ସର୍ବୋପରି ରାଷ୍ଟ୍ର ଗଠନ ଆମର ମୁଖ୍ୟ ଲକ୍ଷ୍ୟ: ଏମପି ପ୍ରଦୀପ ପୁରୋହିତ

ପଦ୍ମପୁର,୧।୫ (ପ୍ରଦୀପ୍ତ ଦାଶ) ପଦ୍ମପୁରର ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଆଜି ପ୍ରାଦେଶିକ ଆଚାର୍ଯ୍ୟ ପ୍ରଶିକ୍ଷଣ ୨୦୨୫ ଜ୍ଞାନ ଯଜ୍ଞ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମକୁ ବରଗଡ଼ ଏମପି ପ୍ରଦୀପ କୁମାର ପୁରୋହିତ ଉଦଘାଟନ କରିଛନ୍ତି। ସର୍ବୋପରି ରାଷ୍ଟ୍ର ଗଠନ କରିବା ପାଇଁ ସମର୍ପିତ ମନୋଭାବ ରଖିବା ଆମର ଲକ୍ଷ୍ୟ ହେଉ ର ବାର୍ତ୍ତା ପ୍ରଦାନ କରିଛନ୍ତି। ମୁଖ୍ୟ ବକ୍ତା ଭାବେ ପୂର୍ବତନ ଯୁଗ୍ମ ସମ୍ପାଦକ ତଥା ଉପାଧ୍ୟକ୍ଷ ଶିକ୍ଷା ବିକାଶ ସମିତି, ଓଡିଶାର ଡଃ ପ୍ରଦୀପ ସାହୁ, ଅନ୍ୟତମ ଅତିଥି ଭାବେ ପ୍ରାନ୍ତ ସଂଗଠନ ମନ୍ତ୍ରୀ ମାନନୀୟ ତାରକ ଦାସ ସରକାର, ପଶ୍ଚିମ ସଂଭାଗ ସଭାପତି ଶ୍ରୀଯୁକ୍ତ ବେଣୁଧର ପ୍ରଧାନ , ଯୁବମୋର୍ଚ୍ଚା ପୂର୍ବତନ ରାଜ୍ୟ ସମ୍ପାଦକ ଶ୍ରୀଯୁକ୍ତ ପ୍ରିତେଶ କୁମାର ବହିଦାର ପ୍ରମୁଖ ମଞ୍ଚାସୀନ ହୋଇ ନିଜ ନିଜ ବକ୍ତବ୍ୟ ପ୍ରଦାନ କରିଥିଲେ। ପଶ୍ଚିମ ସଂଭାଗ ସଂଯୋଜକ ଶ୍ରୀଯୁକ୍ତ ଜ୍ୟୋତି ରଞ୍ଜନ ମିଶ୍ର ସ୍ବାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ ତଥା ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ପଶ୍ଚିମ ସମ୍ଭାଗ ସହ ସଂଯୋଜକ ଶ୍ରୀଯୁକ୍ତ ଲୋକନାଥ ମିଶ୍ର କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ। ମଞ୍ଚାସୀନ ସମସ୍ତ ଅତିଥି ମାନଙ୍କୁ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ଛାତ୍ରୀମାନଙ୍କ ଦ୍ୱାରା ସ୍ବାଗତ ସଂଗୀତ ଗାନ ସମସ୍ତଙ୍କ ମନମୁଗ୍ଧକର ଥିଲା।

ବରଗଡ଼, ସମ୍ବଲପୁର ଓ ରାଉରକେଲା ବିଭାଗର ଶିଶୁ ମାନଙ୍କର ସର୍ବାଙ୍ଗୀନ ବିକାଶ ପାଇଁ ୧୩୨ ଟି ଶିଶୁ ମନ୍ଦିରରୁ ୧୪୦ ଜଣ ଗୁରୁଜୀ ଗୁରୁମା ୧୫ ଜଣ ପ୍ରଶିକ୍ଷକ ପ୍ରଶିକ୍ଷିକା ଯୋଗଦେଇ ଥିଲେ। ପ୍ରାନ୍ତ ସମ୍ପାଦକ ଖଗେଶ୍ବର ଦାଶ, ସମ୍ବଲପୁର ବିଭାଗ ନିରୀକ୍ଷକ ଜୟ କିଶୋର ପଣ୍ଡା, ବରଗଡ଼ ବିଭାଗ ନିରୀକ୍ଷକ ଶ୍ରୀଯୁକ୍ତ ଗୁପ୍ତେଶ୍ୱର ଥନାପତି, ରାଉରକେଲା ବିଭାଗ ନିରୀକ୍ଷକ ପ୍ରଦୀପ ମିଶ୍ର, ସଂକୁଳ ପ୍ରମୁଖ ଡଃ ଦାଦଶ କୁମାର ପ୍ରଧାନ,ଉପ ସଭାପତି ଶ୍ରୀଯୁକ୍ତ ଗୋପାଳ କୃଷ୍ଣ ମିଶ୍ର, ସଂପାଦକ ଜନକଲାଲ ମେହେର, ସମାଜ ସେବୀ ନୀରୋଜ ଦୋରା,ସଭ୍ୟା ମୋନାଲିସା ସ୍ବାଇଁ, ଛାତ୍ର ସଂସଦ ସଭାପତି ଗୁଣନିଧି ପଟେଲ, ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଚୈତନ୍ୟ ଭୋଇ ସମେତ ମାତୃଭାରତୀର ସମସ୍ତ ସଭ୍ୟା ବୃନ୍ଦ, ଗୁରୁଜୀ ଗୁରୁମା ଉପସ୍ଥିତ ଥିଲେ । ସଭାପତି ଶ୍ରୀଯୁକ୍ତ ପୃଥିରାଜ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।ଏହି ପ୍ରଶିକ୍ଷଣ ଶିବିରଟି ୧୦ ଦିନ ଧରି ପ୍ରଶିକ୍ଷଣ ଦିଆଯିବାର କାର୍ଯ୍ୟକ୍ରମ ରହିଛି। ସମସ୍ତ ଙ୍କ ସହଯୋଗ ରେ କାର୍ଯ୍ୟକ୍ରମ ଟି ସଫଳ ହୋଇଥଲା ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri