Posted inଜାତୀୟ

୩୧ରୁ ସଂସଦର ବଜେଟ ଅଧିବେଶନ

ନୂଆଦିଲ୍ଲୀ,୨୯।୧: ପାର୍ଲାମେଣ୍ଟର ବଜେଟ ଅଧିବେଶନ ଜାନୁଆରୀ ୩୧ରୁ ଆରମ୍ଭ ହେବାକୁ ଯାଉଛି। ପ୍ରଥମ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଲୋକ ସଭା ଓ ରାଜ୍ୟ ସଭାର ମିଳିତ ଅଧିବେଶନକୁ ସମ୍ବୋଧନ କରିବେ। ଏହା ପରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ କରାଯିବ। ଫେବୃଆରୀ ୧ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଲୋକ ସଭାରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ୩ ତାରିଖରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଲୋକ ସଭା ଏବଂ ରାଜ୍ୟ ସଭାରେ ଆଲୋଚନା ହେବ।
ରାଷ୍ଟ୍ରପତିଙ୍କ ଅଭିଭାଷଣର ଧନ୍ୟବାଦ ପ୍ରସ୍ତାବ ଉପରେ ଲୋକ ସଭାରେ ଫେବୃଆରୀ ୩ ଓ ୪ ଦୁଇଦିନ ଆଲୋଚନା ହେବାକୁ ଥିବାବେଳେ ରାଜ୍ୟ ସଭାରେ ୩ ଦିନ ବିତର୍କ ହେବ ବୋଲି ପୂର୍ବରୁ ସ୍ଥିର ହୋଇଥିଲା। ଏବେ ଏଥିରେ ପରିବର୍ତ୍ତନ କରାଯାଇ କେବଳ ସୋମବାର ଦିନ ଉଭୟ ଗୃହରେ ରାଷ୍ଟ୍ରପତିଙ୍କ ପ୍ରସ୍ତାବ ଉପରେ ବିତର୍କ ପାଇଁ ଅନୁମତି ଦିଆଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟ ସଭାରେ ଫେବୃଆରୀ ୬ରେ ଆଲୋଚନାର ଉତ୍ତର ରଖିବେ ବୋଲି ଆଶା କରାଯାଉଛି। ବଜେଟ ଅଧିବେଶନ ଯେପରି ସୁରୁଖୁରୁରେ ଚାଲିବ, ତାହା ସୁନିଶ୍ଚିତ କରିବା ପାଇଁ ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ୍‌ ରିଜିଜୁ ଜାନୁଆରୀ ୩୦ରେ ପାର୍ଲାମେଣ୍ଟରେ ରାଜନୈତିକ ଦଳଗୁଡ଼ିକର ନେତାମାନଙ୍କ ବୈଠକ ଡାକିଛନ୍ତି। ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଜାନୁଆରୀ ୩୧ରୁ ଫେବୃଆରୀ ୧୩ ପର୍ଯ୍ୟନ୍ତ ଚାଲିବାକୁ ଥିବାବେଳେ ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧୦ରୁ ଆରମ୍ଭ ହୋଇ ଏପ୍ରିଲ ୪ରେ ଶେଷ ହେବ। ବଜେଟ ଅଧିବେଶନରେ ମୋଟ ୨୭ଟି ସିଟିଂ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?