାର ଲୋକସଭାରେ ୨୦୨୪-୨୫ ଆର୍ଥିକ ବର୍ଷର ଅର୍ଥନୈତିକ ସର୍ବେକ୍ଷଣ ରିପୋର୍ଟ ଆଗତ କରିଛନ୍ତି। ଅର୍ଥନୈତିକ ସର୍ଭେ ଅନୁଯାୟୀ, ୨୦୨୫-୨୬ ଆର୍ଥିକ ବର୍ଷରେ ଆର୍ଥିକ ଅଭିବୃଦ୍ଧି ହାର ୬.୩ରୁ ୬.୮% ମଧ୍ୟରେ ରହିବ ହୋଇପାରେ ବୋଲି ଆକଳନ କରାଯାଇଛି।

ଆର୍ଥିକ ସର୍ଭେ ହେଉଛି କେନ୍ଦ୍ର ବଜେଟ ପୂର୍ବରୁ ଅର୍ଥନୀତିର ସ୍ଥିତି ସମୀକ୍ଷା କରିବା ପାଇଁ ସରକାରଙ୍କ ଦ୍ୱାରା ଉପସ୍ଥାପିତ ଏକ ବାର୍ଷିକ ଦସ୍ତାବିଜ। ଏହି ଡକ୍ୟୁମେଣ୍ଟ ଅର୍ଥନୀତିର କ୍ଷୁଦ୍ରରୁ ମଧ୍ୟମକାଳୀନ ସମ୍ଭାବନାକୁ ଦର୍ଶାଏ। ଅର୍ଥନୈତିକ ସର୍ଭେ ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତାଙ୍କ ତତ୍ତ୍ୱାବଧାନରେ ଅର୍ଥ ମନ୍ତ୍ରଣାଳୟର ଅର୍ଥନୈତିକ ବ୍ୟାପାର ବିଭାଗ ଦ୍ୱାରା ପ୍ରସ୍ତୁତ କରାଯାଏ।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ସହିତ ୧୮ତମ ଲୋକ ସଭାର ବଜେଟ ଅଧିବେଶନ ଆରମ୍ଭ ହୋଇଛି। ରାଷ୍ଟ୍ରପତି ସମ୍ବିଧାନ ନିର୍ମାତାଙ୍କୁ ପ୍ରଣାମ ଜଣାଇ ତାଙ୍କର ଅଭିଭାଷଣ ରଖିଥିଲେ। ରାଷ୍ଟ୍ରପତି ମହାକୁମ୍ଭ ଅଘଟଣକୁ ନେଇ ଦୁଃଖ ପ୍ରକାଶ କରିବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ରାଷ୍ଟ୍ରପତି କହିଥିଲେ, ଦେଶ ବିକଶିତ ହେବାକୁ ନିଷ୍ପତ୍ତି ନେଇଛି। ୨ କୋଟି ୨୫ ଲକ୍ଷ ହିତାଧିକାରୀଙ୍କୁ ସ୍ବାମୀତ୍ୱ କାର୍ଡରେ ସାମିଲ କରାଯାଇଛି। ସମସ୍ତଙ୍କୁ ଆବାସ ପାଇଁ ପଦକ୍ଷେପ ନିଆଯାଇଛି। ୧୦ ବର୍ଷର କାର୍ଯ୍ୟକାଳରେ ବିକଶିତ ଭାରତକୁ ଗତି ଦେଇଛି। ଗରିବଙ୍କ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ରାଷ୍ଟ୍ରପତି କହିଥିଲେ। ଶିକ୍ଷା ଓ ରୋଜଗାର ଉପରେ ଗୁରୁତ୍ୱ ଦିଆଯାଉଛି। ଆୟୁଷ୍ମାନ ଯୋଜନାରେ ଉତ୍ତମ ସ୍ବାସ୍ଥ୍ୟ ସେବା ଯୋଗାଇ ଦିଆଯାଉଛି। କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ଋଣ ସୀମା ବୃଦ୍ଧି କରାଯାଇଛି। ୨୫ କୋଟି ଲୋକଙ୍କୁ ଗରିବୀ ସୀମାରୁ ଉପରକୁ ଉଠାଯାଇଛି। ଭାରତ ବିଶ୍ବର ୩ୟ ବଡ଼ ଅର୍ଥ ବ୍ୟବସ୍ଥା ହେବାକୁ ଯାଉଛି। ସରକାରୀ କର୍ମଚାରୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ଗଠନ ହୋଇଛି। ମଧ୍ୟବିତ୍ତ ଯେତେ ବଡ଼ ସ୍ବପ୍ନ ଦେଖିବ, ଦେଶ ସେତେ ଆଗେଇବ।

ଆୟକର ଦାତାଙ୍କ ପାଇଁ ଟିକସ ବ୍ୟବସ୍ଥା ସରଳ କରାଯାଇଛି। ଦଣ୍ଡ ନୁହେଁ, ନ୍ୟାୟ ସଂହିତା ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ପ୍ରତିରକ୍ଷା କ୍ଷେତ୍ରରେ ଆତ୍ମନର୍ଭରଶୀଳ ପଦକ୍ଷେପ ଉତ୍ସାହଜନକ। ନକ୍ସଲଙ୍କ ବିରୋଧରେ ଲଢ଼େଇ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ନକ୍ସଲ ପ୍ରଭାବିତ ଅଞ୍ଚଳ ୧୨୬ରୁ ହ୍ରାସ ହୋଇ ୩୮ରେ ପହଞ୍ଚିଛି। ବିଶ୍ବବନ୍ଧୁର ଛବି ମଜଭୁତ ହୋଇଛି। ବିପଦ ଓ ପ୍ରାକୃତିକ ବିପର୍ଯ୍ୟୟରେ ଭାରତ। ନର୍ଥଇଷ୍ଟର ବିକାଶକୁ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ୩୭୦ ଉଚ୍ଛେଦ ପରେ କଶ୍ମୀରରେ ବିକାଶର ବାତାବରଣ ସୃଷ୍ଟି ହୋଇଛି। ଲୋକ ସଭା ଓ ବିଧାନସଭା ନିର୍ବାଚନ ସେଠାରେ ଶାନ୍ତିରେ ସରିଛି। ଆଜି ବିଶ୍ବ ଭାରତର ଯୋଗ ପରମ୍ପରାକୁ ମାନିଛି। ୧୫୦୦ରୁ ଅଧିକ ଆଇନ ଉଚ୍ଛେଦ କରାଯାଇଛି ବୋଲି ରାଷ୍ଟ୍ରପତି କହିଛନ୍ତି।

ବଜେଟ ଅଧିବେଶନ ପୂର୍ବରୁ ସଂସଦରେ ପ୍ରଧାନମନ୍ତ୍ରୀ ମୋଦି ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ମୁଁ ମା’ ଲକ୍ଷ୍ମୀଙ୍କ ନିକଟରେ ପ୍ରାର୍ଥନା କରୁଛି ଯେ, ଦେଶର ପ୍ରତ୍ୟେକ ଗରିବ ଏବଂ ମଧ୍ୟବିତ୍ତ ବର୍ଗର ସମ୍ପ୍ରଦାୟ ଉପରେ ମା’ ଲକ୍ଷ୍ମୀଙ୍କ ଆଶୀର୍ବାଦ ରହୁ। ଆମର ଗଣତନ୍ତ୍ର ୭୫ ବର୍ଷ ପୂରଣ କରିଛି। ଏହା ଦେଶର ପ୍ରତ୍ୟେକ ନାଗରିକଙ୍କ ପାଇଁ ଅତ୍ୟନ୍ତ ଗର୍ବର ବିଷୟ।

ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଏହା ତୃତୀୟ କାର୍ଯ୍ୟକାଳର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ। ବିକଶିତ ଭାରତର ସଂକଳ୍ପ ୨୦୪୭ରେ ପୂରଣ ହେବ। ଏହି ବଜେଟ ଏକ ନୂତନ ଆତ୍ମବିଶ୍ୱାସ ସୃଷ୍ଟି କରିବ, ନୂତନ ଶକ୍ତି ଦେବ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri