Budget 2026: ୧୭.୨ ଲକ୍ଷ କୋଟି ଋଣ କରିବେ ସରକାର, ବିତିୟ ନିଅଣ୍ଟ ୪.୩% ରଖିବାକୁ ଲକ୍ଷ୍ୟ

ନୂଆଦିଲ୍ଲୀ,୧।୨: ରବିବାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ସରକାର ଆଗାମୀ ଆର୍ଥିକ ବର୍ଷ ପାଇଁ ରାଜକୋଷୀୟ ନିଅଣ୍ଟକୁ ଜିଡିପି (GDP)ର ୪.୩ ପ୍ରତିଶତ ମଧ୍ୟରେ ସୀମିତ ରଖିବାକୁ ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ଏହା ଗତ ବର୍ଷର ସଂଶୋଧିତ ଆକଳନ ୪.୪ ପ୍ରତିଶତ ତୁଳନାରେ ସାମାନ୍ୟ କମ୍, ଯାହା ସରକାରଙ୍କ ଆର୍ଥିକ ଶୃଙ୍ଖଳା ରକ୍ଷା କରିବା ଦିଗରେ ଏକ ସକାରାତ୍ମକ ପଦକ୍ଷେପ।

ତଥାପି ସରକାର ନିଜର ଖର୍ଚ୍ଚ ଓ ନିଅଣ୍ଟକୁ ଭରଣା କରିବା ପାଇଁ ବଜାରରୁ ମୋଟ ୧୭.୨ ଲକ୍ଷ କୋଟି ଟଙ୍କାର ଋଣ ସଂଗ୍ରହ କରିବେ। ସେଥିମଧ୍ୟରୁ ୧୧.୭ ଲକ୍ଷ କୋଟି ଟଙ୍କା ସରକାରୀ ସିକ୍ୟୁରିଟି ମାଧ୍ୟମରେ ସଂଗୃହିତ ହେବ।

ଚଳିତ ବର୍ଷ ମୋଟ ବ୍ୟୟ ଆକଳନ ପ୍ରାୟ ୪୯.୬ ଲକ୍ଷ କୋଟି ଟଙ୍କା ରହିଛି। ସେଥିମଧ୍ୟରୁ ଭିତ୍ତିଭୂମି ବିକାଶ ବା ପୁଞ୍ଜି ବ୍ୟୟ ପାଇଁ ୧୧.୭ ଲକ୍ଷ କୋଟି ଟଙ୍କା ବ୍ୟୟ କରାଯିବ।

ଅର୍ଥମନ୍ତ୍ରୀ କହିଛନ୍ତି ଯେ ସରକାର ବିକାଶମୂଳକ କାର୍ଯ୍ୟରେ ନିବେଶ ଜାରି ରଖିବା ସହ ଦେଶର ଋଣ ବୋଝକୁ କମାଇବା ପାଇଁ ପ୍ରତିଶ୍ରୁତିବଦ୍ଧ। ସ୍ୱଳ୍ପ ସଞ୍ଚୟ ଏବଂ ଅନ୍ୟାନ୍ୟ ଉତ୍ସରୁ ମଧ୍ୟ ବାକି ପାଣ୍ଠି ଯୋଗାଡ଼ କରାଯିବ।

ରାଜକୋଷୀୟ ନିଅଣ୍ଟ କ’ଣ?
ସରଳ ଭାଷାରେ କହିଲେ, ଯେତେବେଳେ ସରକାରଙ୍କ ମୋଟ ରୋଜଗାର (ରାଜସ୍ୱ) ତୁଳନାରେ ଖର୍ଚ୍ଚ ଅଧିକ ହୁଏ, ସେହି ବ୍ୟବଧାନକୁ ରାଜକୋଷୀୟ ନିଅଣ୍ଟ କୁହାଯାଏ। ଏହାକୁ ପୂରଣ କରିବା ପାଇଁ ସରକାର ଋଣ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲିଉଡରୁ ଆସିଲା ଦୁଃଖଦ ଖବର: ପରଲୋକରେ ଲୋକପ୍ରିୟ ଅଭିନେତା

ମୁମ୍ବାଇ: ଲୋକପ୍ରିୟ ଅଭିନେତା ପ୍ରଦୀପ ରାୱତଙ୍କର ୭୪ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ଦେହାନ୍ତ ସମ୍ବନ୍ଧୀୟ ସୂଚନା ଅଭିନେତା ଯଶପାଳ ଶର୍ମା ସୋସିଆଲ ମିଡିଆରେ ପୋଷ୍ଟ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ପୁଅର ଗିରଫଦାରୀକୁ ନେଇ ମୁହଁ ଖୋଲିଲେ ଷ୍ଟାଲିନ, କହିଲେ ଅହଙ୍କାରରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଦ୍ରାବିଡ଼ ମୁନେତ୍ର କାଜାଗମ୍ (ଡିଏମକେ) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ଗିରଫଦାରୀକୁ ନେଇ ରାଜ୍ୟର ରାଜନୈତିକ ପାରା ଚରମ ସୀମାରେ ପହଞ୍ଚିଛି।…

ଅଟୋ ସେକ୍ଟର ହେବ ମାଲାମାଲ! ସରକାର ୪,୦୦୦ କୋଟି ଯୋଜନା…

ନୂଆଦିଲ୍ଲୀ,୪।୮: ଭାରତୀୟ ଅଟୋମୋବାଇଲ ଶିଳ୍ପ ବର୍ତ୍ତମାନ ଏକ ପ୍ରମୁଖ ପ୍ରଯୁକ୍ତିବିଦ୍ୟା ଏବଂ ସାଂରଚନିକ ପରିବର୍ତ୍ତନ ଦେଇ ଗତି କରୁଛି। ବୈଦ୍ୟୁତିକ ଯାନ (EVs) ପାଇଁ ବର୍ଦ୍ଧିତ ଚାହିଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri