‘ସମ୍ବଳ ଭିତରେ ପ୍ରକଳ୍ପ ପ୍ରସ୍ତୁତ କର’

ଭୁବନେଶ୍ୱର, ୧୧ା୨(ବ୍ୟୁରୋ): ଜିଲାରେ ଜୀବିକା ନିର୍ବାହ ପନ୍ଥା ଏବଂ ଭିତ୍ତିଭୂମି ବିକାଶକୁ ପରବର୍ତ୍ତୀ ପର୍ଯ୍ୟାୟକୁ ନେବା ଲାଗି ସମ୍ବଳ ଓ ସମ୍ଭାବନାଭିତ୍ତିକ ଅଭିନବ ପ୍ରକଳ୍ପଗୁଡ଼ିକ ପ୍ରସ୍ତୁତ କରିବା ଲାଗି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଲୋକସେବା ଭବନରୁ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ରାଜ୍ୟର ଉତ୍ତର, ଦକ୍ଷିଣ ଓ କେନ୍ଦ୍ରୀୟ ରାଜସ୍ବ ଡିଭିଜନ ଜିଲାପାଳଙ୍କ ସହ ୩ ପର୍ଯ୍ୟାୟରେ ସିଧାସଳଖ ଆଲୋଚନାକରି ମହାପାତ୍ର କହିଛନ୍ତି, ବର୍ତ୍ତମାନ ରାଜ୍ୟରେ ମୌଳିକ ଆବଶ୍ୟକତାଭିତ୍ତିକ ଯୋଜନାଗୁଡ଼ିକ ବ୍ୟାପକ ଭାବେ ସମ୍ପ୍ରସାରିତ ହୋଇଛି। ଖାଦ୍ୟ ସୁରକ୍ଷା, ଗୃହ ନିର୍ମାଣ, ସଡ଼କ ଯୋଗାଯୋଗ, ବିଜୁଳି ସଂଯୋଗ, ପାନୀୟ ଜଳ, ଶିକ୍ଷା ଆଦି କ୍ଷେତ୍ରରେ ଉଲ୍ଲେଖନୀୟ ଅଗ୍ରଗତି ଘଟିଛି। ସମ୍ପୃକ୍ତ ଜିଲାର କୃଷି ଜଳବାୟୁ, ପ୍ରାକୃତିକ ସମ୍ପଦ, ମାନବ ସମ୍ବଳ ଏବଂ ନୂତନ ସୁଯୋଗକୁ ଭିତ୍ତିକରି ଜୀବିକା ନିର୍ବାହ ଏବଂ ଆର୍ଥିକ କାର୍ଯ୍ୟକଳାପ ବୃଦ୍ଧି ଲାଗି ପ୍ରକଳ୍ପ ପ୍ରସ୍ତୁତ କରିବାକୁ ପଡ଼ିବ। ସବୁ ଗ୍ରାମକୁ ସବୁଦିନିଆ ରାସ୍ତା, ଏକାଧିକ ଫସଲ ପାଇଁ ଜଳସେଚନ, ନିରନ୍ତର ଜୀବିକା ନିର୍ବାହ ପନ୍ଥା, ସ୍ବାସ୍ଥ୍ୟସେବା ଏବଂ ଆର୍ଥିକ କାର୍ଯ୍ୟକଳାପ ଅଭିବୃଦ୍ଧି ଆଦି କ୍ଷେତ୍ରରେ ଥିବା ଗୁରୁତ୍ୱପୂର୍ଣ୍ଣ ଶୂନ୍ୟସ୍ଥାନଗୁଡ଼ିକୁ ଚିହ୍ନଟ କରି ସେସବୁର ପରିପୂରଣ କରାଯିବା ଏକାନ୍ତ ଆବଶ୍ୟକ। ଏହି ପ୍ରକାର ପ୍ରକଳ୍ପକୁ ଅଗ୍ରାଧିକାର ଭିତ୍ତିରେ ଆରମ୍ଭ କରିବା ପାଇଁ ମୁଖ୍ୟ ଶାସନ ସଚିବ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ଜିଲାଗୁଡ଼ିକରେ ଚାଲିଥିବା ଭିତ୍ତିଭୂମି ଉନ୍ନୟନ ପ୍ରକଳ୍ପଗୁଡ଼ିକର କାର୍ଯ୍ୟାନ୍ବୟନ ଉପରେ ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା ଗୁରୁତ୍ୱାରୋପ କରିଛନ୍ତି। ଜଙ୍ଗଲ ଓ ପରିବେଶ ଅନୁମତି, ବିଭିନ୍ନ ପ୍ରମାଣପତ୍ର ପ୍ରଦାନ, ଜମି ଅଧିଗ୍ରହଣ ଲାଗି ଆଗୁଆ ପଦକ୍ଷେପ ନେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଅତିରିକ୍ତ ମୁଖ୍ୟ ଶାସନ ସଚିବ ରାଜକୁମାର ଶର୍ମା କହିଲେ, କୃଷି, ପଶୁପାଳନ, ମତ୍ସ୍ୟଚାଷ ଗ୍ରାମାଞ୍ଚଳରେ ଜୀବିକା ନିର୍ବାହର ମୁଖ୍ୟ ଆଧାର। ଏହି କ୍ଷେତ୍ରରେ ଅଭିନବ ପ୍ରକଳ୍ପ ଏବଂ ପୁଞ୍ଜିନିବେଶର ଲାଭ ସିଧାସଳଖ ଚାଷୀ, ଶ୍ରମିକ ଏବଂ ଜନସାଧାରଣଙ୍କୁ ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri