ଫେବୃୟାରୀ ୨୧ରୁ ବିଧାନସଭା ବଜେଟ ଅଧିବେଶନ

ଭୁବନେଶ୍ବର,୨।୨(ବ୍ୟୁରୋ): ଫେବୃୟାରୀ ୨୧ ତାରିଖରୁ ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହେବ। ୨ଟି ପର୍ଯ୍ୟାୟରେ ଏହି ଅଧିବେଶନ ବସିବ। ଫେବୃୟାରୀ ୨୧ରୁ ମାର୍ଚ୍ଚ ୨ ତାରିଖ ଯାଏ ପ୍ରଥମ ପର୍ଯ୍ୟାୟ ଅଧିବେଶନ ଏବଂ ମାର୍ଚ୍ଚ ୧୦ରୁ ଏପ୍ରିଲ ୬ ତାରିଖ ପର୍ଯ୍ୟନ୍ତ ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ବସିବ। ତେବେ ଚଳିତ ବର୍ଷ ବଜେଟ ଅଧିବେଶନରେ ୨୮ଟି କାର୍ଯ୍ୟଦିବସ ରହିବ। ଏନେଇ ବିଧାନସଭା ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ, ପ୍ରଥମ ଦିନ ଅର୍ଥାତ୍‌ ଫେବୃୟାରୀ ୨୧ରେ ଗୃହକୁ ସମ୍ବୋଧିତ କରିବେ ରାଜ୍ୟପାଳ। ଏହାପରେ ୨୪ ତାରିଖରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ କରିବେ।