ଚାରା ନଷ୍ଟ କରି ରାସ୍ତା ନିର୍ମାଣ

କେନ୍ଦୁଝର,୧୨ା୬ (ସ୍ବ.ପ୍ର.): କେନ୍ଦୁଝରଗଡ଼ ପୌରପାଳିକା ଅନ୍ତର୍ଗତ ୧୫ ନଂ. ୱାର୍ଡ ୪୯ ନଂ. ଜାତୀୟ ରାଜପଥ ମୋଚିଗାଁ ଓଭରବ୍ରିଜ ନିକଟରେ ଓଡ଼ିଶା ବନ ଉନ୍ନୟନ ନିଗମ ଦ୍ୱାରା ବନୀକରଣ ନଷ୍ଟ କରି ରାସ୍ତା ନିର୍ମାଣ ଚାଲିଛି। ଜିଲା ମୁଖ୍ୟାଳୟଠାରୁ ମାତ୍ର ୨ କି.ମି. ଦୂରରେ ଲକ୍ଷାଧିକ ଟଙ୍କାର ଚାରା ନଷ୍ଟ ହେଉଥିଲେ ବି ବିଭାଗ ନିକଟରେ ଏହାର ସୂଚନା ନାହିଁ। କାରଖାନା ବର୍ଜ୍ୟବସ୍ତୁ କଳାଗୁଣ୍ଡ ଓ ମାଟି ପକାଇ ରାସ୍ତା ନିର୍ମାଣ ଚାଲିଛି। ଫଳରେ ମାଟି ଓ କଳାଗୁଣ୍ଡ ପଡ଼ି ଗଛ ନଷ୍ଟ ହେଉଛି।
ସୂଚନାଯୋଗ୍ୟ, ଓଡ଼ିଶା ବନ ଉନ୍ନୟନ ନିଗମ ପକ୍ଷରୁ ୨୦୨୧-୨୨ରେ ଜାତୀୟ ରାଜପଥ ପାର୍ଶ୍ୱ ଧ୍ରୁର୍ପଦା, ବାଲିଆଗୋଡ଼ା ଓ ମେଡିକାଲ କଲେଜ ରାସ୍ତାର ଉଭୟ ପାର୍ଶ୍ୱରେ ୧୪ ହଜାର ୩୮ ଗଛ ଲଗାଯାଇଛି। ତେବେ ତଦାରଖ ଅଭାବରୁ ଅନେକ ଗଛ ମରିଯାଇଥିବାବେଳେ ଏବେ ବେଆଇନ ଭାବେ ରାସ୍ତା ନିର୍ମାଣରେ ବାକି ଚାରା ନଷ୍ଟ ହୋଇଗଲାଣି। ରେରା ଆଇନ ଉଲ୍ଲଂଘନ କରି କିଛି ଲୋକ ଜମି ପ୍ଲଟିଂ କରି ବିକ୍ରି ପାଇଁ ରାସ୍ତା କରୁଛନ୍ତି। ଏଥିପାଇଁ ପୌରପାଳିକା ଅନୁମତି ଦେଇଛି କି ନାହିଁ ତାହାର ଯାଞ୍ଚ କରି ପଦକ୍ଷେପ ନେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି। ଏ ନେଇ ଓଏଫ୍‌ଡିସି (ଓଡ଼ିଶା ବନ ଉନ୍ନୟନ ନିଗମ) ଡିଭିଜନାଲ ମ୍ୟାନେଜର ମନୋରଞ୍ଜନ ପାତ୍ର କହିଛନ୍ତି, ଘଟଣାର ତଦନ୍ତ କରି ପଦକ୍ଷେପ ନିଆଯିବ। ଓଏଫ୍‌ଡିସି ଡେପୁଟି ଡିଭିଜନାଲ ମ୍ୟାନେଜର ଶିନି ମହାନ୍ତି କହିଛନ୍ତି, ବନୀକରଣ ନଷ୍ଟ କରିଥିବା ଲୋକଙ୍କ ବିରୋଧରେ ଥାନାରେ ଏତଲା ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

ଖୁସିର ଦେଶ ଭୁଟାନ

ଭୁଟାନକୁ ଖୁସିର ଦେଶ କୁହାଯାଏ। ଏହି ଦେଶର ଜନସାଧାରଣ ବୌଦ୍ଧଧର୍ମକୁ କେବଳ ଗ୍ରହଣ କରିନାହାନ୍ତି ସେମାନେ ଏହାକୁ ନିଜର ନୀତିଦିନର ବ୍ୟବହାର, କାର୍ଯ୍ୟକଳାପ ଓ ଜୀବନଶୈଳୀରେ ପରିଣତ…

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…

ମନର ବିଜୟରେ ଜଗତ ବିଜୟ ସମ୍ଭବ: ସକରାତ୍ମକ ତତ୍ତ୍ୱକୁ ସ୍ବାଗତ କରିବାକୁ ଆହ୍ବାନ

ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବ୍ରହ୍ମାକୁମାରୀ ପ୍ରଭୁ ମିଳନ ଭବନ ପକ୍ଷରୁ ସ୍ଥାନୀୟ ପୁଞ୍ଜିକୟାଁ ଛକ ନନ୍ଦିଘୋଷ କଲ୍ୟାଣ ମଣ୍ଡପଠାରେ ଶାନ୍ତି ଶିବିର ପ୍ରବଚନ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

ପାକିସ୍ତାନରେ ପଶି ଏୟାରଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ISIS ଆଡ୍ଡାକୁ ଟାର୍ଗେଟ୍‌

କାବୁଲ,୧।୭: ଆଫଗାନିସ୍ତାନ ଦାବି କରିଛି ଯେ ଏହାର ବାୟୁସେନା ପାକିସ୍ତାନ ଭିତରେ ଥିବା ISIS ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏହି ଆକ୍ରମଣଗୁଡ଼ିକ ବେଲୁଚିସ୍ତାନ ଏବଂ ଖାଇବର…

୨ ଛାତ୍ରବତ୍ସଳ ଶିକ୍ଷକଙ୍କ ଅବସର: ବିଦ୍ୟାଳୟ ପ୍ରତି ନିଷ୍ଠାକୁ ଭୂୟସୀ ପ୍ରଶଂସା

କେସିଙ୍ଗା,୧।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନୁର୍ଗତ ବାଲସି ଗ୍ରାମ ଅଧିନସ୍ଥ ଜବହାର ଉଚ୍ଚ ବିଦ୍ୟାପୀଠ-କର ଦୁଇଜଣ ଶିକ୍ଷକ ଚାକିରିରୁ ଅବସର ନେଇଛନ୍ତି। ଏହି ଉପଲକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri