Posted inଜାତୀୟ

Budget 2025: ପୂର୍ବରୁ ସନ୍ଧ୍ୟାରେ ଏବେ ଦିନରେ ହେଉଛି ବଜେଟ୍‌ ଉପସ୍ଥାପନ, ଜାଣନ୍ତୁ ହଠାତ୍‌ କେବେ କାହିଁକି ଏହି ନିୟମରେ ହେଲା ବଡ଼ ପରିବର୍ତ୍ତନ

ସଂସଦରେ ବଜେଟ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ। ବଜେଟ୍‌ ଉପସ୍ଥାପନ କରି ଅର୍ଥମନ୍ତ୍ରୀ କହିଛନ୍ତି, ଆମର ଅର୍ଥନୀତି ସମସ୍ତ ପ୍ରମୁଖ ଅର୍ଥନୀତି ମଧ୍ୟରେ ସବୁଠାରୁ ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି। ଗତ ୧୦ ବର୍ଷ ଧରି ଆମର ବିକାଶ ଟ୍ରାକ ରେକର୍ଡ ବିଶ୍ୱରେ ଦୃଷ୍ଟି ଆକର୍ଷଣ କରିଛି। ଏହି ବଜେଟରେ ୧୦ଟି ଦିଗ ପ୍ରତି ବିଶେଷ ଧ୍ୟାନ ଦିଆଯାଇଛି। ଗରିବ, ଯୁବକ, ଅନ୍ନଦାତା, ଓମେନ ଇନ ଇଣ୍ଡିଆକୁ ଆହୁରି ଆଗକୁ ବଢ଼ାଇବା ଓ MSME ଆଦି ଫୋକସରେ ରହିଛି। ପ୍ରଧାନମନ୍ତ୍ରୀ ଧନ୍ୟ ଧାନ କୃଷି ଯୋଜନା-କୃଷି ଜିଲା ବିକାଶ କାର୍ଯ୍ୟକ୍ରମ। ଆମ ସରକାର ରାଜ୍ୟଗୁଡ଼ିକ ସହିତ ସହଭାଗୀତାରେ ଧନ୍ୟ କୃଷି ଯୋଜନା ହାତକୁ ନେବ। ଏହି କାର୍ଯ୍ୟକ୍ରମ ଜରିଆରେ ୧.୭ କୋଟି ଚାଷୀ ଉପକୃତ ହେବେ।
ସେ ଆହୁରି ମଧ୍ୟ କହିଛନ୍ତି, ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ MSME ବିକାଶର ଦ୍ବିତୀୟ ଇଞ୍ଜିନ ଭାବେ ନିଆଯାଇଛି। ୭.୫ କୋଟି MSME କର୍ମଚାରୀଙ୍କ ଉପରେ ଫୋକସ କରାଯାଉଛି। MSME କ୍ଷେତ୍ର ପାଇଁ ଅଧିକ ଋଣ ମଞ୍ଜୁରୀ କରାଯିବ। ଯୁବକଙ୍କୁ MSME ଦ୍ବରା ଅଧିକ ନିଯୁକ୍ତି ଦିଆଯିବ। ଅଣଚମଡ଼ା ଶିଳ୍ପ ଉପରେ ଏଥର ଫୋକସ ରହିଛି। ଅଣଚମଡ଼ା ଶିଳ୍ପ ଦ୍ବାରା ୨୨ ଲକ୍ଷ ଉପକୃତ ହେବେ।
ଖେଳନା ତିଆରି ଶିଳ୍ପକୁ ଅଧିକ ଗୁରୁତ୍ୱ ଦିଆଯିବ। ଭାରତ ଖେଳନା ଶିଳ୍ପର ଗ୍ଲୋବାଲ ହେବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି। ସେହିପରି ସକ୍ଷମ ଅଙ୍ଗନଓ୍ବାଡି ଯୋଜନା ଦ୍ବାରା ୮ କୋଟି ପିଲା ଉପକୃତ ହେବେ ୧ କୋଟି ଗର୍ଭବତୀ ମହିଳା, ୨୦ ଲକ୍ଷ ଅପପୁଷ୍ଟି ପିଲା ଉପକୃତ ହେବେ। ୧୦ ବର୍ଷରେ ମେଡିକାଲ ସିଟ ୧.୧ ଲକ୍ଷ ବୃଦ୍ଧି ଘଟିଛି। ସବୁ ଜିଲା ହସ୍ପିଟାଲରେ କ୍ୟାନ୍ସର ଚିକିତ୍ସା କେନ୍ଦ୍ର ରହିବ। ଆସନ୍ତା ୩ ବର୍ଷରେ ଲକ୍ଷ୍ୟ ପୂରଣ କରାଯିବ।

ତେବେ ପୂର୍ବରୁ ବଜେଟ୍‌ ଉପସ୍ଥାପନ କରିବାର ସମୟ ଅପରାହ୍ନ ୫ଟା ଥିଲା। ଯାହା ସକାଳ ୧୧ଟାକୁ ପରିବର୍ତ୍ତିତ ହୋଇଥିଲା। ସର୍ବଶେଷରେ କେଉଁ ବର୍ଷରେ ଏହା ପରିବର୍ତ୍ତନ କରାଯାଇଥିଲା ଏବଂ ଏହି ପରମ୍ପରା କାହିଁକି ବଦଳାଗଲା ଜାଣନ୍ତୁ।

ଭାରତ ସ୍ବାଧୀନତା ପାଇବା ପରେ ମଧ୍ୟ ଅପରାହ୍ନ ୫ଟାରେ ବଜେଟ ଉପସ୍ଥାପନ ଜାରି ରହିଲା। ଏହା ୧୯୯୯ ପର୍ଯ୍ୟନ୍ତ ଜାରି ରହିଥିଲା, କିନ୍ତୁ ଅଟଳ ବିହାରୀ ବାଜପେୟୀଙ୍କ ନେତୃତ୍ୱାଧୀନ ସରକାରଙ୍କ ଅଧୀନରେ ତତ୍କାଳୀନ ଅର୍ଥମନ୍ତ୍ରୀ ଯଶଓ୍ବନ୍ତ ସିହ୍ନା ବଜେଟ ଉପସ୍ଥାପନ କରିବାର ସମୟ ପରିବର୍ତ୍ତନ କରିଥିଲେ ଏବଂ ଏହାକୁ ଉପସ୍ଥାପନ କରିବାର ସମୟ ପୂର୍ବାହ୍ନ ୧୧ଟାରେ ସ୍ଥିର କରାଯାଇଥିଲା।

ଦୁଇଟି କାରଣରୁ ବଜେଟ ଉପସ୍ଥାପନ କରିବାର ସମୟ ପରିବର୍ତ୍ତନ କରାଯାଇଥିଲା। ବାସ୍ତବରେ ପ୍ରଥମ କାରଣଟି ହେଲା ଭାରତ ଆଉ ବ୍ରିଟିଶ ଉପନିବେଶ ନୁହେଁ ତେଣୁ ପୁରୁଣା ସମୟ ଅନୁସରଣ କରିବାର କୌଣସି କାରଣ ନାହିଁ। ଦ୍ୱିତୀୟତଃ ଏମ୍‌ପି ଏବଂ ଅଧିକାରୀମାନଙ୍କୁ ବଜେଟ ଅଧ୍ୟୟନ ଏବଂ ଆଲୋଚନା ପାଇଁ ଅଧିକ ସମୟ ଦେବା ପାଇଁ ସମୟ ପରିବର୍ତ୍ତନ କରାଯାଇଥିଲା। ୨୭ ଫେବୃଆରୀ ୧୯୯୯ରେ ଯଶଓ୍ବନ୍ତ ସିହ୍ନା ପ୍ରଥମଥର ପାଇଁ ପୂର୍ବାହ୍ନ ୧୧ଟାରେ କେନ୍ଦ୍ର ବଜେଟ ଉପସ୍ଥାପନ କରିଥିଲେ। ଅବଶ୍ୟ ଏହା ପରେ ମଧ୍ୟ ସମାନ କାର୍ଯ୍ୟ ଜାରି ରହିଲା।

ଏହାପୂର୍ବରୁ ଫେବୃଆରୀର ଶେଷ ଦିନରେ ବଜେଟ ଉପସ୍ଥାପିତ ହୋଇଥିଲା, କିନ୍ତୁ ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ ଏହି ପରମ୍ପରାକୁ ଭାଙ୍ଗି ଫେବୃଆରୀ ୧ରେ ବଜେଟ୍‌ ୍‌ଉପସ୍ଥାପନ କରିବା ଆରମ୍ଭ କରିଥିଲେ। ଏପ୍ରିଲ ୧ରେ ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ନୂତନ ବଜେଟ ନୀତିର ସୁଗମ କାର୍ଯ୍ୟାନ୍ବୟନ ପାଇଁ ଏହି ପରିବର୍ତ୍ତନ କରାଯାଇଥିଲା। ସରକାରୀ ଯୋଜନାଗୁଡ଼ିକ ସଠିକ ଭାବରେ କାର୍ଯ୍ୟକାରୀ କରିବାକୁ ଏକ ଅତିରିକ୍ତ ମାସ ପାଇବା ସମୟ ପ୍ରଦାନ କଲା।

ପୂର୍ବରୁ ରେଳ ବଜେଟ ପୃଥକ ଭାବରେ ଉପସ୍ଥାପିତ ହୋଇଥିଲା, କିନ୍ତୁ ୨୦୧୬ରେ ରେଲଓ୍ବେ ବଜେଟ ୯୨ ବର୍ଷ ପୁରୁଣା ପରମ୍ପରାକୁ ଭାଙ୍ଗି କେନ୍ଦ୍ର ବଜେଟ୍ରେ ମିଶ୍ରଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବା ଏୟାର ଇଣ୍ଡିଆ ପାଇଲଟ୍‌ ବହିଷ୍କୃତ

ନୂଆଦିଲ୍ଲୀ,୫ା୯: ଫୁକେଟ୍‌ରୁ ଦିଲ୍ଲୀ ଉଡ଼ାଣ ବେଳେ ବିମାନ ହଠାତ୍‌ ୩୦୦ ଫୁଟ୍‌ ଖସିବା ଘଟଣା ପରେ ନିଷେଧ ନିଶାଦ୍ରବ୍ୟ ସେବନ କରିଥିବା ଡୋପ୍‌ ଟେଷ୍ଟରୁ ଧରାପଡ଼ିବା ପରେ…

ଭୀଷଣ ପାଗ ନେଇ ସତର୍କ କରାଇଲେ ଡବ୍ଲ୍ୟୁଏମ୍‌ଓ ମୁଖ୍ୟ: ଫେବୃଆରୀ ଯାଏ ଜାରି ରହିବ…

ନୂଆଦିଲ୍ଲୀ,୫ା୯: ପ୍ରଶାନ୍ତ ମହାସାଗର ଉପରେ ସକ୍ରିୟ ଥିବା ଏଲ୍‌ ନିନୋ ଆଗାମୀ ମାସଗୁଡ଼ିକରେ ଅଧିକ ଘନୀଭୂତ ହୋଇ ଏକ ଶକ୍ତିଶାଳୀ ରୂପ ନେବ ଏବଂ ଆସନ୍ତାବର୍ଷ ଫେବୃଆରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri