Posted inଜାତୀୟ

ଆଜିଠୁ ବଜେଟ ଅଧିବେଶନ

ନୂଆଦିଲ୍ଲୀ,୩୧।୧(ପି.ଟି.): ପାର୍ଲାମେଣ୍ଟର ବଜେଟ ଅଧିବେଶନ ମଙ୍ଗଳବାର ଆରମ୍ଭ ହେଉଛି। ପ୍ରଥମ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଭୟ ସଦନର ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ। ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଏବଂ ଅର୍ଥ ବିଲ୍‌ ଅନୁମୋଦନକୁ ସରକାର ସର୍ବାଧିକ ପ୍ରାଥମିକତା ଦେବାକୁ ଥିବାବେଳେ ବିରୋଧୀ ଦଳଗୁଡ଼ିକ ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିବା ପାଇଁ ଯୋଜନା କରିଛନ୍ତି। ଏହି ପ୍ରସଙ୍ଗ ମଧ୍ୟରେ ରହିଛି ଆଦାନୀ-ହିଣ୍ଡେନବର୍ଗ ବିବାଦ, ଦେଶବ୍ୟାପୀ ଜାତିଭିତ୍ତିକ ଅର୍ଥନୈତିକ ଜନଗଣନା ଏବଂ ମହିଳା ସଂରକ୍ଷଣ ବିଲ୍‌। ୨୦୨୪ରେ ଲୋକ ସଭା ନିର୍ବାଚନ ହେବାକୁ ଥିବାରୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ବୁଧବାର ତାଙ୍କର ଶେଷ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ। ରାଷ୍ଟ୍ରପତିଙ୍କ ଅଭିଭାଷଣ ପରେ ଗୃହରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ କରାଯିବ।
ଅଧିବେଶନରେ ସରକାର ବଜେଟ ସମେତ ୩୬ଟି ବିଲ୍‌ ଆଣିବା ପାଇଁ ଯୋଜନା ରଖିଛନ୍ତି। ଅଧିବେଶନ ଏପ୍ରିଲ ୬ ପର୍ଯ୍ୟନ୍ତ ଚାଲିବାକୁ ଥିବାବେଳେ ବଜେଟ ପେପର ଯାଞ୍ଚ ଲାଗି ମଝିରେ ମାସେ ଅବକାଶ ରହିବ। ପ୍ରଥମ ପର୍ଯ୍ୟାୟ ଅଧିବେଶନ ଫେବୃୟାରୀ ୧୪ରେ ଶେଷ ହେବାକୁ ଥିବାବେଳେ ମାର୍ଚ୍ଚ ୧୨ରୁ ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା: ଗିରଫ ଦାବି କଲା ବିଜେଡି

ବଲାଙ୍ଗୀର,୨୯ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ…

ଏଣ୍ଟ୍ରାନ୍ସ ଦେବାକୁ ଯାଇଥିଲେ ଛାତ୍ରୀ, ବଜ୍ରପାତରେ ଗଲା ଜୀବନ, ସହାୟତା ଦାବି କରି…

ଦିଗପହଣ୍ଡି,୨୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ଚାଞ୍ଚଡ଼ାପଲ୍ଲୀ ଗ୍ରାମର ମେଧାବୀ ଛାତ୍ରୀ ରେଶ୍ମା ଭୋଳ (୨୧) ଶୁକ୍ରବାର ଅପରାହ୍ନରେ ବ୍ରଜପାତରେ ମୃତ୍ୟୁବରଣ…

ମନ୍‌ କି ବାତ୍‌ରେ ସମ୍ବଲପୁରର ସୁଜାତା, ପ୍ରଶଂସା କରି ପ୍ରଧାନମନ୍ତ୍ରୀ କହିଲେ…

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁ ର ଜିଲାର ଜଣେ ସାଧାରଣ ଗୃହିଣୀରୁ ସଫଳ ମାଛ ଚାଷୀ ସାଜିଥିବା ସୁଜାତା ଭୂୟାଁଙ୍କ ସଫଳତା ଆଜି ସାରା ଦେଶ ପାଇଁ ଏକ…

ଶିମିଳିପାଳରେ ଶିକାରୀଙ୍କୁ ଧରିଲା AI କ୍ୟାମେରା, ବନ୍ଧୁକ-ବିସ୍ଫୋରକ ଜବତ

ବାରିପଦା,୨୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଖଞ୍ଜ ଯାଇଥିବା କୁତ୍ରିମ ବୁଦ୍ଧିମତା (AI) କ୍ୟାମେରାରେ କଏଦ ଫଟୋଚିତ୍ରକୁ ନେଇ ବନବିଭାଗ ଚଢ଼ାଉ କରି ଜଣେ…

ଏପ୍ରିଲରୁ ବଦଳିଯିବ ଡିଜିଟାଲ ପେମେଣ୍ଟ ନିୟମ, କଣ ସବୁ ବଦଳିବ ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୩: ଆଉ ମାତ୍ର ୨ ଦିନ ପରେ ଆରମ୍ଭ ହେବାକୁ ଯାଉଛି ଏପ୍ରିଲ ମାସ। ଆସନ୍ତାମାସ ୧ ତାରିଖରୁ, ଡିଜିଟାଲ କାରବାରର ପଦ୍ଧତି ସମ୍ପୂର୍ଣ୍ଣ ପରିବର୍ତ୍ତନ ହେବ।…

ରାମନବମୀ ଶୋଭାଯାତ୍ରାବେଳେ ଫାଙ୍କା ଗୁଳିଚାଳନା କରି ଫସିଲେ ବିଧାୟକ, ଏବେ…

ବଲାଙ୍ଗୀର/ଟିଟିଲାଗଡ଼,୨୯ା୩ (ବୀରେନ୍ଦ୍ର କୁମାର ଝାଙ୍କର/ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ଫୁଟିଛି ଗୁଳି। ଆଉ ଏହି ଗୁଳି ଚଳାଇଛନ୍ତି…

ଏପ୍ରିଲ ୧ରୁ ବଢିଯିବ LPG ସିଲିଣ୍ଡର ରେଟ୍‌? ଯୁଦ୍ଧ ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୯।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଚାଲିଥିବା ସଂଘର୍ଷ ମଧ୍ୟରେ ଦେଶବ୍ୟାପୀ ଲକ୍‌ ଡାଉନ ସମ୍ପର୍କରେ ଗୁଜବ ସମ୍ପର୍କରେ ସରକାର ଏକ ଦୃଢ଼ ଏବଂ ସ୍ପଷ୍ଟ…

ବିୟର ବୋତଲ ପର୍ଯ୍ୟନ୍ତ ପହଞ୍ଚିଲାଣି ଯୁଦ୍ଧର ନିଆଁ, ଦେବାକୁ ପଡ଼ିପାରେ ଅଧିକ ଦେୟ

ନୂଆଦିଲ୍ଲୀ,୨୯।୩: ଗ୍ରୀଷ୍ମ ଋତୁ ଆସିଗଲାଣି। ସାଧାରଣତଃ ଗରମ ଋତୁରେ ବିୟରର ବ୍ୟବହାର ବୃଦ୍ଧି ପାଏ। ତଥାପି, ଏଥର, ଭାରତୀୟ ବିୟର ପ୍ରେମୀମାନଙ୍କୁ ଏହି ଋତୁରେ ସେମାନଙ୍କର ତୃଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri