ବିପଦ ସଂକେତ ଉପରେ ବୁଢ଼ାବଳଙ୍ଗ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ, ଏସ୍‌ପି

ବୈଶିଙ୍ଗା,୨୮।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ତଥା ବେତନଟୀ ବ୍ଲକ ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ପୋଲ ନିକଟରେ ମଙ୍ଗଳବାର ଦ୍ୱିପ୍ରହର ସୁଦ୍ଧା ଜଳସ୍ତର ବିପଦ ସଂକେତ ଉପରେ ପ୍ରବାହିତ ହେଉଛି।

ଶିମିଳିପାଳ ଅଭୟାରଣ୍ୟ ଉପର ମୁଣ୍ଡରେ ଲଗାଣ ପ୍ରବଳ ବର୍ଷା ଯୋଗୁ ବୁଢ଼ାବଳଙ୍ଗ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ବୈଶିଙ୍ଗା ବଡ଼ସାହି ମୁଖ୍ୟ ରାସ୍ତାରେ ଥିବା ଏକମାତ୍ର ଯୋଗାଯୋଗ ନାଖରା ସେତୁ ଉପରେ ବନ୍ୟାଜଳ ପ୍ରବାହିତ ହେବାର ସମ୍ଭାବନା ରହିଛି।

ଏଭଳି ସ୍ଥିତିରେ ଜିଲାପାଳ ହେମକାନ୍ତ ସଏ ଓ ଜିଲା ଆରକ୍ଷୀ ଅଧିକ୍ଷକ ବରୁଣ ଗୁଣ୍ଟୁପାଲ୍ଲି ନାଖରା ସେତୁ ନିକଟରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ । ବେତନଟୀ ତହସିଲଦାର ଚନ୍ଦ୍ରଜିତ ବେହେରା, ବିଡ଼ିଓ ମୁନା ସେଠୀ, ପାଟଳିପୁରା ସରପଞ୍ଚ ମମତା ନାୟକ ପ୍ରମୁଖ ମଧ୍ୟ ଉପସ୍ଥିତ ଥିଲେ। ପରେ ବେତନଟୀ ଓ ବଡ଼ସାହି ବ୍ଲକ ପ୍ରଶାସନିକ ଅଧିକାରୀଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ନଦୀ ନିକଟସ୍ଥ ଦାରିହା, କାଠପାଳ, ନାଖରା, ସିଙ୍ଗଲାମୁଣ୍ଡଳି, ଡେଁଫଉଦା, ଗଣ୍ଡବାଙ୍କ ଆଦି ତଳିଆ ଅଞ୍ଚଳ ଗାଁଗୁଡ଼ିକରେ ନଦୀଜଳ ଯେ କୌଣସି ମୁହୂର୍ତ୍ତରେ ପ୍ରବେଶ କରିବାର ସମ୍ଭାବନା ରହିଛି। ତେବେ ଗଣ୍ଡବାଙ୍କ ଗାଁ ଭିତରକୁ ସୋମବାର ରାତିଠାରୁ ବୁଢ଼ାବଳଙ୍ଗ ନଦୀର ପାଣି ପଶିବାରୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି। ଗୋରୁଗାଈ, ଛେଳି, କୁକୁଡ଼ା ଭଳି ଗୃହପାଳିତ ଜୀବଙ୍କ ଅବସ୍ଥା ମଧ୍ୟ ସଙ୍କଟାପନ୍ନ ହୋଇପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ୫ ରାଶିଙ୍କୁ କ୍ୟାରିୟର-ବ୍ୟବସାୟରୁ ପ୍ରଚୁର ଧନଲାଭ; ପ୍ରବଳ ଇନକମ୍‌କୁ ଚାକିରିରେ ବଡ଼ ପଦବୀର ଅଫର୍‌

୧୨ ସେପ୍ଟେମ୍ୱର, ୨୦୨୬ରେ ଭାଦ୍ରବ ମାସ ଶୁକ୍ଳ ପକ୍ଷ ପ୍ରତିପଦା ତିଥି ଏବଂ ଶନିବାର ଦିନ ପଡୁଛି। ପଞ୍ଚାଙ୍ଗ ଅନୁଯାୟୀ, ଏହି ତିଥିରେ ତ୍ରିପୁଷ୍କର ଯୋଗର ଶୁଭ…

କିଡନୀ ରୋଗୀଙ୍କୁ ମାନବିକତାର ହାତ ବଢ଼ାଇଲେ ବାବୁ ଭାଇ ଫ୍ୟାନ କ୍ଲବ

ଭଞ୍ଜନଗର, ୧୧।୯ (ବାବୁଲା ପ୍ରଧାନ): ମାନବିକତାର ହାତ ବଢ଼ାଇ ଜଣେ ଅସହାୟ କିଡନୀ ରୋଗୀଙ୍କ ଚିକିତ୍ସା ପାଇଁ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ଗଞ୍ଜାମ ଜିଲା ଭଞ୍ଜନଗର…

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

ଭାରତରେ ନିଜ ଟଏଲଟ୍‌ ଧରି ବୁଲୁଛନ୍ତି ସି ଜିନପିଙ୍ଗ୍‌, କାରଣ ଜାଣିଲେ ହୋସ୍‌ ଉଡିବ

ନୂଆଦିଲ୍‌ଲୀ,୧୨।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯେତେବେଳେ କୌଣସି ବିଦେଶ ଗସ୍ତରେ ଯାଆନ୍ତି, ସେତେବେଳେ ତାଙ୍କର ସୁରକ୍ଷା ବ୍ୟବସ୍ଥା ତାଙ୍କ ଦୈନନ୍ଦିନ ଜୀବନର ସବୁଠାରୁ ବ୍ୟକ୍ତିଗତ ଦିଗ…

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?