ଲାଠିଯାତ୍ରା, ଲାଖବିନ୍ଧା ସହ ଶେଷ ହେଲା ବୁଢାରଜାଙ୍କ ଦଶରା ମହୋତ୍ସବ

କୋକସରା,୧୬।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ସୀମାନ୍ତ ସାହାଜଖୋଲ ସଂରକ୍ଷିତ ଜଙ୍ଗଲ ପାଦ ଦେଶରେ ଆମପାଣି ବୁଢାରଜାଙ୍କ ବାର୍ଷିକ ଦଶରା ମହୋତ୍ସବ ସମାପନ ହୋଇଯାଇଛି। ଏହି ଅବସରରେ ବୁଢାରଜାଙ୍କ ପୀଠରେ ଶୁକ୍ଳ ଭୋଗ ସହ ପାଶର୍‌ବ ଦେବଦେବୀଙ୍କୁ ବଳି ଭୋଗରେ ସନ୍ତୁଷ୍ଟ କରିଥିଲେ ମାନସିକଧାରୀ।

ପୀଠରେ ୨ଟି ଲିଙ୍ଗକୁ ପୂଜା କରାଯାଉଥିବା ବେଳେ ଗୋଟିଏ ଲିଙ୍ଗରେ ଶକ୍ଳ ଭୋଗ ଯଥା ନଡ଼ିଆ, ଧୂପ ଓ ମୁଆଁ ଦେଇ ପୂଜାର୍ଚ୍ଚନା କରାଯାଇଥିବା ବେଳେ ଅନ୍ୟ ଏକ ଲିଙ୍ଗରେ ବଳି ଭୋଗ ଲାଗି ହୋଇଥିଲା। ଭକ୍ତମାନେ ମାନସିକ ପୂରଣ ପାଇଁ ଦେଇଥିବା ପଶୁ ପକ୍ଷୀଙ୍କୁ ବୁଢାରଜାଙ୍କଠାରେ ପୂଜା କରି ଜେନାବୁଢାଙ୍କ ନିକଟରେ ବଳି ପକାଇଥିଲେ। ପୂର୍ବରୁ ବୁଢ଼ାରଜା ଦଶରା କେବଳ ଶନିବାର ହେଉଥିବା ବେଳେ ବିଗତ କିଛିବର୍ଷ ହେଲା ଶୁକ୍ରବାର ଓ ଶନିବାର ୨ଦିନ ଧରି ଏହି ପୂଜା ହେଉଥିବା କମିଟି କର୍ମକର୍ତ୍ତା ପ୍ରକାଶ କରିଛନ୍ତି ।

ଏପରି କି ଶୁକ୍ରବାର ସନ୍ଧ୍ୟାରେ ଲାଠିପୂଜା ସହ ଆୟୋଜନ କମିଟି ପକ୍ଷରୁ ସ୍ଥାନୀୟ ବୁଢାରଜା ମଞ୍ଚରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଶବିବାର ପୂଜା ସକାଳୁ ଆରମ୍ଭ ହୋଇଥିଲା। ସକାଳ ୭ଟାରୁ ବୁଢ଼ାରଜାଙ୍କ ମନ୍ଦିରରେ ଭକ୍ତମାନେ ଦର୍ଶନ କରିବା ସହ ପୂର୍ବାହ୍ନ ୧୧ଟାରେ ଗ୍ରାମପୂଜକଙ୍କ ଘରୁ ବିରାଟ ପଟୁଆରରେ ଲାଠିଯାତ୍ରା ବାହାରି ବିଭିନ୍ନ ସାଂସ୍କୃତିକ ଦଳର ବର୍ଣ୍ଣାଢ୍ୟ ପରିବେଶରେ ବୁଢାରଜାଙ୍କ ମନ୍ଦିରରେ ପହଞ୍ଚି ଥିଲା। ଶୋଭାଯାତ୍ରାରେ ବିଭିନ୍ନ ଗ୍ରାମରୁ ୨୦ରୁ ଊର୍ଦ୍ଧ୍ୱ ଦେବଦେବୀଙ୍କ ଲାଠି, କାଳିଶି, ଘୁମୁରା ଓ ଲୋକ କଳାକାରଙ୍କ ନୃତ୍ୟ ବାଦ୍ୟର ତାଳେ ତାଳେ ଦେବଦେବୀ ନାଚିଥିବା ଦୃଶ୍ୟ ଦର୍ଶକଙ୍କୁ ଆକର୍ଷିତ କରିଥିଲା। ଏହା ଦେଖିବା ପାଇଁ ନାହିଁ ନ ଥିବା ଜନଗହଳି ହୋଇଥିଲା।

ମନ୍ଦିରରେ ପହଞ୍ଚିବା ପରେ ଲାଠିକୁ ସ୍ବାଗତ କରି ପାଛୋଟି ନିଆଯାଇଥିଲା । ଲାଠିଯାତ୍ରା ପରିକ୍ରମା ସମୟରେ ବାଟରେ ବାଳିଗଜା ଅର୍ପଣ କରାଯାଇଥିଲା । ଲାଠିଯାତ୍ରା ବୁଢାରଜା ପୀଠରେ ପହଞ୍ଚିବା ପରେ ପୂଜକ ଫକୀର ମୋହନ ପୂଜାରୀ ପୂଜାପାଠ କରିଥିଲେ।

ଏହି ଅବସରରେ ବୁଢାରଜା ଦେବଙ୍କ ବାର୍ଷିକ ମଣ୍ଡେଇ ଯାତ୍ରା ଆରମ୍ଭ ହୋଇଥିଲା । ବୁଢାରଜା ପୀଠରେ ଏକାଠି ହୋଇଥିବା ସମସ୍ତ ଦେବଦେବୀ ମଣ୍ଡେଇ ଯାତ୍ରାରେ ସାମିଲ ହୋଇ ବଜାର ପଡ଼ିଆ ପରିକ୍ରମା କରିଥିଲେ। ମଣ୍ଡେଇ ଯାତ୍ରା ସମାପନ ପରେ ପୁଣି ବୁଢାରଜାଙ୍କ ପୀଠକୁ ଦେବଦେବୀ ଆଗମନ କରିଥିଲେ। ପରେ ମନ୍ଦିର ନିକଟରେ ଥିବା ଏକ ଗଛରେ ଜହ୍ନିକୁ ବାନ୍ଧି ଲାଖବିନ୍ଧା କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ଏଥିରେ ଶତାଧିକ ଯୁବକ ସାମିଲ ହୋଇ ଗଛ ଶିଖରରେ ରଖାଯାଇ ଥିବା ଜହ୍ନିକୁ ଲକ୍ଷ୍ୟ କରି ଲାଖ ବିନ୍ଧିଥିଲେ। ପରେ ମାନସିକଧାରୀ ମନ୍ଦିର ପାର୍ଶ୍ୱରେ ଥିବା ଜେନାବୁଢା ପୀଠରେ ବଳି ପକାଇବା କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା।

ସନ୍ଧ୍ୟାରେ ବୁଢାରଜା ସାଂସ୍କୃତିକ ମଞ୍ଚରେ ସାଂସ୍କୃତି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ଆୟୋଜିତ ହୋଇଥିବା ସାଂସ୍କୃତିକ କାର୍ଯ୍ୟକ୍ରମରେ ଜିଲା ଓ ଜିଲା ବାହାରୁ ସାଂସ୍କୃତିକ ଦଳ ଯୋଗ ଦେଇ ନିଜ ନୃତ୍ୟ ପରିବେଷଣ କରି ଦର୍ଶକଙ୍କୁ ବିମୋହିତ କରିଥିଲେ। ସାଂସ୍କୃତିକ କାର୍ଯ୍ୟକ୍ରମ ସମାପନ ପରେ ବିଳମ୍ବିତ ରାତିରେ ଘୁମୁରା ଓ ନାଟକ ପ୍ରତିଯୋଗିତା ହୋଇଥିଲା । ଗହଳିକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। କାର୍ଯ୍ୟକ୍ରମକୁ ବୁଢାରଜା ପୂଜା କମିଟି ସଭାପତି କୁମୁଦ ଚନ୍ଦ୍ର ପୂଝାରି, ଉପସଭାପତି ତିଲୋତ୍ତମା ନାଏକ, ସମ୍ପାଦକ ନକୁଳ ବାଣୁଆ, ସହସମ୍ପାଦକ ସନ୍ତୋଷ ମାଝି, କୋଷାଧ୍ୟକ୍ଷ ଜିତେନ୍ଦ୍ର କୁମାର ପଣ୍ଡା ପ୍ରମୁଖ ପରିଚାଳନା କରିଥିଲେ। ଦଶରା ମହୋତ୍ସବ ଦେଖିବାକୁ ସୀମାନ୍ତ ଜିଲା, ରାଜ୍ୟ ତଥା ଆଖପାଖ ଅଞ୍ଚଳରୁ ୧୦ ହଜାରରୁ ଊର୍ଦ୍ଧ୍ୱ ଭକ୍ତଙ୍କ ସମାଗମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀର ପରକୀୟା ପ୍ରୀତି ଉପରେ ନଜର ରଖିବା ପଡ଼ିଲା ମହଙ୍ଗା: ଟୁଥବ୍ରଶ୍‌ରୁ ସନ୍ଦେହ କରି ଫସିଲେ ସ୍ୱାମୀ, କୋର୍ଟ କହିଲେ…

ନୂଆଦିଲ୍ଲୀ,୨।୯: ପତ୍ନୀଙ୍କ ପରକୀୟା ସମ୍ପର୍କ ଉପରେ ସନ୍ଦେହ ଉପୁଜିବା ପରେ ଆରମ୍ଭ ହେଲା ବିବାଦ । ସନ୍ଦେହ ଦୂର କରିବା ପାଇଁ ସ୍ୱାମୀ ଏମିତି ଏକ ପଦକ୍ଷେପ…

ଗାଧୋଇବା ସମୟରେ ନଦୀରେ ଭାସି ଜଣେ ନିଖୋଜ

ଗୁଣପୁର,୨ା୯(ସୁଜାତା ପାଢ଼ୀ): ଗାଧୋଇବା ସମୟରେ ନଦୀରେ ଭାସିଯାଇ ଜଣେ ନିଖୋଜ ହୋଇଥିବା ଜଣାପଡ଼ିଛି। ଘଟଣାଟି ଘଟିଛି ଗୁଣପୁର ବଂଶଧାରା ନଦୀରେ। ନିଖୋଜ ଜଣେ ବ୍ୟକ୍ତି ଓ ତାଙ୍କ…

ସାବଧାନ! UPI ଓ QR କୋଡ୍‌ ବ୍ୟବହାରକାରୀ ତୁରନ୍ତୁ କରନ୍ତୁ ଏହି କାମ, ୧୫ ସେପ୍ଟେମ୍ୱର ଡେଡ୍‌ଲାଇନ

ନୂଆଦିଲ୍ଲୀ,୨।୯: ଯଦି ଆପଣ ଜଣେ ଛୋଟ ବ୍ୟବସାୟୀ (ମର୍ଚାଣ୍ଟ) ଏବଂ QR କୋଡ କିମ୍ୱା UPI ମାଧ୍ୟମରେ ଡିଜିଟାଲ ପେମେଣ୍ଟ ଗ୍ରହଣ କରୁଛନ୍ତି, ତେବେ ଆପଣଙ୍କ ପାଇଁ…

ସ୍କୁଲରେ ବାଜିବ ବେଲ, ହେଲେ ଆଉ ବଜାଇବେନି ସନ୍ତୋଷ

ଭଞ୍ଜନଗର,୨।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଲାଲସିଂସ୍ଥିତ କାହ୍ନୁ ରାଉତ ଉଚ୍ଚ ବିଦ୍ୟାଳୟର ପିଅନ ସନ୍ତୋଷ ଗୌଡ଼ (୫୮)ଙ୍କ ବୁଧବାର ଅକାଳ ବିୟୋଗରେ ବିଦ୍ୟାଳୟ…

ଭାରତର ଏହି ବଜାରରେ ବିକ୍ରି ହେଉଛି ଅଜଗର ଅଣ୍ଡା, ଦାମ୍‌ ଜାଣିଲେ…

ଭାରତର ଉତ୍ତର-ପୂର୍ବ ରାଜ୍ୟଗୁଡ଼ିକ ସେମାନଙ୍କର ଅନନ୍ୟ ଖାଦ୍ୟ ପାଇଁ ସାରା ଦେଶରେ ଜଣାଶୁଣା। ନାଗାଲାଣ୍ଡ, ମଣିପୁର, ମିଜୋରାମ ଏବଂ ଅରୁଣାଚଳ ପ୍ରଦେଶର ଲୋକମାନେ ମାଛ, ମାଂସ ବ୍ୟତୀତ…

ସମସ୍ତଙ୍କ ହୃଦୟ ଜିଣିଲେ ସୋନୁ ସୁଦ: କାଠମାଣ୍ଡୁରେ ପହଞ୍ଚି…

କାଠମାଣ୍ଡୁ,୨।୯:ନେପାଳରେ ଭୟଙ୍କର ବନ୍ୟା ଶହ ଶହ ଲୋକଙ୍କ ଜୀବନକୁ ଭାଙ୍ଗି ଦେଇଛି। ଘରଗୁଡ଼ିକ ବାଲି ପରି ଭାସି ଯାଇଛି ଏବଂ ଶହ ଶହ ଲୋକ ପ୍ରାଣ ହରାଇଛନ୍ତି।…

ଗିଲ୍‌-ବୁମ୍‌ରାଙ୍କୁ ବଡ଼ ଝଟକା! ICC ଟେଷ୍ଟ ରାଙ୍କିଙ୍ଗ୍‌ରେ ବଡ଼ ଓଲଟପାଲଟ, ନୂଆ ତାଲିକା ଦେଖି ଚମକିଯିବେ!

ନୂଆଦିଲ୍ଲୀ,୨।୯: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ପକ୍ଷରୁ ନୂଆ ଟେଷ୍ଟ ରାଙ୍କିଙ୍ଗ୍‌ ଜାରି ହୋଇଛି। ବିଶ୍ୱର ବିଭିନ୍ନ ସ୍ଥାନରେ ଟେଷ୍ଟ କ୍ରିକେଟ ଚାଲିଥିବା ବେଳେ ଏହାର ପ୍ରଭାବ…

‘ଆମେରିକାର ରାଷ୍ଟ୍ରପତି ବି ହୋଇପାରନ୍ତି ବିଜୟ! ଡୋନାଲ୍ଡ ଟ୍ରମ୍ପଙ୍କ ସ୍ଥାନ ନେଇପାରନ୍ତି’, ଏମିତି କହିଲେ…

ଚେନ୍ନାଇ,୨।୯: ତାମିଲନାଡୁରେ ଟିଭିକେ (TVK) ସରକାରକୁ ନେଇ ଏଆଇଏଡିଏମ୍‌କେ ମହାସଚିବ ଏଡାପ୍ପାଡି କେ. ପଲାନିସ୍ବାମୀ ତୀବ୍ର କଟାକ୍ଷ କରିଛନ୍ତି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ଦାମୀ ଚାର୍ଟର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri