ଶୀତ କାକରରେ ଦୁଲୁକିଲା ବୁଢ଼ାରଜା ମଞ୍ଚ: କଳା-ସଂସ୍କୃତିକୁ ବଞ୍ଚାଇ ରଖିବାକୁ ପ୍ରୟାସ

କେସିଙ୍ଗା,୯।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି ପକ୍ଷରୁ ୨୮ତମ କଳାହାଣ୍ଡି ଉତ୍ସବ ଘୁମୁରା ଆରମ୍ଭ ହୋଇଯାଇଛି। କେସିଙ୍ଗା ବିଡିଓ ତଥା ଆବାହକ ଜନ୍ମେଜୟ ସ୍ବାଇଁ ଓ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ସଭା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପ୍ରଥମେ ଶ୍ରୀ ଗଣେଶଙ୍କ ମୂର୍ତ୍ତିରେ ପୂଜାର୍ଚ୍ଚନା କରାଯାଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶ ଯୋଗଦେଇ ଉଦଘାଟନ କରିଥିଲେ।

ଜିଲାପାଳ ତାଙ୍କର ବକ୍ତବ୍ୟରେ କହିଥିଲେ, କଳା ସଂକୃତିକକୁ ଦୀର୍ଘ ୨୮ ବର୍ଷ ଧରି ବଞ୍ଚାଇ ରଖିଥିବାରୁ ବ୍ଲକ ପ୍ରଶାସନକୁ ଧନ୍ୟବାଦ। ଏହି ଉତ୍ସବରେ ଗ୍ରାମାଞ୍ଚଳରେ ଲୁପ୍ତ ଭାବେ ଥିବା କଳାକାରମାନେ ଲୋକ ଲୋଚନକୁ ଆସି ଅତି ସୁନ୍ଦର ଭାବେ କଳା ପ୍ରଦର୍ଶନ କରୁଥିବାରୁ ଦର୍ଶକ ମାନେ ତାହା ଦେଖି ଆନନ୍ଦିତ ହେଉଛନ୍ତି। ପ୍ରବଳ ଶୀତ କାକରକୁ ଖାତିର ନ କରି ହଜାର ହଜାର ସଂଖ୍ୟାରେ ଉପସ୍ଥିତ ହେଉଛନ୍ତି ବୋଲି କହିଥିଲେ।
ଏଥିରେ ସମ୍ମାନିତ ଅତିଥି ଭାବେ ତହସିଲଦାର ପ୍ରଶାନ୍ତି ପ୍ରଧାନ, ଏସ. ଡି.ପି.ଓ.ସନ୍ଦୀପ କୁମାର ମାଝୀ ଯୋଗଦେଇ ଥିଲେ। ଅତିଥିଙ୍କୁ ସମ୍ବର୍ଦ୍ଧନା କରାଯାଇଥିଲା। ଅତିଥିମାନେ କଳାହାଣ୍ଡି ଉତ୍ସବ ଘୁମୁରାର କଳା ସଂକୃତିକ ଉପରେ ନିଜସ୍ବ ମତ ରଖିଥିଲେ। ପରେ ପଶ୍ଚିମ ଓଡିଶାର ବିଶିଷ୍ଟ ହାସ୍ୟ କଳାକାର ଯୋଗେଶ ଜୋ ଜୋ ଓ ବିନ୍ଧୁଙ୍କ ଦ୍ୱାରା ବିଶେଷ ଆକର୍ଷଣ ଥିଲା। ଏହା ସହ ଏସ.ଆଇ. ଅନୁପ କୁମାର ଶତପଥୀଙ୍କ ଦାରା ଯାଦୁ ପ୍ରଦର୍ଶନ କରାଯାଇଥିଲା। ଏହି ବୁଢ଼ାରଜା ମଞ୍ଚରେ ଭବାନୀପାଟଣାର ନୁପୁର ଡାନ୍ସ ଓ ମୟୁର ସାଥିଙ୍କ ସମେତ ଅନେକେ କଳାକାର ବୃନ୍ଦ ସାମିଲ ହୋଇ କଳାହାଣ୍ଡିସ୍‌ର ଐତିହ ସଂକୃତିକ ପରମ୍ପରା, ଲୋକନୃତ୍ୟ, ଲୋକକଳା ଓ ସଙ୍ଗୀର ସମାବେଶରେ ବୁଢ଼ାରଜା ମଞ୍ଚରେ ଦୁଳୁକି ଉଠିଥିଲା। ଏହି ଅଧିବେଶନରେ ମଞ୍ଚ ପରିଚାଳନା କରିଥିଲେ ଜ୍ଞାନେନ୍ଦ୍ର ଭୋଇ ଓ ଧନ୍ୟବାଦ ଅର୍ପଣ କରିଥିଲେ କେସିଙ୍ଗା ବିଡିଓ ଜନ୍ମେଜୟ ସ୍ବାଇଁ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri