ସ୍ତ୍ରୀଙ୍କୁ ନିର୍ଯାତନା ଦେଇ ବିଲ୍ଡର ଗିରଫ

ଭୁବନେଶ୍ୱର,୯।୭(ବ୍ୟୁରୋ):ଯୌତୁକ ସାମଗ୍ରୀ ହାତେଇବା ପରେ ପ୍ରଥମ ସ୍ତ୍ରୀଙ୍କୁ ମାଡ଼ ମାରି ଘରୁ ତଡ଼ି ଦେଇଥିଲେ। ଏବେ ଦ୍ୱିତୀୟ ସ୍ତ୍ରୀ ଆଣିଛନ୍ତି ସମାନ ଅଭିଯୋଗ। ତାଙ୍କ ଅଭିଯୋଗ ଆଧାରରେ କ୍ୟାପିଟାଲ ଥାନା ପୋଲିସ ଗୁରୁବାର ଅଭିଯୁକ୍ତ ସ୍ବାମୀ ତଥା ବିଲ୍ଡର ସୂର୍ଯ୍ୟନଗରରେ ରହୁଥିବା ପୁରୀ ଜିଲା ଚନ୍ଦନପୁର ଅଞ୍ଚଳର ପ୍ରିୟବ୍ରତ ମିଶ୍ର (୨୮)ଙ୍କୁ ଗିରଫ କରିଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଅନ୍ୟପକ୍ଷରେ ଏହି ମାମଲାରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କ ମା’ବାପା କୋର୍ଟରୁ ଆଗୁଆ ଜାମିନ ପାଇଥିବା ପୋଲିସ କହିଛି।
ପୋଲିସ କହିବାନୁଯାୟୀ, ପ୍ରିୟବ୍ରତ ୨୦୧୮ ଜୁଲାଇ ୧୫ରେ କଟକ ଜିଲା ନିଆଳି ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରଥମେ ବିବାହ କରିଥିଲେ। ଯୌତୁକ ବାବଦରେ ଗାଡ଼ି, ୭୦ ଭରି ସୁନା ଅଳଙ୍କାର ସହ ୨୧ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଦିଆଯାଇଥିଲା। ବାହାଘରର ୭ ଦିନ ପରେ ତାଙ୍କୁ ନିର୍ଯାତନା ଦେବା ଅରମ୍ଭ କରିଥିଲେ ପ୍ରିୟବ୍ରତ। ପରବର୍ତ୍ତୀ ସମୟରେ ତାଙ୍କ ଗର୍ଭ ନଷ୍ଟ ପାଇଁ ଉଦ୍ୟମ କରାଯାଇଥିଲେ ମଧ୍ୟ ଗୋଟିଏ ପୁଅ ଜନ୍ମ ହୋଇଥିଲା। ଏହାପରେ ପ୍ରିୟବ୍ରତଙ୍କ ସହ ମା ଓ ବାପା ନିର୍ଯାତନା ଦେଇ ତାଙ୍କୁ ଘରୁ ବିଦା କରିଦେଇଥିଲେ। ୨୦୨୧ ଫେବୃୟାରୀ ୯ରେ ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅଞ୍ଚଳର ଅନ୍ୟଜଣେ ଯୁବତୀଙ୍କୁ ବିବାହ କରିଥିଲେ ପ୍ରିୟବ୍ରତ। ପ୍ରିୟବ୍ରତଙ୍କୁ ଜଣେ ଯୁବତୀ ଧୋକା ଦେଇଛନ୍ତି, ସେ ମାନସିକ ଚାପରେ ଅଛନ୍ତି, ତେଣୁ ବାହାରେ ବିବାହ କଲେ ବିପଦ ଥିବା କହି ଯୁବତୀଙ୍କୁ ଚୁପ୍‌ଚାପ୍‌ ଘର ଭିତରେ ବିବାହ କରାଇଥିଲେ ତାଙ୍କ ପରିବାର ଲୋକେ। ଏପରିକି ସେ ଯୌତୁକ ବାବଦକୁ ଆଣିଥିବା ସୁନାଗହଣା ସବୁ ଲକରରେ ରଖି ଦେଇଥିଲେ। ପ୍ରିୟବ୍ରତ ଦ୍ୱିତୀୟ ବିବାହ କରିଥିବା ଜାଣିବା ପରେ ପ୍ରଥମ ସ୍ତ୍ରୀ ପହଞ୍ଚତ୍ ବିରୋଧ କରିବା ସହ ପାଟିତୁଣ୍ଡ କରିଥିଲେ। ଏପଟେ ବାହାଘରର କିଛିଦିନ ପରେ ଦ୍ୱିତୀୟ ସ୍ତ୍ରୀଙ୍କ ଉପରେ ନିର୍ଯାତନା ଆରମ୍ଭ ହୋଇଥିଲା। ଆଉ ୫ ଲକ୍ଷ ଟଙ୍କା ଯୌତୁକ ଆଣିବାକୁ କହି ଶାରୀରିକ ଓ ମାନସିକ ନିର୍ଯାତନା ଦେବା ସହ ତାଙ୍କୁ ଘରୁ ବିଦା କରିଦେଇଥିଲେ। ଫଳରେ ସେ ଏପ୍ରିଲ ୧୭ରେ କ୍ୟାପିଟାଲ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା (ନଂ.୨୫୧) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଅନ୍ୟପକ୍ଷରେ ସମସ୍ତ ଅଭିଯୋଗକୁ ପ୍ରିୟବ୍ରତ ମିଶ୍ର ଖଣ୍ଡନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri