Posted inଜାତୀୟ

୧୨ ମିନିଟ୍‌ରେ ୫୦ ଲକ୍ଷ କୋଟିର ବଜେଟ ଗୃହୀତ କରାଇନେଲେ: ଖାର୍ଗେ

ନୂଆଦିଲ୍ଲୀ, ୭ା୪: କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଗଣତାନ୍ତ୍ରିକ ନିୟମାନୁଯାୟୀ ପାର୍ଲାମେଣ୍ଟରେ ଆଲୋଚନା କରିବାକୁ ସୁଯୋଗ ଦେଉ ନ ଥିବା କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଅଭିଯୋଗ କରିଛନ୍ତି। ଅନ୍ୟ ପକ୍ଷରେ ବିରୋଧୀ ଗୃହକୁ ଅଚଳ କରି ରଖିଥିବା ଭାଜପା ଅଭିଯୋଗ କରିଆସୁଛି। ଆଲୋଚନା ପାଇଁ ସୁଯୋଗ ନ ଦେଇ ସରକାର ମାତ୍ର ୧୨ ମିନିଟରେ ୫୦ ଲକ୍ଷ କୋଟି ଟଙ୍କାର ବଜେଟ ଗୃହୀତ କରାଇନେଲେ। ଆଦାନୀ ପ୍ରସଙ୍ଗରେ ଯୁଗ୍ମ ସଂସଦୀୟ କମିଟି (ଜେପିସି) ତଦନ୍ତ ଦାବିରେ ବିରୋଧୀ ଅଡ଼ିବସିଥିବାବେଳେ ଏଥିରୁ ଲୋକଙ୍କ ଦୃଷ୍ଟି ହଟାଇବା ଲାଗି ସରକାରୀ ଦଳ ପାର୍ଲାମେଣ୍ଟକୁ ଅଚଳ କରି ରଖିଥିଲେ ବୋଲି ଖାର୍ଗେ କହିଛନ୍ତି। ବଜେଟ ଅଧିବେଶନକୁ ସମ୍ପୂର୍ଣ୍ଣ ଅଚଳ କରି ରଖିବା ସରକାରଙ୍କ ଉଦ୍ଦେଶ୍ୟ ଥିଲା। ଏହାକୁ ବିରୋଧୀ ଦଳଗୁଡ଼ିକ ନିନ୍ଦା କରୁଛନ୍ତି ବୋଲି ପାର୍ଲାମେଣ୍ଟ ଭବନରୁ ବିଜୟଚୌକ ପର୍ଯ୍ୟନ୍ତ ତ୍ରିରଙ୍ଗା ଶୋଭାଯାତ୍ରା ପରେ କନ୍‌ଷ୍ଟିଚ୍ୟୁଶନ କ୍ଲବ୍‌ଠାରେ ମିଳିତ ଖବରଦାତା ସମ୍ମିଳନୀରେ ଖାର୍ଗେ କହିଛନ୍ତି। ସରକାର ଗଣତନ୍ତ୍ର ଉପରେ ବହୁତ କଥା କହୁଛନ୍ତି, କିନ୍ତୁ ଗଣତାନ୍ତ୍ରିକ ନିୟମାବଳୀ ପାଳନ କରୁନାହାନ୍ତି। ଗଣତନ୍ତ୍ର ଓ ସମ୍ବିଧାନ ପାଇଁ ବିରୋଧୀ ଦଳଗୁଡ଼ିକ ଏକାଠି ଲଢ଼ିବେ ବୋଲି କଂଗ୍ରେସ ଅଧ୍ୟକ୍ଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି

ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ...

‘ଉସମାନ ହାଦି ଆମ ହୃଦୟରେ ରହିବେ’ ହାଦିଙ୍କ ଶେଷ ଯାତ୍ରାରେ ଯୋଗଦେଇ ୟୁନୁସ କହିଲେ…

ଢାକା,୨୧।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଛାତ୍ର ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦିଙ୍କ ଆଦର୍ଶକୁ ଆଗକୁ...

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...

କେବଳ ବାହାନା

ଡିସେମ୍ୱର ୧୭ରେ ୱାୟାନାଡ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବିକଶିିତ ଭାରତ ଗ୍ୟାରେଣ୍ଟି ଫର୍‌ ରୋଜଗାର ଆଣ୍ଡ୍‌ ଆଜୀବିକା ମିଶନ ବିଲ୍‌, ୨୦୨୫ ଉପରେ ପରାମର୍ଶ...

ରାଜଧାନୀରେ ନାବାଳିକାଙ୍କୁ ଗଣବଳାତ୍କାର: ପୁରୁଷବନ୍ଧୁ ସାଥିରେ ଆଣି…

ଭୁବନେଶ୍ୱର,୨୧।୧୨(ତ୍ରିନାଥ ମହାନ୍ତି): ଧଉଳିରେ ନାବାଳିକାଙ୍କୁ ଗଣବଳାତ୍କାର ଘଟଣା ମନରୁ ଲିଭି ନ ଥିବାବେଳେ ପୁଣି ଶହୀଦନଗର ଥାନା ଅଞ୍ଚଳରେ ଆଉ ଜଣେ ୧୭ ବର୍ଷର ନାବାଳିକା...

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri