ଇଞ୍ଜିନକୁ ଛାଡ଼ିି ଗଡ଼ିଗଲା ବଗି

ନନ୍ଦପୁର, ୧୬ା୭(ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା ବିଶାଖାପାଟଣା-କିରାଣ୍ଡଲ ରେଳ ଧାରଣାରେ ପୁଣି ରେଳଇଞ୍ଜିନ ବଗିକୁ ଛାଡି ଚାଲିଯିବା ଘଟଣା ଦେଖିବାକୁ ମିଳିଛି। ରବିବାର ପାଡୁଆ ଷ୍ଟେଶନ ନିକଟରେ ବିଶାଖାପାଟଣା ଯାଉଥିବା ଏକ ମାଲବାହୀ ଟ୍ରେନର ଇଞ୍ଜିନ ବଗିକୁ ଛାଡି ପ୍ରାୟ ୨ଶହ ମିଟର ଦୂରକୁ ଚାଲିଯାଇଥିଲା। ଟ୍ରେନର ଗାର୍ଡ ଓ ଲୋକୋ ପାଇଲଟଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଧୀର ଗତିରେ ଗଡ଼ିଯାଉଥିବା ଏହି ମାଲବାହୀ ଟ୍ରେନକୁ ଅଟକାଇ ବଗିଗୁଡିକର ପୁନଃ ସଂଯୋଗ କରାଯାଇଥିଲା। ପରେ ଏହା ଗନ୍ତବ୍ୟ ସ୍ଥଳକୁ ଯାତ୍ରା କରିଥିଲା। ଅନ୍ୟପକ୍ଷରେ ଗତ ମାସକ ମଧ୍ୟରେ ଇଞ୍ଜିନ-ବଗି ଅଲଗା ହେବାପରି ଏକାଧିକ ଘଟଣା ଘଟିଲାଣି। ପୂର୍ବରୁ ଦାର୍ଲିପୁଟ ଓ ମାଛକୁଣ୍ଡ ଷ୍ଟେଶନରେ ସମାନ ଘଟଣା ଘଟିଥିଲା। ତେବେ ଏନେଇ କୌଣସି ଅଘଟଣ ଘଟି ନ ଥିବା କିମ୍ବା କିଛି ବଡଧରଣର କ୍ଷତି ହୋଇ ନ ଥିବା ରେଳ ବିଭାଗ ପକ୍ଷରୁ କୁହାଯାଇଛି। ଏବେ ରେଳଧାରଣାଗୁଡିକର ଦୋହରୀକରଣ କାର୍ଯ୍ୟ ଚାଲିଥିବାରୁ ପୁରୁଣା ରେଳ ଧାରଣାରେ ରେଳ ଚଳାଚଳ ନେଇ ନିର୍ଭର କରିବାକୁ ପଡୁଛି। ଫଳରେ ଟ୍ରେନ ଚାଲିଲେ ଧାରଣାରେ ଅଧିକ କମ୍ପନ ସୃଷ୍ଟି ହୋଇ ଇଞ୍ଜିନ-ବଗି ଅଲଗା ହେବା ପରି ଘଟଣାମାନ ବାରମ୍ବାର ଘଟୁଛି। ଏ ଦିଗରେ ରେଳ ବିଭାଗ ଗୁରୁତ୍ୱ ଦେବାକୁ ସାଧାରଣରେ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତି ପୋଲିସକୁ ବଡ଼ ସଫଳତା: ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ, ୬ ନାବାଳିକା…

ଗଜପତି,୧।୭(ଗିରିଧାରୀ ପରିଛା): ଗଜପତି ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ କରି ୬ ଜଣ ନାବାଳିକାଙ୍କ ସମେତ ୭ ଜଣ ପୀଡ଼ିତାଙ୍କୁ ହାଇଦ୍ରାବାଦରୁ ଉଦ୍ଧାର କରିଛି।…

ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ,୧।୭(ପ୍ରଦୋଷ ବିଶ୍ୱାଳ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ ଅବସରରୁ ବୁଧବାର…

ଆଜି ଭାରତ-ଇଂଲଣ୍ଡ ମ୍ୟାଚ୍‌: ବୈଭବଙ୍କ ଉପରେ ଇଂଲଣ୍ଡ ଅଧିନାୟକ ବଡ଼ ବୟାନ, ଦେଲେ

ଚେଷ୍ଟର ଲେ ଷ୍ଟ୍ରିଟ,୧।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ T20 ସିରିଜର ପ୍ରଥମ ମ୍ୟାଚ୍‌ ଜୁଲାଇ ୧ ତାରିଖ ଅର୍ଥାତ୍‌ ଆଜି ଖେଳାଯିବ। ଖେଳ ପୂର୍ବରୁ, ଇଂଲଣ୍ଡ…

ଆଜିଠୁ ଶସ୍ତା ହେଲା ୫ କେଜିଆ ଗ୍ୟାସ୍ ସିଲିଣ୍ଡର, ଜାଣନ୍ତୁ ଆପଣଙ୍କ ସହରର ନୂଆ ଦର!

ନୂଆଦିଲ୍ଲୀ,୧।୭: ମହଙ୍ଗା ମାଡ଼ ମଧ୍ୟରେ ଏବେ ଏଲପିଜି (LPG) ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଆଜି କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ସହିତ ‘ଛୋଟ ଗ୍ୟାସ୍ ସିଲିଣ୍ଡର’ ମଧ୍ୟ…

ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀ ସେବା ସମ୍ପୂର୍ଣ୍ଣ ଠପ: ଓମସାର କାର୍ଯ୍ୟବନ୍ଦ ଆନ୍ଦୋଳନ

ବାରିପଦା, ୧।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ ସମେତ ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ  …

ଆନନ୍ଦପୁର ବ୍ଲକରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି: ବିଡିଓଙ୍କ ବିରୋଧରେ ଉଠିଥିବା ଅଭିଯୋଗକୁ…

ବଞ୍ଚୋ, ୧।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ବ୍ଲକ ପରିସରରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଥିବା ହାତାହାତି ଘଟଣାକୁ ନେଇ ବ୍ଲକ ବିକାଶ ଅଧିକାରୀ (ବିଡିଓ)ଙ୍କ ବିରୋଧରେ…

ଅଲାରନାଥ ମନ୍ଦିରରେ ଭକ୍ତଙ୍କ ଭିଢ଼, କାହିଁକି ବର୍ଷକରେ…

ବ୍ରହ୍ମଗିରି,୧ା୭: ସ୍ନାନପୂର୍ଣ୍ଣିମାରେ ସୋମବାର ଦାରୁଦିଅଁ ୧୦୮ କଳସୀ ଜଳରେ ମହାସ୍ନାନ କରି ଏବେ ଅଣସରପିଣ୍ଡିରେ ଗୁପ୍ତସେବା ପାଉଛନ୍ତି। ଏପଟେ ପୁରୀ ଜିଲାର ବ୍ରହ୍ମଗିରିସ୍ଥିତ ଅଲାରନାଥ ମନ୍ଦିରରେ ମହାପ୍ରଭୁ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆଜିଠୁ ବଦଳିଲା ‘ମନରେଗା’ ଯୋଜନା, ନୂଆ ‘VB-G RAM G’ ଆକ୍ଟରେ ଏବେ ପ୍ରତିଦିନ ମିଳିବ…

ନୂଆଦିଲ୍ଲୀ,୧।୭: ଗ୍ରାମୀଣ ରୋଜଗାର କ୍ଷେତ୍ରରେ କେନ୍ଦ୍ର ସରକାର ଆଜି ଅର୍ଥାତ୍ ୧ ଜୁଲାଇ ୨୦୨୬ରୁ ଏକ ଐତିହାସିକ ତଥା ବଡ଼ ନୀତିଗତ ପରିବର୍ତ୍ତନ କାର୍ଯ୍ୟକାରୀ କରିଛନ୍ତି। ଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri