ମାଁ ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପଡ଼ିଲା ଶୁଭଖୁଣ୍ଟି

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା ’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି ଗାନ୍ଧୀ ଛକସ୍ଥିତ ଅସ୍ଥାୟୀ ଯାତ୍ରା ପୀଠରେ ଶୁଭଖୁଣ୍ଟି ସ୍ଥାପନ କରା ଯାଇଛି। ଆସନ୍ତା ୩୦ ତାରିଖରୁ ୮ ଦିନ ବ୍ୟାପୀ ଏହି ଯାତ୍ରା ମହୋତ୍ସବ ଅନୁଷ୍ଠିତ ହେବା କାର୍ଯ୍ୟକ୍ରମ ରହିଛି। ଗୁରୁବାର ବିଳମ୍ବିତ ରାତିରେ ଶୁଭ ଖୁଣ୍ଟ ସ୍ଥାପନ ହୋଇଯାଇଛି । ଗୁରୁବାର ବିଳମ୍ବିତ ସନ୍ଧ୍ୟାରେ ମା ’ ବୁଢ଼ୀ ଠାକୁରାଣୀ ମନ୍ଦିରରେ ପଣ୍ତିତ ସନାତନ ରଥ ଶର୍ମାଙ୍କ ତତ୍ତାବଧାନରେ ପୂର୍ବ ପ୍ରଚଳିତ ନିତିକାନ୍ତି ଅନୁଯାୟୀ ମା ’ଙ୍କୁ ପୂଜାର୍ଚ୍ଚନା କରାଯାଇଥିଲା । ପରେ ମା’ ଙ୍କ ଆଜ୍ଞାମାଳକୁ ବାଉଁଶ ଖୁଣ୍ଟିରେ ବନ୍ଧାଯାଇ ଆତସବାଜି, ନୃତ୍ୟ ଗୀତ, ବାଦ୍ୟ ବାଜଣା ସହକାରେ ବିରାଟ ଶୋଭାଯାତ୍ରାରେ ବଜାର ସାହି ପରିକ୍ରମା କରାଯାଇ ବିଳମ୍ବିତ ରାତିରେ ଅସ୍ଥାୟୀଯାତ୍ରା ପୀଠକୁ ଅଣାଯାଇଥିଲା। ସେଠାରେ ବିଧି ମୁତାବକ ପୂଜାର୍ଚ୍ଚନା କରାଯିବା ପରେ ଶୁଭଖୁଣ୍ଟି ସ୍ଥାପନ କରାଯାଇଥିଲା। ଆସନ୍ତା ୨୯ ତାରିଖ ଆଶ୍ୱିନ କୃଷ୍ଣ ପକ୍ଷ ମହାସପ୍ତମୀ ତିଥିରେ ମା’ ବୁଢ଼ୀ ଠାକୁରାଣୀଙ୍କୁ ମନ୍ଦିର ପରିସରରୁ ଅସ୍ଥାୟୀ ଯାତ୍ରା ପୀଠକୁ ଅଣାଯିବ। ୩୦ ତାରିଖ ଠାରୁ ୮ ଦିନ ବ୍ୟାପୀ ଏହି ଯାତ୍ରା ମହୋତ୍ସବ ଅନୁଷ୍ଠିତ ହୋଇ ଅକ୍ଟୋବର ୭ ତାରିଖ ଆଶ୍ୱିନ ଶୁକ୍ଳ ପକ୍ଷ ପୂର୍ଣ୍ଣମୀତିଥିରେ ଉଦ୍‌ଯାପିତ ହେବ। ସକାଳୁ ମା’ ବାହୁଡ଼ା ଯାତ୍ରାରେ ମନ୍ଦିରକୁ ଫେରିବେ ବୋଲି ଯାତ୍ରା ପରିଚାଳନା କମିଟି ପକ୍ଷରୁ ସୂଚନା ଦିଆଯାଇଛି । ଯାତ୍ରା ପରିଚାଳନା କମିଟି ସଭାପତି ବିକାଶ ପଶୁପାଳକ , ଉପସଭାପତି ଆଲୁ, ସୁଶାନ୍ତ , ସମ୍ପାଦକ ବିଚିତ୍ରାନନ୍ଦ ପଟ୍ଟନାୟକ , ସହ ସମ୍ପାଦକ ତଥା କାଉନସିଲର ଦୀପକ କୁମାର ମିଶ୍ର, କୋଷାଧ୍ୟକ୍ଷ ଆଶିଷ କୁମାର ପଟ୍ଟନାୟକ , ସହ କୋଷାଧ୍ୟକ୍ଷ କେ. ରାଜେନ୍ଦ୍ର , ଉପଦେଷ୍ଟା ଶିବ ଶଙ୍କର ମହାଙ୍କୁଡ , ସତ୍ୟ ନାରାୟଣ ଦାଶ , ଏନଏସି ନଗରପାଳ ପ୍ରଫୁଲ୍ଲ ପଣ୍ଡା , ଓକିଲ ସଂଘର ପୂର୍ବତନ ସଭାପତି ହରପ୍ରସାଦ ରଥ , ଅର୍ଦ୍ଦୁ. ଗୋବିନ୍ଦ , କୁରେଶୁ ମହାରଣା , ପ୍ରଦୀପ କୁମାର ପଣ୍ଡା , କାଉନସିଲର ନୀଳମାଧବ ଗୌଡ , ସୁଶାନ୍ତ କୁମାର ପାତ୍ର , ରବିନ୍ଦ୍ର କୁମାର ମାର୍ଥା , କେ. କୁନା ଏବଂ ଦୁର୍ଗା ମେକାପ ସମେତ ସହସ୍ରାଧିକ ସହରବାସୀ ଶୁଭ ଖୁଣ୍ଟି ଶୋଭାଯାତ୍ରାରେ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri