Budget 2026: ୭ଟି ହାଇ-ସ୍ପିଡ୍ ରେଳ କରିଡର ଘୋଷଣା, ଉପକୃତ ହେବେ ଓଡିଶା ସମେତ ଏସବୁ ରାଜ୍ୟ

ନୂଆଦିଲ୍ଲୀ,୧।୨: ଭାରତର ପ୍ରମୁଖ ଆର୍ଥିକ ଓ ବାଣିଜ୍ୟିକ ସହରଗୁଡ଼ିକୁ ଯୋଡିବା ପାଇଁ ବଡ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। ଏସଓ ସହରକୁ ଯୋଗାଯୋଗକୁ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍‌ରେ ୭ଟି ନୂତନ ହାଇସ୍ପିଡ୍ ରେଳ କରିଡରର ପ୍ରସ୍ତାବ ରଖିଛନ୍ତି। ପରିବେଶ ଅନୁକୂଳ ଏବଂ ଦ୍ରୁତ ପରିବହନ ବ୍ୟବସ୍ଥାକୁ ପ୍ରୋତ୍ସାହନ ଦେବା ଲକ୍ଷ୍ୟରେ ଏହି କରିଡରଗୁଡ଼ିକୁ ‘ଗ୍ରୋଥ୍ କନେକ୍ଟର’ ଭାବେ ବିକଶିତ କରାଯିବ।

ନୂତନ ଭାବେ ଘୋଷଣା ହୋଇଥିବା ୭ଟି ରୁଟ୍:
୧. ମୁମ୍ବାଇ – ପୁଣେ ୨. ପୁଣେ – ହାଇଦ୍ରାବାଦ ୩. ହାଇଦ୍ରାବାଦ – ବେଙ୍ଗାଲୁରୁ ୪. ହାଇଦ୍ରାବାଦ – ଚେନ୍ନାଇ ୫. ଚେନ୍ନାଇ – ବେଙ୍ଗାଲୁରୁ ୬. ଦିଲ୍ଲୀ – ବାରାଣସୀ ୭. ବାରାଣସୀ – ଶିଲିଗୁଡ଼ି

ଏହି ହାଇସ୍ପିଡ୍ ଟ୍ରେନ୍ ଯୋଗୁଁ ସହରଗୁଡ଼ିକ ମଧ୍ୟରେ ଯାତ୍ରା ସମୟ ବହୁମାତ୍ରାରେ ହ୍ରାସ ପାଇବ। ଏହା କମ୍ କାର୍ବନ ନିର୍ଗମନ ସହ ଏକ ସ୍ଥାୟୀ ପରିବହନ ବିକଳ୍ପ ପ୍ରଦାନ କରିବ।ଦେଶର ବୈଷୟିକ କେନ୍ଦ୍ର, ଆର୍ଥିକ ହବ୍ ଏବଂ ଉତ୍ପାଦନ କେନ୍ଦ୍ରଗୁଡ଼ିକୁ ଯୋଡ଼ିବା ଦ୍ୱାରା ଆଞ୍ଚଳିକ ବିକାଶ ତ୍ୱରାନ୍ୱିତ ହେବ।

ଏହି ପ୍ରକଳ୍ପ ଦ୍ୱାରା ଦେଶର ଦ୍ରୁତ ବିକାଶ ହେଉଥିବା ସହରଗୁଡ଼ିକ ପରସ୍ପର ସହ ଅତି ସହଜରେ ଯୋଡ଼ି ହୋଇପାରିବେ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲିଉଡରୁ ଆସିଲା ଦୁଃଖଦ ଖବର: ପରଲୋକରେ ଲୋକପ୍ରିୟ ଅଭିନେତା

ମୁମ୍ବାଇ: ଲୋକପ୍ରିୟ ଅଭିନେତା ପ୍ରଦୀପ ରାୱତଙ୍କର ୭୪ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ଦେହାନ୍ତ ସମ୍ବନ୍ଧୀୟ ସୂଚନା ଅଭିନେତା ଯଶପାଳ ଶର୍ମା ସୋସିଆଲ ମିଡିଆରେ ପୋଷ୍ଟ…

ଦ୍ୱିଅର୍ଥବୋଧକ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ୍‌ଙ୍କୁ ଗିରଫ ପରେ ଜାମିନ

ଚେନ୍ନାଇ,୫ା୮: ଲୋକପ୍ରିୟ ଅଭିନେତ୍ରୀ ତ୍ରିଶାଙ୍କୁ ଇଙ୍ଗିତ କରି ଓ ତାଙ୍କ ସମ୍ମାନ ଏବଂ ନାରୀତ୍ୱକୁ ଅପମାନିତ କରି ଦ୍ୱିଅର୍ଥବୋଧକ ମନ୍ତବ୍ୟ ଦେବା ଅଭିଯୋଗରେ ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri