Posted inଜାତୀୟ

ଶୁକ୍ରାବାରରୁ ଆରମ୍ଭ ହେବ ଦିଲ୍ଲୀ ବଜେଟ ଅଧିବେଶନ: ଉପସ୍ଥାପନ କରିବେ ନୂତନ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୬।୩: ଦିଲ୍ଲୀ ବିଧାନସଭାର ବଜେଟ ଅଧିବେଶନ ଶୁକ୍ରବାରରୁ ଆରମ୍ଭ ହେବାକୁ ଯାଉଛି। ବଜେଟ ଅଧିବେଶନର ପ୍ରଥମ ଦିନରେ ଦିଲ୍ଲୀର ଉପରାଜ୍ୟପାଳ ବିନୟ କୁମାର ସାକ୍ସେନା ନିଜର ଅଭିଭାଷଣ ରଖିବେ। ଏହାପରେ ମଙ୍ଗଳବାର ଅର୍ଥାତ୍‌ ମାର୍ଚ୍ଚ ୨୧ରେ ବଜେଟ ଉପସ୍ଥାପନ କରାଯିବ ବୋଲି ସୂଚନା ରହିଛି।ଏହା ଦିଲ୍ଲୀର ଅରବିନ୍ଦ କେଜ୍‌ରିିୱାଲ ସରକାରଙ୍କ ପ୍ରଥମ ବଜେଟ ହେବ ଯେଉଁଥିରେ ମନୀଷ ସିସୋଡିଆ ଉପସ୍ଥାପନ କରିବେ ନାହିଁ। ସୂଚନା ମୁତାବକ, ସିସୋଡିଆ ଗିରଫ ହେବା ପରେ ଏବଂ ତାଙ୍କ ଇସ୍ତଫା ପରେ କୈଳାଶ ଗେହଲୋଟଙ୍କୁ ଅର୍ଥମନ୍ତ୍ରୀ କରାଯାଇଛି। ଏଭଳି ପରିସ୍ଥିତିରେ କୈଳାଶ ଗେହଲୋଟ ଚଳିତ ବର୍ଷର ବଜେଟ ଉପସ୍ଥାପନ କରିବେ। ଏହି ବଜେଟ ଅଧିବେଶନ ସକାଳ ୧୧ଟାରୁ ଆରମ୍ଭ ହେବ। ବଜେଟ ଅଧିବେଶନ ଉପରାଜ୍ୟପାଳ ସାକ୍ସେନାଙ୍କ ଭାଷଣରୁ ଆରମ୍ଭ ହେବ। କିନ୍ତୁ କେଜ୍‌ରିିୱାଲ ସରକାର ଏବଂ ଉପରାଜ୍ୟପାଳଙ୍କ ମଧ୍ୟରେ ଗତ କିଛି ସମୟରୁ ବିବାଦ ଲାଗି ରହିଛି। ଏହାକୁ ଦୃଷ୍ଟିରେ ରଖି ଉପରାଜ୍ୟପାଳଙ୍କ ଭାଷଣ ଉପରେ ସମସ୍ତଙ୍କ ନଜର ରହିବ। ଅନ୍ୟପଟେ ଦୁର୍ନୀତି ମାମଲାରେ କେଜ୍‌ରିିୱାଲ ସରକାରରେ ମନ୍ତ୍ରୀ ଥିବା ମନୀଷ ସିସୋଡିଆ ଏବଂ ସତ୍ୟେନ୍ଦ୍ର ଜୈନ ଗିରଫ ହେବା ପରଠାରୁ ଭାଜପା ଆମ ଆଦମୀ ପାର୍ଟି (ଏଏପି)କୁ ଟାର୍ଗେଟ କରିଆସୁଛି। ଫଳରେ ଭାଜପା ମଧ୍ୟ ଏହି ବଜେଟ ଅଧିବେଶନରେ ରାଜ୍ୟ ସରକାରଙ୍କ ବିରୋଧରେ ଏକ ଅନାସ୍ଥା ପ୍ରସ୍ତାବ ଆଣିବାକୁ ଯୋଜନା କରିଛି। ଏଥିସହ ଭାଜପା ସମସ୍ତ ପ୍ରସଙ୍ଗରେ ଆଲୋଚନା ପାଇଁ ବଜେଟ ଅଧିବେଶନର ଦିନକୁ ବୃଦ୍ଧି କରିବାକୁ ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାଉଣ୍ଡକୁ ସେନା ପଠାଇଲା ଆମେରିକା, ଏବେ ଜୋରଦାର ହେବ ବିଶ୍ୱଯୁଦ୍ଧ! ବିଶ୍ୱରେ ଚହଳ

ଓ଼୍ବାଶିଂଟନ,୨୯।୩: ଇରାନ ସହିତ ଚାଲିଥିବା ସଂଘର୍ଷର ଏକ ମାସ ପୂରଣ ହେଉଥିବାରୁ, ଆମେରିକା ମଧ୍ୟପ୍ରାଚ୍ୟରେ ଏହାର ସାମରିକ ଉପସ୍ଥିତିକୁ ଆହୁରି ମଜବୁତ କରିଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ…

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri