କୋଭିଡ୍‌ କଟକଣାରେ ଚାଲିବ ବଜେଟ ଅଧିବେଶନ

ଭୁବନେଶ୍ୱର,୧୬ା୩(ବ୍ୟୁରୋ): ରାଜ୍ୟରେ କରୋନା ପ୍ରକୋପ ହ୍ରାସ ପାଇଛି। ତେବେ ଆସନ୍ତା ୨୫ ତାରିଖରୁ ଆରମ୍ଭ ହେବାକୁ ଥିବା ବିଧାନସଭାର ବଜେଟ ଅଧିବେଶନ ସମ୍ପୂର୍ଣ୍ଣ କୋଭିଡ୍‌ କଟକଣାରେ ଚାଲିବ। ବିଧାନସଭା ସଦସ୍ୟ, ବିଧାନସଭା କର୍ମଚାରୀ, ସୁରକ୍ଷା କର୍ମୀ, ଗଣମାଧ୍ୟମ ପ୍ରତିନିଧିମାନଙ୍କର କୋଭିଡ୍‌ ଟେଷ୍ଟ କରାଯିବ। ଅର୍ଥାତ୍‌ ପୂର୍ବରୁ ଯେଉଁ ବ୍ୟବସ୍ଥା ରହିଥିଲା, ଯେଉଁ ନିୟମ ଲାଗୁ ହେଉଥିଲା, ଏବେ ବି ସେହି ବ୍ୟବସ୍ଥା ରହିବ। ଅଧିବେଶନ ପୂର୍ବରୁ ସମସ୍ତଙ୍କର କୋଭିଡ୍‌ ଟେଷ୍ଟ ହେବ। ମଙ୍ଗଳବାର ବିଧାନସଭା ପରିସରରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ଏହି ନିଷ୍ପତ୍ତି ହୋଇଥିବା ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଏ ନେଇ ସୂଚନା ଦେଇଛନ୍ତି।
କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର, ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବୈଠକରେ ଭିଡିଓ କନ୍‌ଫରେନ୍ସରେ ଯୋଗ ଦେଇଥିଲେ। ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝି, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଶାସକ ଦଳର ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ପ୍ରମୁଖ ବୈଠକରେ ସାମିଲ ହୋଇଥିଲେ। ଆସନ୍ତା ୨୫ ତାରିଖରୁ ଆରମ୍ଭ ହେବାକୁ ଥିବା ବଜେଟ ଅଧିବେଶନକୁ ସୁରୁଖୁରୁରେ ଚଳାଇବା ପାଇଁ ବାଚସ୍ପତି ସବୁ ଦଳର ସହଯୋଗ ଲୋଡ଼ିଛନ୍ତି।
ଆସନ୍ତା ଅଧିବେଶନ ୬ ଦିନ ପର୍ଯ୍ୟନ୍ତ ଚାଲିବାକୁ ଥିବା ବେଳେ ପ୍ରଥମ ଦିନ ରାଜ୍ୟପାଳ ଅଭିଭାଷଣ ରଖିବେ। ମାର୍ଚ୍ଚ ୩୦ ତାରିଖରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ଲେଖା ଅନୁଦାନ ଆଗତ ହେବ। ଆଗକୁ ପୌର ନିର୍ବାଚନ ଥିବାରୁ ଏଥର ୪ ମାସିଆ ବଜେଟ ଆସିବ। ଏହାପରେ ଜୁନ୍‌, ଜୁଲାଇରେ ପୂର୍ଣ୍ଣାଙ୍ଗ ବଜେଟ ଆସିବ। ବଜେଟରେ ସ୍ବାସ୍ଥ୍ୟ, ଶିକ୍ଷା, ଭିତ୍ତିଭୂମି ଉପରେ ଗୁରୁତ୍ୱ ଦିଆଯିବ। ୩୦ ତାରିଖରେ ୨୦୨୨-୨୩ ଆର୍ଥିକବର୍ଷ ଲାଗି ବଜେଟ ଆଗତ ହେବ। ଏହି ଅଧିବେଶନ ସ୍ବଳ୍ପକାଳୀନ ହେବ। ଅଧିବେଶନର ପ୍ରଥମ ଦିବସରେ ରାଜ୍ୟପାଳ ଅଭିଭାଷଣ ଦେବେ ଓ ଧନ୍ୟବାଦ ପ୍ରସ୍ତାବ ଆଗତ ହେବ। ୨୬ରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆଲୋଚନା ହେବ। ୨୭ ତାରିଖରେ ରବିବାର ପଡୁଥିବାରୁ ଗୃହକାର୍ଯ୍ୟ ବନ୍ଦ ରହିବ। ୨୮ରେ ରାଜ୍ୟପାଳଙ୍କ ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା ହେବ। ୨୯ରେ ସରକାରୀ କାର୍ଯ୍ୟ ଦିବସ ରଖାଯାଇଥିବା ବେଳେ ୩୦ରେ ଅର୍ଥମନ୍ତ୍ରୀ ବଜେଟ ଆଗତ କରିବେ। ସେହିଦିନ ଭୋଟ ଅନ୍‌ ଆକାଉଣ୍ଟ ବା ଲେଖାନୁଦାନ ପ୍ରସ୍ତାବ ଆଗତ ହେବ ଏବଂ ଏହା ଉପରେ ଆଲୋଚନା ଆରମ୍ଭ ହେବ। ୩୧ ତାରିଖରେ ବ୍ୟୟମଞ୍ଜୁରୀ ବିଲ୍‌ ପାରିତ ହେବ। ସେହିଦିନ ବଜେଟ ଅଧିବେଶନ ଶେଷ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?