ରାଜସ୍ବ ଗ୍ରାମ ଭାବେ ସ୍ବୀକୃତି ପାଇଲା ବୁଢ଼ୀପଦର

କେସିଙ୍ଗା,୧୭ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବାଲସି ପଞ୍ଚାୟତର ବୁଢ଼ୀପଦର ଗ୍ରାମକୁ ରାଜ୍ୟ ସରକାର ରାଜସ୍ବ ଗ୍ରାମ ଭାବେ ଗୁରୁବାର ସ୍ବୀକୃତି ପ୍ରଦାନ କରିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆନନ୍ଦ ଓ ଉଲ୍ଲାସ ଖେଳିଯାଇଛି। ବୁଢ଼ୀପଦର ଗ୍ରାମର ପ୍ରହରୀ ମଣ୍ଡପରେ କଳସ ସ୍ଥାପନ କରି ପୂଜାର୍ଚ୍ଚନା କରି ରାଜସ୍ବ କର୍ମଚାରୀଙ୍କୁ ସ୍ବାଗତ କରାଯାଇଥିଲା। ଏହି ଗ୍ରାମରେ ୨୫ଶହରୁ ଊଦ୍ଧର୍‌ବ ଲୋକେ ବସବାସ କରନ୍ତି। ବୁଢ଼ୀପଦର ଗ୍ରାମକୁ ରାଜସ୍ବ ଗ୍ରାମରେ ପରିଣତ କରିବାକୁ ଦୀର୍ଘ ୨୦ବର୍ଷ ଧରି ଗ୍ରାମବାସୀ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଆସୁଥିଲେ। ରାଜସ୍ବ ଗ୍ରାମର ମାନ୍ୟତା ପାଇ ନ ଥିବାରୁ ସରକାରୀ ସୁବିଧାରୁ ବଞ୍ଚିତ ହେଉଥିଲେ। ଗ୍ରାମବାସୀ ଜିଲାପାଳଙ୍କଠାରୁ ରାଜସ୍ବ ବିଭାଗ ଓ ରାଜ୍ୟ ସରକାରଙ୍କ ନିକଟରେ ଅଭିଯୋଗ କରିଥିଲେ। ଗ୍ରାମବାସୀଙ୍କ ଅଭିଯୋଗକୁ ଭିତ୍ତିକରି ଜିଲାପାଳ ରାଜ୍ୟ ସରକାରଙ୍କ ନିକଟକୁ ରାଜସ୍ବ ଗ୍ରାମର ମାନ୍ୟତା ମିଳିବା ପାଇଁ ଏକ ସର୍ଭେ କରି ପଠାଇଥିଲେ। ମାନ୍ୟବର ମୁଖ୍ୟମନ୍ତ୍ରୀ ଗ୍ରାମବାସୀଙ୍କ ଅସୁବିଧାକୁ ଦୂର କରିବା ପାଇଁ ଉକ୍ତ ଗ୍ରାମକୁ ରାଜସ୍ବ ଗ୍ରାମର ମାନ୍ୟତା ସ୍ବକୃତି ପ୍ରଦାନ କରିଥିବାରୁ ଗ୍ରାମବାସୀ ମୁଖ୍ୟମନ୍ତ୍ରୀ, ଜିଲାପାଳ ଓ କେସିଙ୍ଗା ତହସିଲଦାରଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ କେସିଙ୍ଗା ତହସିଲଦାର ଯୁଗେଶ୍ୱର ସାହୁଙ୍କ ତତ୍ତ୍ୱାବଧାନରେ ଶିରୋଲ ରାଜସ୍ବ ନିରୀକ୍ଷକ ଡିଙ୍ଗର ପୁଟେଲ, ସହକାରୀ ରାଜସ୍ବ ନିରୀକ୍ଷକ ଶୁଭଚିନ୍ତକ ନାୟକଙ୍କ ସମେତ ବାଲିସି ପଞ୍ଚାୟତର ସରପଞ୍ଚ ଭରତୀ ସୁନା, ଯୁବନେତା ଭାବନୀ ସାହୁ, ଓ୍ବାର୍ଡ ସଭ୍ୟ, ବିରଞ୍ଚି ସାହୁ, ଜଗନ୍ନାଥ ମାଝି, ଭଗବାନ ମାଝି, ବୀରସେନ ମାଝି, ରତନ ମାଝି, ନବୀନ ସାହୁ,କବି ଧାରୁଆ ପ୍ରମୁଖ ସମସ୍ତ ଗ୍ରାମବାସୀଙ୍କ ଉପସ୍ଥିତିରେ ପ୍ରସ୍ତାବିତ ନୂତନ ମୌଜାର ସୀମା ନିର୍ଦ୍ଧାରଣ କରାଯାଇଥିଲା। ଏହି ଗ୍ରାମକୁ ରାଜସ୍ବ ଗ୍ରାମର ମାନ୍ୟତା ପାଇବାରୁ ରାଜସ୍ବ ନିରୀକ୍ଷକ ଡିଙ୍ଗର ପୁଟେଲ ଘୋଷଣା କରି ଗ୍ରାମବାସୀଙ୍କ ନିଜସ୍ବ ସୁବିଧା ସୁଯୋଗ ପାଇବେ ବୋଲି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri