Posted inଜାତୀୟ

ରାହୁଲଙ୍କ ଚାଇନା-ପାକ ନ୍ୟାୟପାଳିକା ବୟାନକୁ ନେଇ ରାଜନୀତି ସରଗରମ

ନୂଆଦିଲ୍ଲୀ,୩ ।୨: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପୁଣିଥରେ ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି । ରାହୁଲ କହିଛନ୍ତି ମୋଦି ସରକାର ଦେଶକୁ ‘ଶେହନଶାହା’ ଭଳି ଚଳାଇବାକୁ ଚେଷ୍ଟା କରୁଛନ୍ତି । ବର୍ତ୍ତମାନର ସରକାରଙ୍କ ନୀତି ଯୋଗୁ ଆଜି ଦେଶ ଆଭ୍ୟନ୍ତରୀଣ ତଥା ବାହ୍ୟ ଦିଗରେ ଏକ ବଡ ବିପଦର ସମ୍ମୁଖୀନ ହୋଇଛି । ପାର୍ଲାମେଣ୍ଟର ଉଭୟ ଗୃହର ମିଳିତ ବୈଠକରେ ରାଷ୍ଟ୍ରପତିଙ୍କ ସମ୍ବୋଧନରେ ମୋଶନ ଅଫ୍ ଧନ୍ୟବାଦ ଉପରେ ହୋଇଥିବା ଆଲୋଚନାରେ ଅଂଶ ଗ୍ରହଣ କରି ରାହୁଲ ଦାବି କରିଛନ୍ତି ଯେ କେନ୍ଦ୍ର ସରକାରଙ୍କ ନୀତି ଯୋଗୁ ଆଜି ଚାଇନା ଓ ପାକିସ୍ତାନ ଏକାଠି ହୋଇଛନ୍ତି । ରାହୁଲ ଆହୁରି ମଧ୍ୟ ଦାବି କରିଛନ୍ତି କି କେନ୍ଦ୍ର ସରକାରଙ୍କ ନୀତି ଯୋଗୁ ହିନ୍ଦୁସ୍ତାନ ଦୁଇଭାଗ ହୋଇଯାଇଛି । ଗୋଟିଏ ହେଉଛି ଗରିବଙ୍କର ଅନ୍ୟଟି ଧନୀଙ୍କର । ଏହାସହ ସେ ଦାବି କରିଛନ୍ତି ଯେ ଅଭିଭାଷଣରେ ଦେଶ ସାମ୍ନାନାରେ ଥିବା କୌଣସି ସମସ୍ୟାର ଉଲ୍ଲେଖ କରାଯାଇ ନାହିଁ ।
ରାହୁଲ ଗାନ୍ଧୀଙ୍କ ଏହି ବୟାନକୁ ନେଇ ଏବେ ରାଜନୀତି ହୋଇଛି ସରଗରମ । କେନ୍ଦ୍ର ଆଇନ ମନ୍ତ୍ରୀ କିରଣ ରିଜେଜୁ କହିଛନ୍ତି ରାହୁଲ ଗାନ୍ଧୀ ଏଥିପାଇଁ କ୍ଷମା ମାଗନ୍ତୁ । ଏହାସହ ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର କହିଛନ୍ତି ରାହୁଲଙ୍କୁ ତଥ୍ୟ ସମ୍ପର୍କରେ କିଛି ବି ସୂଚନା ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri